ଭୂକମ୍ପ ମୃତକଙ୍କ ସଂଖ୍ୟା ୫୦ ହଜାର ଟପିବା ଆଶଙ୍କା…

ଜେନେଭା,୧୨।୨ :ତୁର୍କୀ ଏବଂ ସିରିଆରେ ହୋଇଥିବା ଭୂକମ୍ପ ବିନାଶ ସମଗ୍ର ବିଶ୍ୱରେ ଲୋକଙ୍କୁ ବ୍ୟଥିତ କରିଛି। ଏହି ଭୂକମ୍ପରେ ଏପର୍ଯ୍ୟନ୍ତ ୨୮ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଜାତିସଂଘର ରିଲିଫ ମୁଖ୍ୟ ମାର୍ଟିନ ଗ୍ରିଫିଥସଙ୍କ ଦ୍ୱାରା ପ୍ରକାଶିତ ଆଶଙ୍କା ଅଧିକ ହୃଦୟ ବିଦାରକ ହୋଇଛି। ମାର୍ଟିନ ଗ୍ରିଫିଥସ କହିଛନ୍ତି ଯେ ଏହି ଭୟଙ୍କର ଭୂମିକମ୍ପରେ ୫୦ ହଜାରରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଥିବା ଆଶଙ୍କା ରହିଛି।

ସେ କହିଛନ୍ତି ଯେ ପ୍ରକୃତରେ ମୁଁ ମୃତକଙ୍କ ସଂଖ୍ୟା ଗଣିବା ଆରମ୍ଭ କରି ନାହିଁ କିନ୍ତୁ ଧ୍ୱଂସସ୍ତୁପକୁ ଦେଖି ଏହା ସ୍ପଷ୍ଟ ଯେ ଏହି ମୃତକଙ୍କ ସଂଖ୍ୟା ୫୦ ହଜାରରୁ ଅଧିକ ହୋଇପାରେ। ସେ କହିଛନ୍ତି ଯେ ଶୀଘ୍ର ଅନୁସନ୍ଧାନ ଏବଂ ଉଦ୍ଧାର କାର୍ଯ୍ୟ ମାନବିକ ଏଜେନ୍ସି ପାଇଁ ରାସ୍ତା ତିଆରି କରିବ।

ଏହି ଭୂକମ୍ପରେ ସରକାରୀ ମୃତ୍ୟୁ ସଂଖ୍ୟା ତୁର୍କୀରେ ୨୪,୬୧୭ ଏବଂ ସିରିଆରେ ୩,୫୭୪ ରହିଛି। ହଜାର ହଜାର ଉଦ୍ଧାର କର୍ମଚାରୀ ଅଳିଆ ଗଦାରେ ଲୋକଙ୍କୁ ଖୋଜୁଛନ୍ତି। ମିଳିତ ଜାତିସଂଘ ପୂର୍ବରୁ ଚେତାବନୀ ଦେଇଥିଲା ଯେ ତୁର୍କୀ ଏବଂ ସିରିଆରେ ଅତି କମରେ ୮ ଲକ୍ଷ ୭୦ ହଜାର ଲୋକ ଲୋକ ଗରମ ଖାଦ୍ୟର ଆବଶ୍ୟକତା କରୁଛନ୍ତି ଏବଂ କେବଳ ସିରିଆରେ ୫ ଲକ୍ଷ ୩୦ ହଜାର ଲୋକ ବାସ ହରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’

ମୁମ୍ବାଇ,୫ା୮: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ବୁଧବାର କହିଛନ୍ତି।…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri