ଦୀଘା ଉପକୂଳ ଅଲିଭରିଡ୍‌ଲେଙ୍କ ମୃତ୍ୟୁ ଉପତ୍ୟକା

ଭୋଗରାଇ,୧୦।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ସୀମାନ୍ତ ଦୀଘା ଉପକୂଳ ଏବେ ଅଲିଭ ରିଡ୍‌ଲେଙ୍କ ମୃତ୍ୟୁ ଉପତ୍ୟକା ପାଲଟିଛି। ଶତାଧିକ ଟ୍ରଲର ଓଡ଼ିଶା ଜଳରାଶି ମଧ୍ୟକୁ ଅବାଧରେ ପଶିବା ଓ ବାଲେଶ୍ୱର ଜିଲା କୀର୍ତ୍ତନିଆ ସହିତ ବାହାବଳପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ବହୁ ମାଛଧରା ଟ୍ରଲର ଗଭୀର ସମୁଦ୍ରରେ ମାଛ ମାରୁଥିବାରୁ ଅଣ୍ଡାଦାନ ପାଇଁ ଆସୁଥିବା ଅଲିଭରିଡ୍‌ଲେ ଟ୍ରଲର ଲୁହା ଫ୍ୟାନ୍‌ରେ କଟିଯାଇ କ୍ଷତବିକ୍ଷତ ହୋଇ ମୃତ୍ୟୁବରଣ କରୁଛନ୍ତି। ଏହି ମୃତ ଅଲିଭରିଡ୍‌ଲେ ସମୁଦ୍ର ଜୁଆରରେ ଭାସି ଆସି କୂଳରେ ଲାଗୁଛନ୍ତି। ଏପରିକି ସମୁଦ୍ରକୂଳ ନିର୍ଜନ ସ୍ଥାନରେ ପଡ଼ି ସମଗ୍ର ପରିବେଶ ଦୁର୍ଗନ୍ଧମୟ ହେଉଛି। ମୃତ ଅଲିଭରିଡ୍‌ଲେଙ୍କୁ କାଉ, କୁକୁର, ବିଲୁଆ ଟାଣି ଖିନଭିନ୍‌ କରୁଛନ୍ତି। ଦୀଘା ଉପକୂଳରେ ଗତମାସଠାରୁ ଅଲିଭରିଡ୍‌ଲେଙ୍କ ଅଦ୍ୟାବଧି ମୃତ୍ୟୁ ସଂଖ୍ୟା ୧୦ରୁ ଊର୍ଦ୍ଧ୍ୱ ହୋଇଥିବା ବେଳେ ଗୁରୁବାର ଏକ ବିରଳ ପ୍ରଜାତିର ଅଲିଭରିଡ୍‌ଲେ ସମୁଦ୍ରରେ ଭାସି ଆସି କୂଳରେ ଲାଗିଛି। ଏହାର ଓଜନ ଏକ କୁଇଣ୍ଟାଲରୁ ଅଧିକ ହେବ ବୋଲି ମତ୍ସ୍ୟଜୀବୀ ପ୍ରକାଶ କରିଛନ୍ତି।
ତାଳସାରୀ ବେଳାଭୂମିରେ ଗତବର୍ଷ ୭ଟି ଅଲିଭରିଡ୍‌ଲେଙ୍କ ବିଭିନ୍ନ କାରଣରୁ ମୃତ୍ୟୁ ଘଟି କୂଳରେ ଲାଗିଥିବା ଉଦୟପୁର ବନବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସମ୍ଭବତଃ ଏହ ଅଲିଭରିଡ୍‌ଲେ ଅଣ୍ଡାଦାନ ନିମନ୍ତେ ଉପକୂଳମୁହାଁ ହେଉଥିବାରୁ ବେପରୁଆ ମାଛଧରା ଟ୍ରଲର ଧକ୍କା ଏବଂ ମତ୍ସ୍ୟଜୀବୀଙ୍କ ଜାଲରେ ଛନ୍ଦି ହୋଇ ଛଟପଟ ହୋଇ ମୃତ୍ୟୁବରଣ କରୁଥିବା ବନବିଭାଗ କହିଛି। ଗତବର୍ଷ ତାଳସାରୀ ସୁବର୍ଣ୍ଣଦ୍ୱୀପରେ ୪ଟି ଅଲିଭ୍‌ ରିଡ୍‌ଲେ ଅଣ୍ଡାଦାନ କରିଥିବା ବେଳେ ଚଳିତବର୍ଷ ପାଗ ଅନୁକୂଳ ଓ ସୁରକ୍ଷା ଦୃଷ୍ଟିରୁ ନିଷିଦ୍ଧଜୋନ୍‌ରେ ଅଧିକ ଅଲିଭ୍‌ରିଡ୍‌ଲେଙ୍କ ଅଣ୍ଡାଦାନ ସମ୍ଭାବନା ରହିଛି। ଉଦୟପୁରଠାରୁ କୀର୍ତ୍ତନିଆ ପର୍ଯ୍ୟନ୍ତ ୮କି.ମି. ଦୂର ଉପକୂଳରେ ସୁରକ୍ଷା ପାଇଁ ବନବିଭାଗ ପକ୍ଷରୁ କର୍ମଚାରୀଙ୍କୁ ନିଯୁକ୍ତି ପ୍ରଦାନ ସହିତ ସଚେତନତା, ସ୍ବଚ୍ଛତା ଏବଂ ୧୦ କି.ମି. ସମୁଦ୍ର ମଧ୍ୟକୁ ପାଟ୍ରୋଲିଂ ବ୍ୟବସ୍ଥା କରାଯାଇଛି ବୋଲି ବନପାଳ ପରମାନନ୍ଦ ନାୟକ ଓ ବନରକ୍ଷୀ ସଞ୍ଜୟ ମହାନ୍ତି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri