ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଲା: ଶ୍ମଶାନରୁ ଜଣାପଡୁଛି ସ୍ଥିତି…

ନୂଆଦିଲ୍ଲୀ,୨୬।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ତା ପରଦିନ ବଢ଼ିବାରେ ଲାଗିଛି। ମଙ୍ଗଳବାର କରୋନାରେ ୩,୫୧୧ ଜଣଙ୍କ ମୃତ୍ୟୁ ଘଟିଥିଲା, ସେହିପରି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୯୬ ହଜାର ୪୨୭ ଥିଲା। ତେବେ ଏହା ବୁଧବାର ପୁଣି ବଢ଼ିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୮ ହଜାର ୯୨୧ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୪,୧୫୭ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଅଧିକ ସଂଖ୍ୟକ ଆକାନ୍ତଙ୍କ ମୃତ୍ୟୁ ଘଟୁ ଥିବାରୁ ଅନ୍ତିମ ସଂସ୍କାର ପାଇଁ ସମସ୍ୟା ଦେଖାଦେଇଛି। ଶ୍ମଶାନ ଆଗରେ ଏବେ ବି ଧାଡ଼ିଧାଡ଼ି ମୃତଦେହ ରହିଥିବାର ଦେଖିବାକୁ ମିଳୁଛି। ଦେଶର ସ୍ଥିତି ସମ୍ପର୍କରେ ଶ୍ମଶାନରୁ ହିଁ ଜଣାପଡୁଛି। ବର୍ତ୍ତମାନ ସୁଦ୍ଧା ୨୦ କୋଟି ୬ ଲକ୍ଷ ୬୨ ହଜାର ୪୫୬ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୩ କୋଟି ୪୮ ଲକ୍ଷ ୧୧ ହଜାର ୪୯୬ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାସ ଆରମ୍ଭରୁ ମହଙ୍ଗା ମାଡ଼

ନୂଆଦିଲ୍ଲୀ,୧।୫: ମାସ ଆରମ୍ଭରୁ ବଢିଲା କମର୍ସିଆଲ ଏଲ୍‌ପିଜି ସିଲିଣ୍ଡର ଦର। ପ୍ରତି ସିଲିଣ୍ଡର ପିଛା ୧୦୪ ଟଙ୍କା ଟଙ୍କା ବୃଦ୍ଧି ପାଇଛି। ତେବେ ଘରୋଇ ସିଲିଣ୍ଡର...

ଭାଷଣ ବେଳେ ଚେତାଶୂନ୍ୟ ହୋଇ ପଡ଼ିଗଲେ ଗୁଜରାଟ ମୁଖ୍ୟମନ୍ତ୍ରୀ ରୂପାନି

ବଦୋଦରା, ୧୪।୨ : ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନି ବଦୋଦରାର ନିଜାମପୂରା ସ୍ଥିତ ମେହସାନାନଗରରେ ରବିବାର ସନ୍ଧ୍ୟାରେ ଏକ ଜନ ସମାବେଶକୁ ସମ୍ବୋଧିତ କଲା ବେଳେ...

କରୋନା ଆକ୍ରାନ୍ତ ଚିହ୍ନଟ ପରେ ମଲ୍ଲିକପଡି ଗ୍ରାମ କଣ୍ଟେନମେଣ୍ଟ ଜୋନ

ଜି ଉଦୟଗିରି, ୨୪।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି ଉଦୟଗିରି ବ୍ଲକ ମଲ୍ଲିକପଡ଼ି ପଞ୍ଚାୟତ ଅଞ୍ଚଳରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ଉକ୍ତ ପଞ୍ଚାୟତର ମଲ୍ଲିକପଡ଼ି,...

CORONAVIRUS UPDATE: ୯୯ କରୋନା ଆକ୍ରାନ୍ତ ସୁସ୍ଥ; ରାଜ୍ୟରେ ମୋଟ ସୁସ୍ଥ ହେଲେଣି ୬୪୯

ଭୁବନେଶ୍ୱର, ୨୫।୫(ବ୍ୟୁରୋ): ରାଜ୍ୟରେ ସୋମବାର ଆଉ ୯୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ବାଲେଶ୍ୱରରୁ ସର୍ବାଧିକ ୩୪ଜଣ ରହିଥିବା ବେଳେ ଗଞ୍ଜାମରୁ ୧୫ଜଣ...

ଶରଦ ପାୱାରଙ୍କୁ ଭେଟିଲେ ସୋନୁ ସୁଦ

ମୁମ୍ବାଇ,୧୩ ।୨: ବଲିଉଡ୍ ଅଭିନେତା ସୋନୁ ସୁଦ ବୁଧବାର ଏନ୍‌ସିପି ନେତା ଶରଦ ପାୱାରଙ୍କୁ ତାଙ୍କ ମୁମ୍ବାଇ ସ୍ଥିତ ବାସଭବନରେ ଭେଟିଛନ୍ତି । ସୂଚନାଯୋଗ୍ୟ, ସୋନୁ...

ବିଡିଏ ନିର୍ଦ୍ଦେଶକୁ ମାନିଲେନି ମଲ୍‌ କର୍ତ୍ତୃପକ୍ଷ:ଖୋଲାଖୋଲି ପାର୍କିଂ ଫି ଆଦାୟ କଲେ

ଭୁବନେଶ୍ୱର, ୧୮-୧୦ (ସ୍ଥିତପ୍ରଜ୍ଞ ମିଶ୍ର):ଭୁବନେଶ୍ୱରରେ ବିଭିନ୍ନ ବ୍ୟବସାୟିକ ପ୍ରତିଷ୍ଠାନ, ହସ୍ପିଟାଲ, ସିନେମା ହଲ୍‌, ମଲ୍‌, ଆପାର୍ଟମେଣ୍ଟରେ ପାର୍କିଂ ଫି ଆଦାୟ ବନ୍ଦ କରିବାକୁ ଭୁବନେଶ୍ୱର ଉନ୍ନୟନ...

ମହିଳାଙ୍କୁ ସାଲ୍ୟୁଟ କଲେ ରାହୁଲ

ନୂଆଦିଲ୍ଲୀ,୧୯।୫: ଲୋକ ସଭା ନିର୍ବାଚନର ଅନ୍ତିମ ପର୍ଯ୍ୟାୟ ମତଦାନ ଅବସରରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଦେଶର ସମସ୍ତ ମହିଳାଙ୍କୁ ସାଲ୍ୟୁଟ କରିଛନ୍ତି। ସେ ଟୁଇଟ୍‌...

ରେପୋ ରେଟ୍‌ କମାଇଲା ଆର୍‌ବିଆଇ: ୩ ମାସ ଋଣ କିସ୍ତି ବନ୍ଦ

ନୂଆଦିଲ୍ଲୀ,୨୭ା୩(ପି.ଟି.): କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ସରକାର ୨୧ ଦିନିଆ ଲକ୍‌ଡାଉନ ଘୋଷଣା କରିଥିବାରୁ ଏହା ଅର୍ଥନୀତିକୁ ଗୁରୁତର ପ୍ରଭାବିତ କରିଛି। ଏହି ପ୍ରଭାବକୁ...

Advertisement
Archives

Model This Week