ପ୍ରବଳ ଗରମ, ୧୩ ଶହ ଯାତ୍ରୀଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୨୪।୬: ଚଳିତ ବର୍ଷ ଭାରତରେ ପ୍ରବଳ ଗରମ ଅନୁଭୂତ ହୋଇଥିବା ବେଳେ ସାଉଦୀ ଆରବରେ ଏବେ ସ୍ଥିତି ଅସମ୍ଭାଳ ହୋଇଛି । ଏଠି ପାଖାପାଖି ୧୩ ଶହରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ସରକାର ସୂଚନା ଦେଇଛନ୍ତି । ବିଭିନ୍ନ ଦେଶରୁ ହଜ୍‌ ପାଇଁ ଆସିଥିବା ଯାତ୍ରୀ ପ୍ରବଳ ଗରମରୁ ପ୍ରାଣ ହରାଉଛନ୍ତି । ମକ୍କା ସହରରେ ତାପମାତ୍ରା ୫୦ ଡିଗ୍ରୀ ପାର କରିଛି ।

ହଜ ପାଇଁ ମକ୍କା ଯାଇଥିବା ଭାରତୀୟ ଯାତ୍ରୀଙ୍କ ମଧ୍ୟରୁ ବର୍ତ୍ତମାନ ପର୍ଯ୍ୟନ୍ତ ୯୮ ରୁ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଚଳିତ ବର୍ଷ ପାଖାପାଖି ୧ ଲକ୍ଷ ୭୫ ହଜାର ଭାରତୀୟ ମକ୍କା ଯାତ୍ରା କରିଛନ୍ତି। ଏମାନଙ୍କର ମୃତ୍ୟୁ ପ୍ରାକୃତିକ କାରଣରୁ ହୋଇଛି ବୋଲି ସାଉଦୀ ସରକାର କହିଛନ୍ତି ।

ସାଉଦୀ ଆରବର ମକ୍କାରେ ଗତ ଶୁକ୍ରବାର ପର୍ଯ୍ୟନ୍ତ ୧ ହଜାରରୁ ଅଧିକ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ସେଠାକାର ସରକାର ସୂଚନା ଦେଇଥିଲେ । ମୃତକଙ୍କ ମଧ୍ୟରେ ଅଧିକାଂଶ ଇଜିପ୍ଟର ଯାତ୍ରୀ ରହିଛନ୍ତି । ଜଣେ ଯାତ୍ରୀଙ୍କର ଦଳାଚକଟାରେ ମୃତ୍ୟୁ ହୋଇଥିବା ବେଳେ ବାକି ସମସ୍ତେ ଗରମ କାରଣରୁ ପ୍ରାଣ ହରାଇଛନ୍ତି । ମୃତକମାନଙ୍କ ମଧ୍ୟରେ ବିଭିନ୍ନ ଦେଶର ନାଗରିକ ରହିଛନ୍ତି । ଜୋର୍ଡାନର ପାଖାପାଖି ୬୦ ଜଣ ହଜ ଯାତ୍ରୀଙ୍କର ଏଠି ମୃତ୍ୟୁ ହୋଇଥିବା ଓମାନର ଜଣେ ଅଧିକାରୀ ସୂଚନା ଦେଇଥିଲେ।

ସାଉଦି ଆରବର ସ୍ଥିତି ଏବେ ଅସମ୍ଭାଳ ହୋଇ ପଡ଼ିଛି । ପୂର୍ବରୁ ଗରମରେ ଅନେକ ଲୋକଙ୍କ ଜୀବନ ଯାଇଥିବା ବେଳେ ଏବେ ଏଠାରେ ସମସ୍ତ ରେକର୍ଡ ଭାଙ୍ଗିଛି ତାପମାତ୍ରା ।


Enter your email to get our daily news in your inbox.

All Right Reserved By Dharitri.Com

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri