ପ୍ରବଳ ଗରମ, ୧୩ ଶହ ଯାତ୍ରୀଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୨୪।୬: ଚଳିତ ବର୍ଷ ଭାରତରେ ପ୍ରବଳ ଗରମ ଅନୁଭୂତ ହୋଇଥିବା ବେଳେ ସାଉଦୀ ଆରବରେ ଏବେ ସ୍ଥିତି ଅସମ୍ଭାଳ ହୋଇଛି । ଏଠି ପାଖାପାଖି ୧୩ ଶହରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ସରକାର ସୂଚନା ଦେଇଛନ୍ତି । ବିଭିନ୍ନ ଦେଶରୁ ହଜ୍‌ ପାଇଁ ଆସିଥିବା ଯାତ୍ରୀ ପ୍ରବଳ ଗରମରୁ ପ୍ରାଣ ହରାଉଛନ୍ତି । ମକ୍କା ସହରରେ ତାପମାତ୍ରା ୫୦ ଡିଗ୍ରୀ ପାର କରିଛି ।

ହଜ ପାଇଁ ମକ୍କା ଯାଇଥିବା ଭାରତୀୟ ଯାତ୍ରୀଙ୍କ ମଧ୍ୟରୁ ବର୍ତ୍ତମାନ ପର୍ଯ୍ୟନ୍ତ ୯୮ ରୁ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଚଳିତ ବର୍ଷ ପାଖାପାଖି ୧ ଲକ୍ଷ ୭୫ ହଜାର ଭାରତୀୟ ମକ୍କା ଯାତ୍ରା କରିଛନ୍ତି। ଏମାନଙ୍କର ମୃତ୍ୟୁ ପ୍ରାକୃତିକ କାରଣରୁ ହୋଇଛି ବୋଲି ସାଉଦୀ ସରକାର କହିଛନ୍ତି ।

ସାଉଦୀ ଆରବର ମକ୍କାରେ ଗତ ଶୁକ୍ରବାର ପର୍ଯ୍ୟନ୍ତ ୧ ହଜାରରୁ ଅଧିକ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ସେଠାକାର ସରକାର ସୂଚନା ଦେଇଥିଲେ । ମୃତକଙ୍କ ମଧ୍ୟରେ ଅଧିକାଂଶ ଇଜିପ୍ଟର ଯାତ୍ରୀ ରହିଛନ୍ତି । ଜଣେ ଯାତ୍ରୀଙ୍କର ଦଳାଚକଟାରେ ମୃତ୍ୟୁ ହୋଇଥିବା ବେଳେ ବାକି ସମସ୍ତେ ଗରମ କାରଣରୁ ପ୍ରାଣ ହରାଇଛନ୍ତି । ମୃତକମାନଙ୍କ ମଧ୍ୟରେ ବିଭିନ୍ନ ଦେଶର ନାଗରିକ ରହିଛନ୍ତି । ଜୋର୍ଡାନର ପାଖାପାଖି ୬୦ ଜଣ ହଜ ଯାତ୍ରୀଙ୍କର ଏଠି ମୃତ୍ୟୁ ହୋଇଥିବା ଓମାନର ଜଣେ ଅଧିକାରୀ ସୂଚନା ଦେଇଥିଲେ।

ସାଉଦି ଆରବର ସ୍ଥିତି ଏବେ ଅସମ୍ଭାଳ ହୋଇ ପଡ଼ିଛି । ପୂର୍ବରୁ ଗରମରେ ଅନେକ ଲୋକଙ୍କ ଜୀବନ ଯାଇଥିବା ବେଳେ ଏବେ ଏଠାରେ ସମସ୍ତ ରେକର୍ଡ ଭାଙ୍ଗିଛି ତାପମାତ୍ରା ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri