ଗିଡ଼ିପାବାଲି ଭୂସ୍ଖଳନ ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି ପାଇଲା, ୩୦ ଫୁଟ ଗଭୀର ପର୍ଯ୍ୟନ୍ତ ଖୋଜାଖୋଜି କରିବା ପରେ…

ଭଞ୍ଜନଗର,୫ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଗିଡ଼ିପାବାଲିରେ ଗତ ୨୮ ତାରିଖରେ ଭୂସ୍ଖଳନ ଯୋଗୁ ୧୩ ଜଣ ନିଖୋଜ ହୋଇଯାଇଥିଲେ। ସେମାନଙ୍କ ମଧ୍ୟରୁ ଦୁଇଜଣଙ୍କ ମୃତଦେହ ଦୁଇଦିନ ପୂର୍ବେ ଉଦ୍ଧାର କରାଯାଇଥିବା ବେଳେ ଗୁରୁବାର ଆଉ ୪ ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିବା ଆଶଙ୍କା କରାଯାଉଛି। ବର୍ତ୍ତମାନ ସୁଦ୍ଧା ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି ପାଇଛି।

ଭଞ୍ଜନଗର ଥାନା ଅଧିକାରୀ ଜୀବନାନନ୍ଦ ଜେନାଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳକୁ ଯାଇଛନ୍ତି। ଉଦ୍ଧାର କାର୍ଯ୍ୟରେ ଦମକଳ ବାହିନୀ, ଓଡ୍ରାଫ୍‌, ଏନ୍‌ଡିଆର୍‌ଏଫ୍‌, ରେଳ ବିଭାଗ ଓ ଏସ୍‌ଓଜି ବାହିନୀ ନିୟୋଜିତ ଅଛନ୍ତି।

ସୂଚନାଯୋଗ୍ୟ, ମଙ୍ଗଳବାର ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ, କନ୍ଧମାଳ ଜିଲାପାଳ ଓ କନ୍ଧମାଳ ଏସ୍‌ପି ପ୍ରମୁଖ ନିଖୋଜ ପରିବାରର ସଦସ୍ୟମାନଙ୍କ ସହ ଆଲୋଚନା କରିଥିଲେ। ଏହି ସମୟରେ ବର୍ଷା ଯୋଗୁ ଉଦ୍ଧାର କାର୍ଯ୍ୟ ବାଧାପ୍ରାପ୍ତ ହେଉଥିବା ଏବଂ ପ୍ରାୟ ୩୦ ଫୁଟ ଗଭୀର ପର୍ଯ୍ୟନ୍ତ ଖୋଜାଖୋଜି କରିବା ସତ୍ତ୍ୱେ ମୃତଦେହ ଥିବାର କୌଣସି ପ୍ରମାଣ ମିଳୁ ନ ଥିବା ପ୍ରଶାସନ ପକ୍ଷରୁ କୁହାଯାଇଥିଲା। ତେଣୁ ବୁଧବାର ବର୍ଷା ପାଇଁ ଖୋଜାଖୋଜି ବନ୍ଦ ରଖାଯାଇଥିଲା।

ଗୁରୁବାର ଓ ଶୁକ୍ରବାର ଆଉ ଦୁଇଦିନ ଉଦ୍ଧାର କାର୍ଯ୍ୟ ଜାରି ରଖିବାକୁ ସ୍ଥିର ହୋଇଥିଲା। ଏହି ସମୟ ମଧ୍ୟରେ ସଫଳତା ନ ମିଳିଲେ ପରିବାରର ପରମ୍ପରା ଓ ରୀତିନୀତି ଅନୁସାରେ ପ୍ରତୀକାତ୍ମକ ଶବଦାହ କରିବାକୁ ପ୍ରଶାସନ ପକ୍ଷରୁ ପ୍ରସ୍ତାବ ଦିଆଯାଇଥିଲା। ଏହାକୁ ନେଇ ନିଖୋଜଙ୍କ ପରିବାର ସଦସ୍ୟମାନେ ଦ୍ୱନ୍ଦ୍ୱରେ ଥିଲେ।

ତେବେ ଗୁରୁବାର ପୁନର୍ବାର ଉଦ୍ଧାର କାର୍ଯ୍ୟ ଆରମ୍ଭ ହେବା ପରେ ଆଉ ୪ ଜଣଙ୍କ ମୃତଦେହ ମିଳିଥିବା ଖବର ସାମ୍ନାକୁ ଆସିବା ଘଟଣାକୁ ନେଇ ନୂଆ ଆଶା ସଞ୍ଚାର ହୋଇଥିବା ବେଳେ ଉଦ୍ଧାର କାର୍ଯ୍ୟର ପୂର୍ବ ସ୍ଥିତିକୁ ନେଇ ମଧ୍ୟ ନାନା ପ୍ରଶ୍ନ ଉଠିଛି। ଅନ୍ୟପକ୍ଷରେ, ଏ ସମ୍ପର୍କରେ ଜଣେ ଅଧିକାରୀଙ୍କୁ ପଚାରିବାରୁ ସେ କହିଥିଲେ ଯେ, ବର୍ତ୍ତମାନ ସୁଦ୍ଧା ଏ ସମ୍ପର୍କିତ ସଠିକ୍‌ ତଥ୍ୟ ତାଙ୍କ ନିକଟରେ ପହଞ୍ଚିନାହିଁ। ସେ ଘଟଣାସ୍ଥଳକୁ ଯାଉଛନ୍ତି ଏବଂ ସେଠାରେ ପହଞ୍ଚିବା ପରେ ପ୍ରକୃତ ସ୍ଥିତି ଜଣାପଡ଼ିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: ସୂର୍ଯ୍ୟକୁମାର ଯାଦବ ପୁଣିଥରେ ଅଧିନାୟକ ଭାବେ ଫେରିବେ…

ନୂଆଦିଲ୍ଲୀ,୫।୧୧: ଭାରତୀୟ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଏକ ଦୀର୍ଘ ବିରତି ପରେ କ୍ରିକେଟକୁ ଫେରିବାକୁ ଯାଉଛନ୍ତିଏଥର ସେ ଅଧିନାୟକ ଭାବରେ ପ୍ରତ୍ୟାବର୍ତ୍ତନ କରୁଛନ୍ତି। ୨୦୨୬…

IND vs NZ: ଦ୍ୱିତୀୟ ଦିନିକିଆରେ ମାତ୍ର ଗୋଟିଏ ରନ ସଂଗ୍ରହ କରି ବଡ଼ ରେକର୍ଡ ଭାଙ୍ଗିବେ ବିରାଟ କୋହଲି…

ନୂଆଦିଲ୍ଲୀ,୫।୧୧: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ ଦିନିକିଆ ମ୍ୟାଚରେ ଭାରତର ମହାନ ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କ ପାଖରେ ଆଉ ଏକ ରେକର୍ଡ ଭାଙ୍ଗିବାର ସୁଯୋଗ ରହିଛି। ମାତ୍ର ଗୋଟିଏ…

ଫୁଟବଲ ଜଗତରୁ ଅବସର ନେଲେ କ୍ରିଷ୍ଟିଆନୋ ରୋନାଲ୍ଡୋ: ସ୍ବର୍ଣ୍ଣିମ ଅଧ୍ୟାୟର ଅନ୍ତ

ନୂଆଦିଲ୍ଲୀ,୫।୧୧: ଫୁଟବଲ ଜଗତରେ ଏକ ସ୍ବର୍ଣ୍ଣିମ ଅଧ୍ୟାୟର ଅନ୍ତ ଘଟିଛି। ପର୍ତ୍ତୁଗାଲର ମହାନ ଫୁଟବଲର୍‌ କ୍ରିଷ୍ଟିଆନୋ ରୋନାଲ୍ଡୋ ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଗୁରୁବାର ସୋସିଆଲ…

ବିଳାସପୂର୍ଣ୍ଣ ଫ୍ଲାଟ କିଣି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କଲେ ଏହି କ୍ରିକେଟର, ଦାମ ଜାଣିଲେ…

ନୂଆଦିଲ୍ଲୀ,୫।୧୧: ଅଜିଙ୍କ୍ୟ ରାହାଣେଙ୍କ ପତ୍ନୀ ରାଧିକା ମୁମ୍ବାଇରେ ମୋଟ ୨୪.୭୫ କୋଟି ଟଙ୍କା ମୂଲ୍ୟର ଦୁଇଟି ଆଲିସାନ ଫ୍ଲାଟ କିଣିଛନ୍ତି। ଆନ୍ତର୍ଜାତୀୟ ଏବଂ ଲିଗ କ୍ରିକେଟରୁ ଅବସର…

୪ ଉଇକେଟ୍‌, ୮ ମେଡେନ୍‌ ଓଭର: ପୁଣି ଚମକିଲେ ମହମ୍ମଦ ଶାମି

ନୂଆଦିଲ୍ଲୀ,୫।୧୧: ଭାରତୀୟ ଦଳର ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ଶାମି ପୁଣିଥରେ ନିଜ ବୋଲିଂର ଯାଦୁ ଦେଖାଇଛନ୍ତି। ୨୦୨୬-୨୭ ରଣଜୀ ଟ୍ରଫିରେ ବଙ୍ଗଳା ପକ୍ଷରୁ ଖେଳୁଥିବା ଶାମି…

ନ୍ୟୁଜିଲାଣ୍ଡକୁ ହରାଇବା ପରେ ICC ରାଙ୍କିଂରେ ଭାରତର ଦବଦବା, ବଢ଼ିଲା ରେଟିଂ ପଏଣ୍ଟ

ଅକଲାଣ୍ଡ,୫।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ ଆରମ୍ଭ ହୋଇଛି । ନଭେମ୍ବର ୪ ତାରିଖରେ ଅକଲାଣ୍ଡର ଇଡେନ୍‌ ପାର୍କରେ ଖେଳାଯାଇଥିବା…

ଭଞ୍ଜନଗରରେ ଚାଞ୍ଚଲ୍ୟ: ଗୁଣି ସନ୍ଦେହରେ ତ୍ରିନାଥଙ୍କୁ ପଥର ଛେଚି ହତ୍ୟା

ଭଞ୍ଜନଗର, ୫।୧୧ (ବାବୁଲା ପ୍ରଧାନ): ଆଧୁନିକ ସମାଜରେ ବିଜ୍ଞାନ ଓ ଶିକ୍ଷାର ପ୍ରସାର ସତ୍ତ୍ୱେ ଗ୍ରାମାଞ୍ଚଳରୁ ଅନ୍ଧବିଶ୍ୱାସ ଦୂର ହୋଇପାରୁନାହିଁ। ଗୁଣିଗାରେଡ଼ି ସନ୍ଦେହରେ ଜଣେ ୮୦ ବର୍ଷୀୟ…

ଅନାଥ ଝାନ୍‌ସୀଙ୍କୁ ପୋଷ୍ୟକନ୍ୟା ଭାବେ ଘୋଷଣା କଲେ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ, ଭୂସ୍ଖଳନରେ ମା’-ବାପାଙ୍କୁ ହରାଇ…

ରାଇକିଆ,୫ା୧୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ମାଣିକେଶ୍ୱର ପଞ୍ଚାୟତର ଡାଙ୍ଗିସି ଗ୍ରାମରେ ଭୂସ୍ଖଳନରେ ମାଟି ତଳେ ପୋତି ହୋଇ ଅଚ୍ୟୁତ ପ୍ରଧାନ, ସ୍ତ୍ରୀ ମାନସୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?