Posted inଜାତୀୟ

ବିଷାକ୍ତ ମଦ ପିଇ ୩୦ ମୃତ୍ୟୁ: ତଦନ୍ତ ପାଇଁ ଗଠନ ହେଲା ୩ଜଣିଆ କମିଟି

ଅହମଦାବାଦ,୨୭ା୭: ଭାଜପା ଶାସିତ ଗୁଜରାଟରେ ବିଷାକ୍ତ ମଦ ପିଇ ୩୦ ଜଣଙ୍କ ଜୀବନ ଯାଇଛି। ଆହୁରି ୫୧ଜଣ ଅସୁସ୍ଥ ହୋଇ ସରକାରୀ ହସ୍ପିଟାଲଗୁଡ଼ିକରେ ଭର୍ତ୍ତି ହୋଇଛନ୍ତି। ଚିକିତ୍ସାଧୀନ ବ୍ୟକ୍ତିଙ୍କ ମଧ୍ୟରୁ କେତେଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି। ରାଜ୍ୟ ସରକାର ଏହାର ତଦନ୍ତ ପାଇଁ ଏକ ତିନିଜଣିଆ କମିଟି ଗଠନ କରିଛନ୍ତି। ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ ଗିରଫ କରାଯାଇଛି। ଗୁଜରାଟର ଏକ ଫ୍ୟାକ୍ଟ୍ରିରୁ ୪୦,୦୦୦ ଟଙ୍କାରେ ୬୦୦ ଲିଟର କେମିକାଲ କିଣାଯାଇଥିଲା। ସେଥିରେ ଅନ୍ୟ କେତେକ ରାସାୟନିକ ପଦାର୍ଥ ମିଶାଇ ମଦ ପ୍ରସ୍ତୁତ କରାଯାଇଥିଲା। ଅହମଦାବାଦ ଓ ବୋଟାଡ୍‌ ଜିଲାରେ ରବିବାର ଅନେକ ଲୋକ ସେହି ବିଷାକ୍ତ ମଦ ପିଇଥିଲେ। ବିଷକ୍ରିୟାରେ ୩୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଭାବନଗର ଓ ଅହମଦାବାଦ ସିଭିଲ ହସ୍ପିଟାଲରେ ୫୧ ଜଣ ଚିକିତ୍ସିତ ହେଉଛନ୍ତି। ଗୃହମନ୍ତ୍ରୀ ହର୍ଷ ସାଂଘଭି ପୋଲିସ ଆଇଜି ସୁଭାଷ ତ୍ରିବେଦୀଙ୍କ ଅଧ୍ୟକ୍ଷତାରେ ଏକ ୩ ଜଣିଆ ସ୍ବତନ୍ତ୍ର ତଦନ୍ତ କମିଟି ଗଠନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ୩ଦିନ ମଧ୍ୟରେ ତଦନ୍ତ ରିପୋର୍ଟ ଦାଖଲ କରିବାକୁ ସେ କହିଛନ୍ତି। ଅହମଦାବାଦର ଧନ୍ଧୁକାରେ ମଧ୍ୟ ଏପରି ୫ଟି ମାମଲା ସାମ୍ନାକୁ ଅସିଛି, ଯାହାର ତଦନ୍ତ କରାଯିବ ବୋଲି ଗୃହ ବିଭାଗ ପକ୍ଷରୁ ଜାରି ଏକ ବୟାନରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri