ମୃତ୍ୟୁ ସଂଖ୍ୟା-ଦୈନିକ ସଂକ୍ରମଣ ପୁଣି ବଢ଼ିଲା …

ନୂଆଦିଲ୍ଲୀ, ୧୮।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ମାମଲା କମିଛି। ଦୈନିକ ସଂକ୍ରମଣ କମିବା ପରେ ପୁଣି ବଢ଼ିଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମି ବଢ଼ି ୧୫୦ ତଳେ ରହିଛି। ଏହା ୧୩୮ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୭୯ ଥିଲା। ସେହିପରି ଲଗାତାର ୩ ଦିନ ଧରି ମୃତ୍ୟୁ ସଂଖ୍ୟା ଶୂନ ରହିବା ପରେ ପୁଣି ବଢ଼ିଛି। ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୨ରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା କମି ୧ ହଜାର ୯୯୮ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨ ହଜାର ୩୫ ଥିଲା। ସେହିପରି ୨୪ ଘଣ୍ଟାରେ ୧୭୩ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୬୩ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୨୮ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୮୧ ହଜାର ୩୭୧ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୪୮ ହଜାର ୬୪୫ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁଯାୟ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୧୦ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।
ଚାଇନାରେ ଆତଙ୍କ ସୃଷ୍ଟି କରିଥିବା ବିଏଫ୍‌.୭ ଭାରିଆଣ୍ଟ ନେଇ ସତର୍କ ରହିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ତେବେ ଭାରତରେ ସଂକ୍ରମଣ ହେବାର କୌଣସି ଆଶଙ୍କା ନ ଥିବା ବିଶେଷଜ୍ଞ ମତପୋଷଣ କରିଛନ୍ତି। ମାସ୍କ ପିନ୍ଧିବା ଅଧିକରୁ ଅଧିକ ନମୁନା ପରୀକ୍ଷା କରିବା ଏବଂ ଟିକାକରଣକୁ ବଢ଼ାଇବା ପାଇଁ ସରକାରଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସରକାରଙ୍କ ପକ୍ଷରୁ ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖାଯାଇଛି। ଦୈନିକ ସଂକ୍ରମଣ-ସକ୍ରିୟ ମାମଲାକୁ ନେଇ ସରକାର ଚିନ୍ତାରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଫିଆ ମୁଖତାର ଅନସାରୀଙ୍କ ମୃତ୍ୟୁ, ହସ୍ପିଟାଲରେ ପୋଲିସ ଛାଉଣି, ୧୪୪ ଧାରା ଜାରି

ବାନ୍ଦା,୨୮।୩: ଉତ୍ତର ପ୍ରଦେଶର ବାନ୍ଦା ହସ୍ପିଟାଲରେ ଶୁକ୍ରବାର ରାତିରେ ମାଫିଆରୁ ରାଜନେତା ହୋଇଥିବା ମୁଖତାର ଅନସାରୀଙ୍କ ମୃତ୍ୟୁ ହୋଇଛି। ବାନ୍ଦା ଜେଲରେ ହାର୍ଟ ଆଟାକ ପରେ...

ଇଡି ଜବତ କରୁଥିବା ସମ୍ପତ୍ତି ହୁଏ କ’ଣ, ଯାହାକୁ ଗରିବଙ୍କ ମଧ୍ୟରେ ବାଣ୍ଟି ଦେଉଥିବା କହୁଛନ୍ତି ମୋଦି?

ନୂଆଦିଲ୍ଲୀ,୨୮।୩: ନିର୍ବାଚନ ଋତୁରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ଏକ ବଡ଼ ଦାବି କରିଛନ୍ତି। ପଶ୍ଚିମବଙ୍ଗର କୃଷ୍ଣନଗର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ...

ଜେଲରୁ ପ୍ରଚାର କରିବେ ଆଜମ ଖାଁ? ଷ୍ଟାର ପ୍ରଚାରକ ଲିଷ୍ଟରେ ରହିଛି ନାମ

ଲକ୍ଷ୍ନୌ,୨୮।୩: ଲୋକସଭା ନିର୍ବାଚନ ୨୦୨୪ ପାଇଁ ବିଗୁଲ ବାଜି ସାରିଛି ଏବଂ ଉତ୍ତରପ୍ରଦେଶର ୮୦ଟି ଆସନରେ ୭ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ୟୁପିରେ ପ୍ରଥମ...

ମୁଖତାର ଅନସାରି ଗୁରୁତର, ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୨୮।୩: ବାହୁବଳୀ ନେତା ମୁଖତାର ଅନସାରି ଗୁରୁତର ହୋଇପଡିଛନ୍ତି। ବାନ୍ଦା ଜେଲରେ ଥିବା ବେଳେ ତାଙ୍କର ସ୍ବାସ୍ଥ୍ୟ ବିଗିଡି ଯାଇଛି। ଏହା ପରେ ତାଙ୍କୁ ବାନ୍ଦା...

କେଜ୍‌ରିଓ୍ବାଲଙ୍କ ଗିରଫଦାରୀକୁ ନେଇ ଆମେରିକା ଦେଇଥିବା ମନ୍ତବ୍ୟ ଉପରେ କଡ଼ା ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୨୮।୩ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଗିରଫଦାରୀ ଏବଂ କଂଗ୍ରେସର ବ୍ୟାଙ୍କ ଆକାଉଣ୍ଟକୁ ଅଚଳ କରାଯିବା ଘଟଣା ଉପରେ ଆମେରିକାର ମନ୍ତବ୍ୟ ଅବାଞ୍ଛିତ ବୋଲି...

ଭାଜପା ସହ ହେଲା ନାହିଁ ମେଣ୍ଟ ତ ନବୀନ ଖେଳିଲେ ନୂଆ ଗେମ! ପୁରୁଷଙ୍କ ଟିକେଟ କାଟି ପତ୍ନୀମାନଙ୍କୁ କଲେ ପ୍ରାର୍ଥୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮।୩: ଓଡ଼ିଶାରେ ଶାସକ ବିଜୁ ଜନତା ଦଳ (ବିଜେଡି) ଆଗାମୀ ବିଧାନସଭା ନିର୍ବାଚନ ପାଇଁ ୪ ମହିଳାଙ୍କୁ ସେମାନଙ୍କ ସ୍ବାମୀଙ୍କ ସ୍ଥାନରେ ପ୍ରାର୍ଥୀ କରିଛି। ଏହି...

୧୪ ବର୍ଷର ବନବାସ ଶେଷ କରି କାହିଁକି ରାଜନୀତିକୁ ଫେରିଲେ ଛୋଟେ ମିଆଁ

ମୁମ୍ବାଇ,୨୮।୩: ବଲିଉଡ଼ ଅଭିନେତା ତଥା ପୂର୍ବତନ ଏମପି ଗୋବିନ୍ଦା ଗୁରୁବାର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନାରେ ଯୋଗ ଦେଇଛନ୍ତି। ମୁମ୍ବାଇ ଉତ୍ତର ପଶ୍ଚିମରେ ଶିବସେନାର...

ଇଡି ମୋ ସ୍ବାମୀଙ୍କୁ ହଇରାଣ କରୁଛନ୍ତି, ସେ ବହୁତ ଅସୁସ୍ଥ ଅଛନ୍ତି:ସୁନୀତା

ନୂଆଦିଲ୍ଲୀ,୨୮।୩: ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଗୁରୁବାର କୋର୍ଟରୁ ଆଶ୍ୱସ୍ତି ପାଇନାହାଁନ୍ତି ଏବଂ ତାଙ୍କୁ ଏପ୍ରିଲ ୧ ପର୍ଯ୍ୟନ୍ତ ଇଡି ରିମାଣ୍ଡରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri