ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଲା: ଶ୍ମଶାନରୁ ଜଣାପଡୁଛି ସ୍ଥିତି…

ନୂଆଦିଲ୍ଲୀ,୨୬।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ତା ପରଦିନ ବଢ଼ିବାରେ ଲାଗିଛି। ମଙ୍ଗଳବାର କରୋନାରେ ୩,୫୧୧ ଜଣଙ୍କ ମୃତ୍ୟୁ ଘଟିଥିଲା, ସେହିପରି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୯୬ ହଜାର ୪୨୭ ଥିଲା। ତେବେ ଏହା ବୁଧବାର ପୁଣି ବଢ଼ିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୮ ହଜାର ୯୨୧ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୪,୧୫୭ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଅଧିକ ସଂଖ୍ୟକ ଆକାନ୍ତଙ୍କ ମୃତ୍ୟୁ ଘଟୁ ଥିବାରୁ ଅନ୍ତିମ ସଂସ୍କାର ପାଇଁ ସମସ୍ୟା ଦେଖାଦେଇଛି। ଶ୍ମଶାନ ଆଗରେ ଏବେ ବି ଧାଡ଼ିଧାଡ଼ି ମୃତଦେହ ରହିଥିବାର ଦେଖିବାକୁ ମିଳୁଛି। ଦେଶର ସ୍ଥିତି ସମ୍ପର୍କରେ ଶ୍ମଶାନରୁ ହିଁ ଜଣାପଡୁଛି। ବର୍ତ୍ତମାନ ସୁଦ୍ଧା ୨୦ କୋଟି ୬ ଲକ୍ଷ ୬୨ ହଜାର ୪୫୬ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୩ କୋଟି ୪୮ ଲକ୍ଷ ୧୧ ହଜାର ୪୯୬ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।

Share