ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲରେ ‘ଦେବଦୂତ’

ଭୁବନେଶ୍ୱର, ୨୨ା୭(ବ୍ୟୁରୋ): ଈଶା ଭିଜନ ବ୍ୟାନରରେ ପ୍ରସ୍ତୁତ କ୍ଷୁଦ୍ର ଚଳଚ୍ଚିତ୍ର ‘ଦେବଦୂତ’ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ ପ୍ରଶଂସା ସାଉଁଟିଛି। ମହାରାଷ୍ଟ୍ରର ଔରଙ୍ଗାବାଦ ସହରରେ ଅନୁଷ୍ଠିତ ରୋଷନି ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲରେ ୫ଟି ବିଶେଷ ବିଭାଗରେ ଏହି ଚଳଚ୍ଚିତ୍ର ୮ରୁ ଅଧିକ ପୁରସ୍କାର ହାତେଇଛି। ଏହି ଫିଲ୍ମ ଫେଷ୍ଟିଭାଲ ଅଷ୍ଟ୍ରେଲିଆର ୱାଏସ୍‌ଏ ସ୍କ୍ରିନ ମିଡିଆ ଏବଂ ଜିଭିକେଏମ୍‌ ପିକ୍ଚର୍ସର ମିଳିତ ସହଭାଗିତାରେ ଅନୁଷ୍ଠିତ ହୋଇଥିଲା। ଭାରତର ପ୍ରାୟ ୧୨ଶହ ଏବଂ ବିଦେଶରୁ ୮ଶହରୁ ଊର୍ଦ୍ଧ୍ୱ ଚଳଚ୍ଚିତ୍ର ଏଥିରେ ଅଂଶଗ୍ରହଣ କରିଥିଲେ। ତେବେ ସମସ୍ତ ବିଭାଗରୁ ସର୍ବଶ୍ରେଷ୍ଠ କ୍ଷୁଦ୍ର ଚଳଚ୍ଚିତ୍ରରେ ‘ଦେବଦୂତ’ ତୃତୀୟ ସ୍ଥାନ ହାସଲ କରିଥିବାବେଳେ ସର୍ବଶ୍ରେଷ୍ଠ ପ୍ରଯୋଜନା ବିଭାଗରେ ଚତୁର୍ଥ ସ୍ଥାନ ହାସଲ କରିଛି । ସନ୍ନ୍ୟାସୀ ମହାରଣାଙ୍କ ନିର୍ଦ୍ଦେଶିତ ତଥା ପ୍ରଯୋଜିତ ‘ଦେବଦୂତ’ର ଶ୍ରେଷ୍ଠ କାହାଣୀ ସଂଳାପ ପାଇଁ ଯୁବକବି ରନତ୍ାକର ଶୀୟ, ଶ୍ରେଷ୍ଠ ଚିତ୍ରୋତ୍ତଲନ ପାଇଁ ଟୁଟୁ ପ୍ରଧାନ ଏବଂ ସର୍ବଶ୍ରେଷ୍ଠ ପୋଷ୍ଟର ପାଇଁ ସ୍ମାର୍ଟ ଡିଜିଟାଲର ଟିକିରି ବେହେରା ସମ୍ମାନିତ ହୋଇଛନ୍ତି। ଭିନ୍ନ ଏକ କାହାଣୀ ଏବଂ ପରିକଳ୍ପନା ନେଇ ପ୍ରସ୍ତୁତ ଏହି ଚଳଚ୍ଚିତ୍ର ପୂର୍ବରୁ ଦୁଇଟି ଜାତୀୟ ସ୍ତରର ପ୍ରତିଯୋଗିତାରେ ଶ୍ରେଷ୍ଠ ବିବେଚିତ ହୋଇସାରିଛି। କିନ୍ନରମାନଙ୍କର ସଂଘର୍ଷ ଏବଂ ସମର୍ପଣର କାହାଣୀକୁ ନେଇ ଯୁବ ସିନେ ନିର୍ଦ୍ଦେଶକ ସନ୍ନ୍ୟାସୀଙ୍କ ଦ୍ୱାରା ପ୍ରସ୍ତୁତ ଏହି ଚଳଚ୍ଚିତ୍ର ଚଳିତବର୍ଷ ‘ଚିତ୍ର ଭାରତୀ ସମ୍ମାନ’ ପାଇଁ ମନୋନୟନ ପ୍ରକ୍ରିୟାରେ ରହିଥିବା ଦେବଦୂତ ଟିମ୍‌ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri