ଅଗଣାରେ ଛିଡ଼ା ହୋଇଥିଲା ମୃତ୍ୟୁ

କେନ୍ଦୁଝର/ତେଲକୋଇ୧୭।୨: କେନ୍ଦୁଝର ଜିଲା ତେଲକୋଇ ରେଞ୍ଜ ଅଧୀନ ଜଗମୋହନପୁର ଗ୍ରାମରେ ଏକ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଜାନକୀ ପ୍ରଧାନ। ଘଟଣାକୁ ନେଇ ଗ୍ରାମରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ସୂଚନା ଯୋଗ୍ୟ, ମଙ୍ଗଳବାର ରାତିରେ ଜନକୀ ଘରୁ ବାହାରକୁ ଆସିଥିଲେ। ସେତିକିବେଳେ ସେ ଘର ଅଗଣାରେ ଏକ ଦନ୍ତା ହାବୁଡରେ ପଡିଯାଇଥିଲେ। ଦନ୍ତାଟି ତାଙ୍କୁ ଦଳିଦେଇଥିଲା। ଖବର ପାଇ ବନ କର୍ମଚାରୀ ଓ ପୋଲିସ ପହଞ୍ଚି ଥିଲେ। ହେଲେ ଗ୍ରାମବାସୀ ପରିବାର ଲୋକଙ୍କୁ କ୍ଷତିପୂରଣ ଓ ସୁରକ୍ଷା ଦାବି କରିଥିଲେ। ବୁଝାଶୁଝା କରିବା ସହ ୪୦ ହଜାର ଅନୁକମ୍ପା ମୂଳକ ସହାୟତା ଏବଂ ପରେ ଅଧିକ କ୍ଷତିପୂରଣ ଦେବା ପାଇଁ ସହମତି ପ୍ରକାଶ ପାଇବା ପରେ ଗ୍ରାମବାସୀ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ଛାଡିଥିଲେ। ଚଳିତ ବର୍ଷ ହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨ଜଣ ଆହତ ହୋଇଥିବା ରେଞ୍ଜ ଅଧିକାରୀ ପ୍ରମୋଦ ସେଠୀ କହିଛନ୍ତି। କେନ୍ଦୁଝର ଡିଏଫଓ ସ୍ବୟମ ମଲ୍ଲିକ କହିଛନ୍ତି, କ୍ଷତିଗ୍ରସ୍ତ ପରିବାରଙ୍କୁ ସହାୟତା ଦେବା ସହ ହାତୀର ଗତିବିଧି ଉପରେ ନଜର୍‌ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ରାଜ୍ୟସ୍ତରୀୟ ଓପନ୍ ଟ୍ରାପ୍ ସୁଟିଂ ଚାମ୍ପିୟନସିପ୍-୨୦୨୬: ସ୍ୱର୍ଣ୍ଣ ପଦକ ଜିତିଲେ ଥୁଆମୂଳ ରାମପୁରର ଶୁଭମ

ଥୁଆମୂଳ ରାମପୁର,୨୨ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ୍ ପାଇଁ ଗୌରବ । ଅନୁଗୁଳ ଜିଲା ତାଳଚେରସ୍ଥିତ ‘ରାଜା ହୃଦୟ ଚନ୍ଦ୍ର ଦେବ ସୁଟିଂ କମ୍ପ୍ଲେକ୍ସ’ଠାରେ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri