ଦିବ୍ୟ ହାତୀବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି

ପୁରୀ ଅଫିସ, ୧୪।୬: ଆଜି ସ୍ନାନବେଦୀରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ପରେ ଦୁର୍ଲଭ ଗଜବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଏହି ଦେବଦୁର୍ଲଭ ଦର୍ଶନ ପାଇଁ ଲକ୍ଷାଧିକ ଭକ୍ତଙ୍କ ଭିଡ଼ ଲାଗିଛି।

ଆଜି ଭୋର ସାଢ଼େ ୩ଟାରେ ମଙ୍ଗଳାର୍ପଣ ପରେ ୪ଟାରେ ଆରମ୍ଭ ହୋଇଥିଲା ଧାଡ଼ି ପହଣ୍ଡି ବିଜେ। ସକାଳ ସାଢେ ୭.୪୦ଟା ସୁଦ୍ଧା ଚତୁର୍ଦ୍ଧାମୂର୍ତ୍ତି ସ୍ନାନ ମଣ୍ଡପରେ ବିରାଜ କରିଥିଲେ। ୭.୫୫ରେ ମଦନମୋହନ ବିଜେ କରିଥିଲେ। ୧୧.୨୦ରେ ଜଳବିଜେ ଓ ୧୨.୪୫ରେ ଜଳ ଲାଗି ଶେଷ ହୋଇଥିଲା। ଅପରାହ୍ନ ୨.୪୦ରେ ଛେରାପହଁରା ହୋଇଥିଲା। ୩ଟାରେ ହାତୀବେଶ ଆରମ୍ଭ ହୋଇଥିଲା। ୩ଟା ୫୦ରେ ହାତୀବେଶ ଶେଷ ହୋଇଥିଲା। ଏହା ପରେ ଠାକୁରମାନେ ଦିବ୍ୟ ହାତୀବେଶରେ ଭକ୍ତଗଣଙ୍କୁ ଦର୍ଶନ ଦେଉଛନ୍ତି। ସନ୍ଧ୍ୟା ୬ଟାରୁ ରାତି ୯ଟା ୩୦ ପର୍ଯ୍ୟନ୍ତ ମେଳା ଦର୍ଶନ ଚାଲିବ।