କମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୪ ଜୀବନ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ରାଜ୍ୟରେ ପୁଣି ଦୈନିକ ସଂକ୍ରମଣ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍‌। ଗୁରୁବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୪୪ ଜଣଙ୍କ ପ୍ରାଣହାନୀ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩,୭୬୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯ଜଣ ମୃତ୍ୟୁ ଘଟିଛି। ସେହିପରି ବରଗଡ଼ ଓ କଟକରୁ ଜିଲାରୁ ୫ଜଣ ପ୍ରାଣ ହରାଇଥିବା ବେଳେ ଅନୁଗୋଳ ଏବଂ ପୁରୀରୁ ୪ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିଭଳି ଗଞ୍ଜାମ, କେନ୍ଦ୍ରାପଡ଼ା ଓ ସୁନ୍ଦରଗଡ଼ରୁ ୩ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ନୟାଗଡ଼ ଓ ସମ୍ବଲପୁର ଜିଲାରୁ ୨ଜଣ ଲେଖାଏଁ ଏବଂ ବୌଦ୍ଧ, ଭଦ୍ରକ, ଢ଼େଙ୍କାନାଳ ଓ ମାଲକାନଗିରିରେ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା...

୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିପଜ୍ଜନକ ସ୍ତରରେ ହିଟ୍‌ଓ୍ବେଭ୍‌, ଚିନ୍ତା ବଢ଼ାଇଲା ଆଇଏମଡି ରିପୋର୍ଟ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳ ସାଢ଼େ ୮ଟାରେ ୬୪% ଆର୍ଦ୍ରତା...

୨୧ରୁ ତାତିରେ ଲାଗିବ ବ୍ରେକ୍‌, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା...

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri