Posted inଜାତୀୟ

୬୪ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା, ୭ ହଜାର କୋଟିର କ୍ଷତି

ଡେରାଡୁନ,୨୧।୧୦: ଉତ୍ତରାଖଣ୍ଡରେ ହୋଇଥିବା ବନ୍ୟା ଯୋଗୁ ମୃତ୍ୟୁ ସଂଖ୍ୟା ବର୍ତ୍ତମାନ ୬୪ରେ ପହଞ୍ଚିଛି। ଏବେବି ଅନେକ ଲୋକ ନିଖୋଜ ଥିବାରୁ ମୃତ୍ୟୁସଂଖ୍ୟା ବଢିବା ଆଶଙ୍କା କରାଯାଉଛି।

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ବନ୍ୟା ଅଞ୍ଚଳ ପରିଦର୍ଶନ କରି ସ୍ଥିତି ଅନୁଦ୍ଧାନ କରିଛନ୍ତି। ସେ କହିଛନ୍ତି, ଜଳବନ୍ଦୀ ଥିବା ପ୍ରାୟ ୩,୫୦୦ରୁ ଊର୍ଦ୍ଧ୍ୱ ଲୋକଙ୍କୁ ଉଦ୍ଧାର କରାଯାଇଛି। ୧୬ ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ଉଦ୍ଧାର କାର୍ଯ୍ୟରେ ୧୭ ଏନ୍‌ଡିଆରଏଫ ଟିମ, ୭ ଏସ୍‌ଡିଆରଏଫ ଟିମ, ୧୫ କମ୍ପାନୀ ପିଏସି ଏବଂ ୫ ହଜାରରୁ ଅଧିକ ପୋଲିସ କର୍ମଚାରୀ ନିୟୋଜିତ ଅଛନ୍ତି। ରାଜ୍ୟର ୮୦ ପ୍ରତିଶତ ସ୍ଥାନରେ ମୋବାଇଲ ନେଟଓ୍ବାର୍କ କାର୍ଯ୍ୟକ୍ଷମ ହୋଇସାରିଛି। ଖୁବଶୀଘ୍ର ବିଦ୍ୟୁତ୍‌ ସଂଯୋଗ ସ୍ବାଭାବିକ କରାଯିବ। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ପୂର୍ବାନୁମାନ ଯୋଗୁ କ୍ଷୟକ୍ଷତିର ପରିମାଣକୁ କମାଯାଇ ପାରିଥିବା ସେ କହିଛନ୍ତି।

ଅନ୍ୟପକ୍ଷେ ପ୍ରଳୟଙ୍କାରୀ ବନ୍ୟା ଯୋଗୁ ୭୦୦୦ କୋଟି ଟଙ୍କାର କ୍ଷୟକ୍ଷତି ଘଟିଥିବା ଉତ୍ତରାଖଣ୍ଡ ସରକାରଙ୍କ ପକ୍ଷରୁ କୁହାଯାଇଛି। ଆସନ୍ତା ୪ରୁ ୫ ଦିନ ରାଜ୍ୟରେ ପାଣିପାଗ ଶୁଖିଲା ରହିବ ବୋଲି ଆଇଏମ୍‌ଡି ପକ୍ଷରୁ କୁହାଯାଇଛି। ଫଳରେ ଉଦ୍ଧାର କାର୍ଯ୍ୟ ତ୍ୱରାନ୍ବିତ ହୋଇପାରିବ ବୋଲି ସରାକରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?