ମୃତ୍ୟୁ ସଂଖ୍ୟା-ଦୈନିକ ସଂକ୍ରମଣ ପୁଣି ବଢ଼ିଲା…

ନୂଆଦିଲ୍ଲୀ, ୨।୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା କମିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୧ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୮ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି। ଚାଇନାରେ ଆତଙ୍କ ସୃଷ୍ଟି କରିଥିବା ବିଏଫ୍‌.୭ ଭାରିଆଣ୍ଟ ନେଇ ସତର୍କ ରହିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ତେବେ ଭାରତରେ ସଂକ୍ରମଣ ହେବାର କୌଣସି ଆଶଙ୍କା ନ ଥିବା ବିଶେଷଜ୍ଞ ମତପୋଷଣ କରିଛନ୍ତି। ମାସ୍କ ପିନ୍ଧିବା ଅଧିକରୁ ଅଧିକ ନମୁନା ପରୀକ୍ଷା କରିବା ଏବଂ ଟିକାକରଣକୁ ବଢ଼ାଇବା ପାଇଁ ସରକାରଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସରକାରଙ୍କ ପକ୍ଷରୁ ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖାଯାଇଛି। ଦୈନିକ ସଂକ୍ରମଣ-ସକ୍ରିୟ ମାମଲାକୁ ନେଇ ସରକାର ଚିନ୍ତାରେ ରହିଛନ୍ତି।

ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ି ଶହେ ଟପିଛି ତଳେ ରହିଛି। ଏହା ୧୨୮ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧୧୧ ଥିଲା।ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ଶୂନ ଥିଲା। ଏହି ସମୟରେ ସକ୍ରିୟ ମାମଲା ୧୮ ଶହ ତଳେ ରହିଛି। ଏହା ୧ ହଜାର ୭୬୩ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ହଜାର ୭୮୩ ଥିଲା। ସେହିପରି ୨୪ ଘଣ୍ଟାରେ ୧୪୭ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୮୩ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୪୧ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୮୩ ହଜାର ୨୩ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୫୦ ହଜାର ୫୧୯ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

WHOର ଭୟଙ୍କର ଭବିଷ୍ୟବାଣୀ: ୨୦୫୦ ସୁଦ୍ଧା ବିଶ୍ୱରେ…

ଓ୍ବାଶିଂଟନ୍‌,୧୪।୨: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(WHO)ର ଏକ ଚାଞ୍ଚଲ୍ୟକର ରିପୋର୍ଟ ପ୍ରକାଶ କରିଛି। ପ୍ରଥମ ଓ୍ବାଲର୍‌ଡ ରିପୋର୍ଟ ଅନ୍‌ ହିଅରିଂ ଅନୁଯାୟୀ, ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରାୟ ୨.୫…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri