ଝାରସୁଗୁଡ଼ା ଅଫିସ,୬।୧୦ ଝାରସୁଗୁଡ଼ା ଜିଲା ବଡମାଲସ୍ଥିତ ଏସ୍ଏମ୍ସି ଆଇରନ ରୋଲିଂ ମିଲ ପ୍ରକଳ୍ପରେ ବୁଧବାର ଦୁର୍ଘଟଣା ଘଟି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି । ମୃତ ଶ୍ରମିକ ଜଣଙ୍କ ହେଲେ ଝାଡଖଣ୍ଡ ବାରାକୋଟାର ବନମାଳା ବୋଇପାଇ(୨୦)। ପ୍ରକଳ୍ପ ପରିସରରେ ଏକ କ୍ରେନ୍ କାର୍ଯ୍ୟକରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା । ଏଥିରେ ସମ୍ପୃକ୍ତ ଶ୍ରମିକ ଜଣଙ୍କ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ଝାରସୁଗୁଡା ଏକ ଘରୋଇ ହସ୍ପିଟାଲକୁ ଚିକିତ୍ସା ପାଇଁ ନିଆଯାଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବରପାଇ ବଡମାଲ ପୋଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି । ଏ ନେଇ ପୋଲିସ ବଡମାଲ ଥାନାରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି । ମୃତ ଶ୍ରମିକଙ୍କ କ୍ଷତିପୂରଣ ଦାବିରେ ପ୍ରକଳ୍ପରେ ଚାପାଉତ୍ତେଜନା ଦେଖା ଦେଇଛି। ପୋଲିସ ପହଞ୍ଚି ଘଟଣା ସମ୍ପର୍କରେ ନଜର ରଖିଛି।
Posted inଆମ ଜିଲା ଖବର, ଝାରସୁଗୁଡ଼ା View All
ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ
ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…
ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…
ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ…
ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…
ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…
ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ
ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…
ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍ ବଢ଼ାଉଛି ଚିନ୍ତା
ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…
ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…
ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…
ଭଉଣୀ ଘରକୁ ଆସି ଗାଁକୁ ଫେରୁଥିଲେ, ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଛିଟିକି ପଡ଼ିଲା ବାଇକ୍, ଦୁଇ ଜଣ…
ଥୁଆମୂଳ ରାମପୁର,୨୯।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବରା-କଲେଜ ଛକ ମଧ୍ୟବର୍ତ୍ତୀ ଡୁମେର ଗଛ ବୁଲାଣି ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୬:୧୦…
କେସିଙ୍ଗାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୨୧ ଦୋକାନରୁ ୧୩ ହଜାର ଜରିମାନା, ୩୮ କେଜି ବାସି ଖାଦ୍ୟ ନଷ୍ଟ
କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବିଭିନ୍ନ ହୋଟେଲ, ରେଷ୍ଟୁରାଣ୍ଟ ଓ ମିଠା ଦୋକାନଗୁଡ଼ିକରେ ଶନିବାର କଳାହାଣ୍ଡି ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଆକସ୍ମିକ ଚଢ଼ାଉ…
Archives

