ପୁଣି ବଢ଼ିଲା ମୃତକଙ୍କ ସଂଖ୍ୟା, କମିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଲୀ,୫।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୩୨ ହଜାର ୨୬୪ ଥିବାବେଳେ ମୃତକଙ୍କ ସଂଖ୍ୟା ୨,୭୧୩ ଥିଲା । ତେବେ ଶନିବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିଥିବାବେଳେ ମୃତକଙ୍କ ସଂଖ୍ୟା ପୁଣି ବଢ଼ିିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୨୦ ହଜାର ୫୨୯ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୩,୩୮୦ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୧ ଲକ୍ଷ ୯୭ ହଜାର ୮୯୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୧୫ ଲକ୍ଷ ୫୫ ହଜାର ୨୪୮ ଜଣ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ୨୨ କୋଟି ୭୮ ଲକ୍ଷ ୬୦ ହଜାର ୩୧୩ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୬ କୋଟିରୁ ଅଧିକ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।

Share