Posted inUncategorized

ବିଷାକ୍ତ ଗ୍ୟାସ୍‌ ଲିକ୍‌ରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି

ଲୁଧିଆନା,୩୦ା୪: ପଞ୍ଜାବର ଲୁଧିଆନା ଜିଲା ଗେସ୍‌ପୁରା ଅଞ୍ଚଳରେ ଥିବା ଏକ ଫ୍ୟାକ୍ଟ୍ରିରେ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହୋଇ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ହୋଇଛି। ମୃତକଙ୍କ ମଧ୍ୟରେ ୫ଜଣ ମହିଳା ୪ଜଣ ପୁରୁଷ ଏବଂ ୨ଜଣ ନାବାଳକ ଥିବା ଜଣାପଡିଛି। ଅସୁସ୍ଥଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଉଦ୍ଧାରକାରୀ ଦଳ, ଡାକ୍ତରୀ ଟିମ୍‌, ଆମ୍ବୁଲାନ୍ସ ଓ ଅଗ୍ନିଶମ କର୍ମଚାରୀଙ୍କୁ ସେଠାରେ ନିୟୋଜିତ କରାଯାଇଛି। ସେହିପରି ଏନ୍‌ଡିଆର୍‌ଏଫ୍‌ର ୫୦ ଜଣିଆ ଟିମ୍‌ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ଗ୍ୟାସ୍‌ ଲିକ୍‌ର କାରଣ ଖୋଜୁଛି। ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ୍‌ ଏହାକୁ ଅତ୍ୟନ୍ତ ଦୁଃଖଦ ଘଟଣା ବୋଲି ଅଭିହିତ କରିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି।…

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା।…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

BCCI ଆଗରେ ଏମିତି ଡିମାଣ୍ଡ ରଖିଲେ ଅଜିତ ଅଗରକର: ହେବ କି ପୂରଣ

ନୂଆଦିଲ୍ଲୀ,୧୯।୩: ଟି୨୦ ବିଶ୍ୱକପରେ ଭାରତର ବିଜୟ ପରେ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ବିସିସିଆଇ ସାମ୍ନାରେ ଏକ ଡିମାଣ୍ଡ ରଖିଛନ୍ତି। ଅଗରକର ୨୦୨୭ ଏକଦିବସୀୟ ବିଶ୍ୱକପ ପର୍ଯ୍ୟନ୍ତ…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri