ଟିକା ନେବାର ଘଣ୍ଟାକ ପରେ ମୃତ୍ୟୁ ଅଭିଯୋଗ

ଛେଣ୍ଡିପଦା,୧୨ା୬(ସ୍ବ.ପ୍ର.): କୋଭିଡ୍‌ ଟିକା ନେବାର ଘଣ୍ଟାକ ପରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ଶୁକ୍ରବାର ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ମୃତକ ହେଲେ ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଖମାର ଗ୍ରାମର ଶରତ ଚନ୍ଦ୍ର ସେନାପତି (୫୮)। ଅଭିଯୋଗ ପାଇ ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ, ଥାନା ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ନିୟମ ଅନୁଯାୟୀ ମୃତଦେହ ବ୍ୟବଚ୍ଛେଦ ନିମନ୍ତେ କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ (ଏସ୍‌ସିବି) ମେଡିକାଲ କଲେଜକୁ ପଠାଇଛନ୍ତି।
ଅଭିଯୋଗ ଅନୁଯାୟୀ, ଛେଣ୍ଡିପଦା ଥାନା ବରସାହି ପଞ୍ଚାୟତରେ କୋଭିଡ୍‌ ଟିକାର ପ୍ରଥମ ଡୋଜ୍‌ ଦିଆଯାଉଥିଲା। ପୂର୍ବାହ୍ନ ୧୦ଟା ବେଳେ ଖମାର ଗ୍ରାମର ଶରତ ଚନ୍ଦ୍ର ସେନାପତି ଓ ତାଙ୍କ ସ୍ତ୍ରୀ ରଜନୀ ସେନାପତି କୋଭିଡ୍‌ ଟିକା ନେଇଥିଲେ। ସେଠାରେ ଥିବା ନିରୀକ୍ଷଣ ଗୃହରେ ଶରତ ଅଧଘଣ୍ଟା ବିଶ୍ରାମ ନେବା ପରେ ସାଇକେଲ ଯୋଗେ ଘରକୁ ଫେରିଥିଲେ। ହେଲେ ଘରେ ପହଞ୍ଚିବାର ୧୫ ମିନିଟ୍‌ ପରେ ତାଙ୍କ ଦେହ ଥରିଥିଲା। ଏହାପରେ ଶରତଙ୍କ ମୃତ୍ୟୁ ହୋଇଯାଇଥିଲା। ଘଟଣା ସମ୍ପର୍କରେ ତୁରନ୍ତ ପରିବାର ଲୋକେ ବାଗଡିଆ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ରାଜଲକ୍ଷ୍ମୀ ସାହୁ ଓ ଏଏନ୍‌ଏମ୍‌ ଗେଲି ପ୍ରଧାନଙ୍କୁ ଜଣାଇଥିଲେ। ଡାକ୍ତରୀ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଶରତଙ୍କୁ ମୃତ ଘୋଷଣା କରିଥିଲେ। ଏପରି ଖବରପାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଆଶିଷ ପାଣି, ବିପିଏମ୍‌ ସଞ୍ଜୟ ବେହେରା, ମାଜିଷ୍ଟ୍ରେଟ ପ୍ରକାଶ ଚନ୍ଦ୍ର ନାୟକ ଓ ଥାନା ଅଧିକାରୀ ସୁଶାନ୍ତ ସିଂ ପ୍ରମୁଖ ପହଞ୍ଚି ତଦନ୍ତ କରିବା ସହିତ ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ହେଲେ ସେଠାରେ ବ୍ୟବଚ୍ଛେଦ କରା ନ ଯାଇ କଟକ ଏସ୍‌ସିବି ପଠାଯାଇଥିବା ବାଗଡିଆ ଫାଣ୍ଡି ଅଧିକାରୀ ଆଶିଷ ଦାଶ ପ୍ରକାଶ କରିଛନ୍ତି। ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ପାଣି କହିଛନ୍ତି, ଟିକା ନେବା ପରେ ସମ୍ପୃକ୍ତ ବ୍ୟକ୍ତିଙ୍କ ମୃତ୍ୟୁ ନେଇ ପରିବାର ଲୋକେ ଅଭିଯୋଗ କରିଥିଲେ। ସରକାରୀ ନିୟମ ଅନୁଯାୟୀ ଏପରି ଘଟଣାରେ ମୃତଦେହ ନିକଟସ୍ଥ ମେଡିକାଲ କଲେଜରେ ବ୍ୟବଚ୍ଛେଦ କରାଯିବ। ତେଣୁ ମୃତଦେହ କଟକ ପଠାଯାଇଛି। ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡ଼ିବ। ଅନୁଗୋଳ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ କହିଛନ୍ତି, ଟିକା ନେବା ପରେ ଶରତଙ୍କୁ ଅଧଘଣ୍ଟା ନିରୀକ୍ଷଣରେ ରଖାଯାଇଥିଲା। ତେବେ ଘରକୁ ଯିବା ପରେ ତାଙ୍କର ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ନିୟମ ଅନୁଯାୟୀ ମେଡିକାଲ କଲେଜର ବିଶେଷଜ୍ଞମାନଙ୍କ ଦ୍ୱାରା ମୃତଦେହ ବ୍ୟବଚ୍ଛେଦ କରାଯିବ। ତେଣୁ ମୃତଦେହ କଟକ ପଠାଯାଇଥିବା ଜିଲାପାଳ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

୧୩୭ ଅଭିଯୋଗ ଶୁଣିଲେ ଅଧିକାରୀ: ଖୁବଶୀଘ୍ର ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସଭାଗୃହ ପରିସରରେ ସୋମବାର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri