ମୃତ୍ୟୁ ସଂଖ୍ୟା ୧୦, ଦୈନିକ ସଂକ୍ରମଣ ଅଢ଼େଇ ହଜାର ତଳେ…

ନୂଆଦିଲ୍ଲୀ, ୧୦।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ଅଢ଼େଇ ହଜାର ତଳେ ରହିଛି। ଏହା ୨ ହଜାର ୨୮୮ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୦ ରହିଛି।

ଏହି ସମୟରେ ସକ୍ରିୟ ମାମଲା ୨୦ ହଜାର ତଳେ ରହିଛି। ଏହା ୧୯ ହଜାର ୬୩୭ ରହିଛି। ସେହିପରି ୨୪ ଘଣ୍ଟାରେ ୩ ହଜାର ୪୪ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୪ ହଜାର ୧୦୩ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୧ ଲକ୍ଷ ୭ ହଜାର ୬୮୯ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୫ ଲକ୍ଷ ୬୩ ହଜାର ୯୪୯ ଜଣ ସୁସ୍ଥ ହୋଇ ସାରିଛନ୍ତି।

ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୯୦ କୋଟି ୫୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୫୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୧ କୋଟି ୭୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।

ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଗତ ୨୪ ଘଣ୍ଟାରେ ଦିଲ୍ଲୀରେ ସର୍ବାଧିକ ୭୯୯ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ହରିୟାଣାରେ ୩୭୧ ଜଣ, କେରଳରେ ୩୨୪ ଜଣ, ଉତ୍ତରପ୍ରଦେଶରେ ୨୧୮ ମହାରାଷ୍ଟ୍ରରେ ୧୨୧ ଜଣ, କର୍ନାଟକରେ ୧୧୨, ରାଜସ୍ଥାନରେ ୧୦୨ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ହତ୍ୟାକାଣ୍ଡ: ମୁଖ୍ୟ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର କଲା ପୋଲିସ

ପୁରୀ,୨୪ା୬(ଅଜିତ କୁମାର ମହାନ୍ତି): ପୁରୀରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବଳିଆପଣ୍ଡା ଥାନା ଅଞ୍ଚଳରେ ଜଣେ ହୋଟେଲ ମାଲିକଙ୍କୁ ବୀଭତ୍ସ ହତ୍ୟା…

ହ୍ରାସ ପାଉଛି ଜମିର ଉର୍ବରତା: ଜୈବିକ ପଦ୍ଧତିରେ ଚାଷ କରିବାକୁ ଆହ୍ବାନ

ଦାରିଙ୍ଗବାଡ଼ି,୨୪ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟ ପରିସରରେ ବିକାଶର ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମର ଶେଷ ଦିବସ ଅବସରରେ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ…

ଅବସରର ସପ୍ତାହେ ପୂର୍ବରୁ ଗିରଫ ହେଲେ ନିର୍ବାହୀ ଯନ୍ତ୍ରୀ: ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ମାଡ଼ିବସିଲା ଭିଜିଲାନ୍ସ

ରାୟଗଡା,୨୪।୬: ରାୟଗଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ବାହୀ ଯନ୍ତ୍ରୀ ପ୍ରସନ୍ନ ପଟ୍ଟନାୟକ ଗିରଫ କରିଛି। ଭିଜିଲାନ୍ସ। ୨ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଥିଲେ ପ୍ରସନ୍ନ। କାର୍ଯ୍ୟ…

ବନ୍ଦ ହୋଇଯିବ ବରଗଡ଼ ସିମେଣ୍ଟ କାରଖାନା, ତେଜିଲା ଅସନ୍ତୋଷ

ବରଗଡ଼,୨୪ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସିମେଣ୍ଟ କାରଖାନା ଆସନ୍ତା ଅଗଷ୍ଟ ୧୯ରୁ କାରଖାନା ସମ୍ପୂର୍ଣ୍ଣ ବନ୍ଦ ହୋଇଯିବ। କାରଖାନା କର୍ତ୍ତୃପକ୍ଷ ଏ ନେଇ ଗତ ୧୯ ତାରିଖ ଭାରତ…

ସଂଶୋଧିତ ତାଲିକାରେ ବି ବଢ଼ିଲା ତ୍ରୁଟି: ଦକ୍ଷତାକୁ ନେଇ ବଡ଼ ପ୍ରଶ୍ନବାଚୀ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପାଇଁ ବଢ଼ୁଛି ବିବାଦ। ପ୍ରତିଦିନ ପାଠ୍ୟପୁସ୍ତକରେ ତ୍ରୁଟି ନେଇ ନୂଆ ନୂଆ ତଥ୍ୟ ପଦାକୁ ଆସୁଛି। ପାଠ୍ୟପୁସ୍ତକରେ ତ୍ରୁଟି…

ପଳାତକ ନୀରବ ମୋଦିଙ୍କୁ ଲାଗିଲା ଜୋରଦାର ଝଟକା: ଫେରାଇବେ ୧୦୦ କୋଟି ଟଙ୍କା

ନୂଆଦିଲ୍ଲୀ,୨୪।୬: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କୁ ଲଣ୍ଡନ ହାଇକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଏକ ଋଣ ବିବାଦରେ ବ୍ୟାଙ୍କ ଅଫ ଇଣ୍ଡିଆ ସପକ୍ଷରେ ରାୟ…

ସ୍ବାମୀ ସ୍ମାର୍ଟ ଚାଷୀ, ସ୍ତ୍ରୀ ରୋଲ ମଡେଲ: ମଫସଲରେ ସଫଳ ସ୍ମାର୍ଟ ଫାର୍ମିଂ

ବଲାଙ୍ଗୀର,୨୪ା୬(ବୀରେନ୍ଦ୍ର କୁମାର ଝାଙ୍କର): ଚାଷୀ ଦମ୍ପତିଙ୍କ କଠିନ ପରିଶ୍ରମ, ଗଭୀର ଆତ୍ମବିଶ୍ୱାସ ଏବଂ ସରକାରୀ ଯୋଜନାଗୁଡ଼କର ଉପଯୁକ୍ତ ସମନ୍ବୟ ଏବେ ବଲାଙ୍ଗୀର ଜିଲାରେ ସ୍ବାବଲମ୍ବନ ଓ ସଫଳତାର…

କାଦୁଅ ରାସ୍ତା, ଅଧାବାଟରୁ ଫେରିଲା ମୁଖ୍ୟମନ୍ତ୍ରୀ ବସ୍‌

ଲୋଇସିଂହା,୨୪।୬(ସୁଶାନ୍ତ ବାରିକ):ବର୍ଷାରେ କେନାଲ ରାସ୍ତା କାଦୁଅ ହୋଇ ପଡିଥିବାରୁ ଆଗଲପୁରରୁ ପଟୁଆପାଲିକୁ ଚାଲୁଥିବା ମୁଖ୍ୟମନ୍ତ୍ରୀ ବସ୍‌ ଗତ ଦୁଇ ଦିନ ହେବ ଅଧାବାଟରୁ ଫେରୁଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri