ମୃତ୍ୟୁ ସଂଖ୍ୟା ୩୦ ତଳେ…

ନୂଆଦିଲ୍ଲୀ, ୯।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୩ ହଜାର ଟପିଛି। ଏହା ୩ ହଜାର ୨୦୭ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୩୦ ତଳେ ରହିଛି। ଏହା ୨୯ ରହିଛି।

ଏହି ସମୟରେ ସକ୍ରିୟ ମାମଲା ୨୦ ହଜାର ଟପିଛି। ଏହା ୨୦ ହଜାର ୪୦୩ ରହିଛି। ସେହିପରି ୨୪ ଘଣ୍ଟାରେ ୩ ହଜାର ୪୧୦ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୪ ହଜାର ୯୩ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୧ ଲକ୍ଷ ୫ ହଜାର ୪୦୧ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୫ ଲକ୍ଷ ୬୦ ହଜାର ୯୦୫ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଗତ ୨୪ ଘଣ୍ଟାରେ ଦିଲ୍ଲୀରେ ସର୍ବାଧିକ ୧,୪୨୨ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ହରିୟାଣାରେ ୫୧୩ ଜଣ, କେରଳରେ ୩୮୧ ଜଣ, ମହାରାଷ୍ଟ୍ରରେ ୨୨୪ ଜଣ କର୍ନାଟକରେ ୧୧୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୯୦ କୋଟି ୩୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୫୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୧ କୋଟି ୬୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।

ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥଗିତ ହେଲା OSSTET-୨୦୨୬ ପରୀକ୍ଷା: ବୁଧବାର ହେବାର ଥିଲା, ପୁଣି ଏହି ଦିନ…

ଭୁବନେଶ୍ବର,୨୯।୯: ସ୍ଥଗିତ ହେଲା ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) । ବୁଧବାର ଏହି ପରୀକ୍ଷା ହେବାକୁ ଥିବା ବେଳେ ସ୍ଥଗିତ ନେଇ ଘୋଷଣା…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

ଜ୍ଞାନେଶ କୁମାରଙ୍କ ବିରୋଧରେ ଦାଏର ଆବେଦନର ଶୁଣାଣି କରିବେ ସୁପ୍ରିମକୋର୍ଟ; ଏହା ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ବୋଲି କହିଲେ ଓକିଲ

ନୂଆଦିଲ୍ଲୀ,୨୯।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଏକପାଖିଆ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରୁଥିବା ଏକ ଆବେଦନ ଉପରେ ସୁପ୍ରିମକୋର୍ଟ ଆସନ୍ତା ସପ୍ତାହରେ ଶୁଣାଣି କରିବେ। ମଙ୍ଗଳବାର…

କମିବ LPG-Petrolର ମୂଲ୍ୟ, ଶେଷ ହେବ ହର୍ମୁଜ ପ୍ରସଙ୍ଗ, ଇରାନ ଯୁଦ୍ଧକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ବଡ ଘୋଷଣା

ଓ୍ବାଶିଂଟନ,୨୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ବିବାଦ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରି କହିଛନ୍ତି ଯେ ଏହି ଯୁଦ୍ଧ ଶୀଘ୍ର ଶେଷ…

ହୋଟେଲରେ ଯୁବତୀଙ୍କୁ ନିର୍ଯାତନା; ଅଚେତ ଅବସ୍ଥାରେ ବଳାତ୍କାର, ଆପତ୍ତିଜନକ ଭିଡିଓ କରି ଭାଇରାଲ୍‌ କଲେ ଯୁବକ

ପାଟନା,୨୯।୯: ବିହାରର ବେଗୁସରାଇରେ ଜଣେ ଯୁବତୀଙ୍କୁ ହୋଟେଲକୁ ନେଇ ମାଡ଼ ମାରିବା ଏବଂ ବଳାତ୍କାର କରିବା ଅଭିଯୋଗ ସାମ୍ନାକୁ ଆସିଛି । ଏହାପରେ ଯୁବତୀଙ୍କ ଆପତ୍ତିଜନକ ଭିଡିଓ…

ପ୍ରଥମଥର ପାଇଁ ଆରମ୍ଭ ହେଲା ‘ଅଲ-ଫର୍ମାଟ’ ଟୁର୍ନାମେଣ୍ଟ: କ୍ରିକେଟ୍‌ ଜଗତରେ ଚହଳ, ଜାଣନ୍ତୁ ଏହା କ’ଣ

ଢାକା,୨୯।୯: କ୍ରିକେଟ୍‌ରେ ନୂଆ ପରୀକ୍ଷଣ କରିବାକୁ ଯାଉଛି ବାଂଲାଦେଶ। ତମିମ ଇକବାଲଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ‘ଡି-୩’ ବା ‘ଡୋମେଷ୍ଟିକ ୩’ ନାମରେ ଏକ…

କେତେ ବର୍ଷର ହେଲେ ଅଭିଜିତ ଦୀପକେ? ଜନ୍ମଦିନର ଶୁଭେଚ୍ଛା ଜଣାଇ ଆଶୁତୋଷ ରଙ୍କା କହିଲେ…

ନୂଆଦିଲ୍ଲୀ,୨୯।୯: ‘କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଆଜି ଦେଶ ତଥା ବିଦେଶରୁ ଜନ୍ମଦିନର ଶୁଭେଚ୍ଛା ମିଳୁଛି। CJPର ସହ-ଆବାହକ ତଥା ମୁଖପାତ୍ର ଆଶୁତୋଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?