ମୃତ୍ୟୁ ସଂଖ୍ୟା ୨୭, ଦୈନିକ ସଂକ୍ରମଣରେ ସାମାନ୍ୟ ବ୍ରେକ୍‌…

ନୂଆଦିଲ୍ଲୀ, ୧୬।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ୍ର ସାମାନ୍ୟ ବ୍ରେକ୍‌ ଲାଗି ଏହା ଅଢ଼େଇ ହଜାର ତଳେ ରହିଛି। ଏହା ୨ ହଜାର ୨୦୨ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୩୦ ତଳେ ରହିଛି। ଏହା ୨୭ ରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା ୧୮ ହଜାର ତଳେ ରହିଛି। ଏହା ୧୭ ହଜାର ୩୧୭ ରହିଛି।

ସେହିପରି ୨୪ ଘଣ୍ଟାରେ ୨ ହଜାର ୫୫୦ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୪ ହଜାର ୨୪୧ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୧ ଲକ୍ଷ ୨୩ ହଜାର ୮୦୧ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୫ ଲକ୍ଷ ୮୨ ହଜାର ୧୪୩ ଜଣ ସୁସ୍ଥ ହୋଇ ସାରିଛନ୍ତି। ଗତ ୨୪ ଘଣ୍ଟାରେ ଦିଲ୍ଲୀରେ ସର୍ବାଧିକ ୬୧୩ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି କେରଳରେ ୪୨୮ ଜଣ, ହରିୟାଣାରେ ୩୦୨ ଜଣ, ମହାରାଷ୍ଟ୍ରରେ ୨୫୫ ଜଣ, ଉତ୍ତରପ୍ରଦେଶରେ ୧୫୩ ଜଣ, କର୍ନାଟକରେ ୧୨୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୯୧ କୋଟି ୪୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୬୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୨ କୋଟିରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧ ସେପ୍ଟେମ୍ୱରରୁ ମହଙ୍ଗା ହେବ ଅନଲାଇନ ସପିଂ! ପାର୍ସଲ ପ୍ରତି ଏତେ ବଢିଯିବ ଡେଲିଭରୀ ଚାର୍ଜ

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ବି ପାର୍ୱଣ ଋତୁରେ ଅନଲାଇନ ସପିଂ (Online Shopping) କରିବାକୁ ପ୍ରସ୍ତୁତି କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଜରୁରୀ ଖବର। ସେପ୍ଟେମ୍ୱର…

ଭାତପୁରା ସ୍କୁଲରେ ଅବ୍ୟବସ୍ଥା: ବିପଦରେ ୧୬୨ ଛାତ୍ରଛାତ୍ରୀ

ଜମନକିରା,୨୯।୮(ରବିନ୍ଦ୍ର ପ୍ରସାଦ ଦାନୀ): ଜମନକିରା ବ୍ଲକ ଡିମିରୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଭାତପୁରା ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭିତ୍ତିଭୂମିର ଦୁରବସ୍ଥା ଯୋଗୁଁ ୧୬୨ ଛାତ୍ରଛାତ୍ରୀ ବିପଦସଙ୍କୁଳ…

ସରକାରଙ୍କ ଚେଷ୍ଟା ଫେଲ୍‌! ପିଆଜ ଦର ୮୦ ଟଙ୍କା ପାର୍‌, ଜାଣନ୍ତୁ ନୂଆ ରେଟ୍‌ ଲିଷ୍ଟ

ନୂଆଦିଲ୍ଲୀ,୨୯।୮: ରୋଷେଇ ଘରରେ ପିଆଜ ଦର ପୁଣିଥରେ ସାଧାରଣ ଲୋକଙ୍କ ବଜେଟକୁ ପ୍ରଭାବିତ କରୁଛି। ଦେଶର ଅନେକ ଅଞ୍ଚଳରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖାଦେଇଛି। କିଛି…

ପୁଣି ସୃଷ୍ଟି ହେଲା ଲଘୁଚାପ: ୬ ଜିଲାରେ ଅତିପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୯।୮: ବଙ୍ଗୋପସାଗର ପାର୍ଶବର୍ତ୍ତୀ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସକାଳ ୫ଟା ୩୦ପେଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବାର ଜଣାପଡ଼ିଛି।…

ପୁନଃରୁଦ୍ଧାର ହେବ କେସିଙ୍ଗା କୋଣାର୍କ ସୂତାକଳ: ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା କୋଣାର୍କ ସୂତାକଳର ପୁନରୁଦ୍ଧାର,କାର୍ଯ୍ୟକ୍ଷମ ଓ ଘରୋଇକରଣ କରାଯିବା ପାଇଁ ରାଜ୍ୟ ସରକାରଙ୍କ ସମବାୟ ତଥା ହସ୍ତତନ୍ତ ଓ ବୟନଶିଳ୍ପ…

୩ ମାସ ମଧ୍ୟରେ ଟିମ୍‌ ଇଣ୍ଡିଆରେ ହେବ ବଡ଼ ପରିବର୍ତ୍ତନ ଆସିବ: ବାଦ୍‌ ପଡ଼ିପାରନ୍ତି ୪ ଖେଳାଳି

ନୂଆଦିଲ୍ଲୀ,୨୯।୮: IPL 2026 ଶେଷ ହେବା ପରେ ଭାରତୀୟ ଦଳ ତାର ଟେଷ୍ଟ କ୍ରିକେଟ ସିଜିନର ଏକ ଦୃଢ଼ ଆରମ୍ଭ କରିଛି। ଆଫଗାନିସ୍ତାନ ବିପକ୍ଷରେ ଏକ ମାତ୍ର…

ବନ୍ୟା ଉଜାଡ଼ିଲା ଚାଷୀଙ୍କ ସ୍ବପ୍ନ: ଜମି ବାଲିଚର, ଧାନଫସଲ ପଚି ନଷ୍ଟ

ଭବାନୀପାଟଣା,୨୯ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ଼ ଓ କଲମପୁର ବ୍ଲକର ହାତୀ ନଦୀକୁଳିଆ ଚାଷୀଙ୍କ ସ୍ବପ୍ନ ବନ୍ୟା ଉଜାଡ଼ିଦେଇଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳର ଚାଷୀମାନେ ଚିନ୍ତାରେ…

ତେଲରେ ମିଶ୍ରଣ ଅଭିଯୋଗରେ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୨୫୭୩ ପେଟ୍ରୋଲ ପମ୍ପ ଉପରେ ଲାଗିଲା ରୋକ, ତାଲିକାରେ…

ନୂଆଦିଲ୍ଲୀ,୨୯।୮: ଦେଶରେ ମିଶ୍ରିତ ପେଟ୍ରୋଲ ବିକ୍ରି କରୁଥିବା ପେଟ୍ରୋଲ ପମ୍ପ ବିରୋଧରେ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଦୀର୍ଘଦିନ ଧରି ପେଟ୍ରୋଲରେ ମିଶ୍ରଣ ଏବଂ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri