ପୁଣି ବଢ଼ିଲା ମୃତ୍ୟୁସଂଖ୍ୟା…

ନୂଆଦିଲ୍ଲୀ, ୨୭।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ୧ ହଜାର ୪୨୧ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୪୯ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା କମିବାରେ ଲାଗିଛି। ଏହି ସମୟରେ ସକ୍ରିୟ ମାମଲା ୨୦ ହଜାର ତଳେ ରହିଛି। ଏହା ୧୬ ହଜାର ୧୮୭ ରହିଛି। ସେହିପରି ୨୪ ଘଣ୍ଟାରେ ୧ ହଜାର ୮୨୬ ଜଣ ସୁସ୍ଥ ହୋଇଛନ୍ତି।

ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୧ ହଜାର ୪ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୦ ଲକ୍ଷ ୧୯ ହଜାର ୪୫୩ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୪ ଲକ୍ଷ ୮୨ ହଜାର ୨୬୨ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଗତ ୨୪ ଘଣ୍ଟାରେ କେରଳର ସର୍ବାଧିକ ୪୯୬ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ମିଜୋରାମ୍‌ରେ ୧୪୬ ଜଣ, ମହାରାଷ୍ଟ୍ରରେ ୧୩୮ ଜଣ ଏବଂ ଦିଲ୍ଲୀରେ ୧୨୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୮୨ କୋଟି ୯୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୨୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୯ କୋଟିରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri