ପୁଣି ବଢ଼ିଲା ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୭।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୫ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି କମିଛି। ଦୈନିକ ସଂକ୍ରମଣ ୨ ଶହ ତଳେ ରହିଛି। ଏହା ବଢ଼ି ୧୬୬ ରହିଛି। ଗୋଟିଏ ଦିନ ତଳେ ଏହା ୧୬୫ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୫ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨ ଥିଲା। କେରଳରେ ୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଉତ୍ତରପ୍ରଦେଶ ଏବଂ କର୍ନାଟକରେ ଜଣେ ଜଣେଙ୍କର ମୃତ୍ୟୁ ଘଟିଛି। ଏହି ସମୟରେ ସକ୍ରିୟ ମାମଲା କମି ୪ ହଜାର ୨୫୫ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୪ ହଜାର ୩୪୫ ଥିଲା। ସେହିପରି ୨୪ ଘଣ୍ଟାରେ ୨୫୧ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୩୧୯ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୬୩୮ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୭୩ ହଜାର ୯୪୯ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୩୯ ହଜାର ୫୬ ଜଣ ସୁସ୍ଥ ହୋଇ ସାରିଛନ୍ତି। ସେହିପରି ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।

Share