Posted inଜାତୀୟ

ନୀତିନ ଗଡ଼କରୀଙ୍କୁ ହତ୍ୟା ଧମକ, କାର୍ଯ୍ୟାଳୟକୁ ଅଜଣା କଲ୍‌…

ନାଗପୁର,୧୪।୧ : କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡକରୀଙ୍କୁ ମୃତ୍ୟୁ ଧମକ ଦିଆଯାଇଛି। ନାଗପୁରରେ ଥିବା ଗଡକରୀଙ୍କ କାର୍ଯ୍ୟାଳୟକୁ ଦୁଇଥର ଫୋନ କରି ଧମକ ଦିଆଯାଇଛି। ଏହା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି। ପୋଲିସର ସୂଚନାନୁସାରେ, ଶନିବାର ପୂର୍ବାହ୍ନ ୧୧ଟା ୨୫, ୧୧ଟା ୩୨ ଏବଂ ୧୨ ଟା ୩୨ ମଧ୍ୟରେ ୩ ଥର ଧମକପୂର୍ଣ୍ଣ କଲ ଆସିଥିଲା। ୬୭ ମିନିଟ ମଧ୍ୟରେ ଏହି କଲ ମିଳିଥିଲା।

ମିଳିଥିବା ସୂଚନା ଅନୁଯାୟୀ, ଗଡକରୀଙ୍କ ଜନସମ୍ପର୍କ କାର୍ଯ୍ୟାଳୟ ଦୁଇଟି ଧମକପୂର୍ଣ୍ଣ କଲ ଆସିଥିଲା। ଅଜଣା କଲରେ କୁହାଯାଇଥିଲା ଯଦି ସେ ଆମକୁ ମୁକ୍ତି ପ୍ରଦାନ ନକରନ୍ତି ତେବେ କେନ୍ଦ୍ର ମନ୍ତ୍ରୀ ଗଡକରୀଙ୍କୁ ହତ୍ୟା କରାଯିବ। ଏହା ସହିତ ଅଣ୍ଡରଓ୍ବାଲର୍‌ଡ ଡନ ଦାଉଦ ଇବ୍ରାହିମଙ୍କ ନାମ ମଧ୍ୟ ନିଆଯାଇଥିଲା ।

ଧମକ କଲ ପାଇବା ପରେ ଗଡକରୀଙ୍କ ଜନସମ୍ପର୍କ କାର୍ଯ୍ୟାଳୟ ପୋଲିସକୁ ସୂଚନା ଦେଇଥିଲା। ଏହି ସମୟରେ ବରିଷ୍ଠ ପୋଲିସ କର୍ମଚାରୀ ଗଡକରୀଙ୍କ କାର୍ଯ୍ୟାଳୟରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଅଧିକାରୀମାନେ କହିଛନ୍ତି ଯେ ଧମକ ପାଇବା ପରେ ଗଡକରୀଙ୍କ କାର୍ଯ୍ୟାଳୟ ଏବଂ ବାସଭବନରେ ସୁରକ୍ଷା କଡାକଡି କରାଯାଇଛି।

ଏହି ମାମଲାରେ ଏପର୍ଯ୍ୟନ୍ତ ମିଳିଥିବା ସୂଚନା ଅନୁଯାୟୀ, କର୍ନାଟକର ହୁବଲିରୁ ନୀତିନ ଗଡକରୀଙ୍କୁ ଧମକପୂର୍ଣ୍ଣ କଲ କରାଯାଇଥିଲା। କଲର ନମ୍ବର ଏବଂ ଚିତ୍ର ପୋଲିସ ସହ ଶେୟାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?