ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲରେ ‘ଦେବଦୂତ’

ଭୁବନେଶ୍ୱର, ୨୨ା୭(ବ୍ୟୁରୋ): ଈଶା ଭିଜନ ବ୍ୟାନରରେ ପ୍ରସ୍ତୁତ କ୍ଷୁଦ୍ର ଚଳଚ୍ଚିତ୍ର ‘ଦେବଦୂତ’ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ ପ୍ରଶଂସା ସାଉଁଟିଛି। ମହାରାଷ୍ଟ୍ରର ଔରଙ୍ଗାବାଦ ସହରରେ ଅନୁଷ୍ଠିତ ରୋଷନି ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲରେ ୫ଟି ବିଶେଷ ବିଭାଗରେ ଏହି ଚଳଚ୍ଚିତ୍ର ୮ରୁ ଅଧିକ ପୁରସ୍କାର ହାତେଇଛି। ଏହି ଫିଲ୍ମ ଫେଷ୍ଟିଭାଲ ଅଷ୍ଟ୍ରେଲିଆର ୱାଏସ୍‌ଏ ସ୍କ୍ରିନ ମିଡିଆ ଏବଂ ଜିଭିକେଏମ୍‌ ପିକ୍ଚର୍ସର ମିଳିତ ସହଭାଗିତାରେ ଅନୁଷ୍ଠିତ ହୋଇଥିଲା। ଭାରତର ପ୍ରାୟ ୧୨ଶହ ଏବଂ ବିଦେଶରୁ ୮ଶହରୁ ଊର୍ଦ୍ଧ୍ୱ ଚଳଚ୍ଚିତ୍ର ଏଥିରେ ଅଂଶଗ୍ରହଣ କରିଥିଲେ। ତେବେ ସମସ୍ତ ବିଭାଗରୁ ସର୍ବଶ୍ରେଷ୍ଠ କ୍ଷୁଦ୍ର ଚଳଚ୍ଚିତ୍ରରେ ‘ଦେବଦୂତ’ ତୃତୀୟ ସ୍ଥାନ ହାସଲ କରିଥିବାବେଳେ ସର୍ବଶ୍ରେଷ୍ଠ ପ୍ରଯୋଜନା ବିଭାଗରେ ଚତୁର୍ଥ ସ୍ଥାନ ହାସଲ କରିଛି । ସନ୍ନ୍ୟାସୀ ମହାରଣାଙ୍କ ନିର୍ଦ୍ଦେଶିତ ତଥା ପ୍ରଯୋଜିତ ‘ଦେବଦୂତ’ର ଶ୍ରେଷ୍ଠ କାହାଣୀ ସଂଳାପ ପାଇଁ ଯୁବକବି ରନତ୍ାକର ଶୀୟ, ଶ୍ରେଷ୍ଠ ଚିତ୍ରୋତ୍ତଲନ ପାଇଁ ଟୁଟୁ ପ୍ରଧାନ ଏବଂ ସର୍ବଶ୍ରେଷ୍ଠ ପୋଷ୍ଟର ପାଇଁ ସ୍ମାର୍ଟ ଡିଜିଟାଲର ଟିକିରି ବେହେରା ସମ୍ମାନିତ ହୋଇଛନ୍ତି। ଭିନ୍ନ ଏକ କାହାଣୀ ଏବଂ ପରିକଳ୍ପନା ନେଇ ପ୍ରସ୍ତୁତ ଏହି ଚଳଚ୍ଚିତ୍ର ପୂର୍ବରୁ ଦୁଇଟି ଜାତୀୟ ସ୍ତରର ପ୍ରତିଯୋଗିତାରେ ଶ୍ରେଷ୍ଠ ବିବେଚିତ ହୋଇସାରିଛି। କିନ୍ନରମାନଙ୍କର ସଂଘର୍ଷ ଏବଂ ସମର୍ପଣର କାହାଣୀକୁ ନେଇ ଯୁବ ସିନେ ନିର୍ଦ୍ଦେଶକ ସନ୍ନ୍ୟାସୀଙ୍କ ଦ୍ୱାରା ପ୍ରସ୍ତୁତ ଏହି ଚଳଚ୍ଚିତ୍ର ଚଳିତବର୍ଷ ‘ଚିତ୍ର ଭାରତୀ ସମ୍ମାନ’ ପାଇଁ ମନୋନୟନ ପ୍ରକ୍ରିୟାରେ ରହିଥିବା ଦେବଦୂତ ଟିମ୍‌ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

ଏମିତି ଜାଗାରେ ଅଟୋଗ୍ରାଫ ଦେଲେ ପୁଟିନ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା

ମସ୍କୋ,୩୦।୮: ଏକ କାରଖାନା ପରିଦର୍ଶନ ସମୟରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଚାଇନା-ଡିଜାଇନ କାରରେ ଯାତ୍ରା କରିଥିଲେ ଏବଂ ନିଜେ ଏହାକୁ ଚଲାଇଥିଲେ। ରୁଷିଆ ନିର୍ମିତ,…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

୧୩ ବର୍ଷର ଚାକିରି ପରେ IAS ପଦରୁ ଦିବ୍ୟାଙ୍କ ଇସ୍ତଫା, ଭାଇରାଲ ହେଉଛି ଫେସବୁକ୍ ପୋଷ୍ଟ

ଲକ୍ଷ୍ନୌ,୩୦ା୮:: ଉତ୍ତରପ୍ରଦେଶ କ୍ୟାଡରର IAS ଅଧିକାରୀ ଦିବ୍ୟା ମିତ୍ତଲ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ପ୍ରାୟ ୧୩ ବର୍ଷ ଧରି ପ୍ରଶାସନିକ ସେବାରେ ରହିବା ପରେ…

ସୋଫିଆଙ୍କୁ ନେଇ ବଡ଼ ଖୁଲାସା କଲେ ମୋକିମ୍, ବିଧାନସଭା ନିର୍ବାଚନରେ କଂଗ୍ରେସରୁ ନୁହେଁ ଏହି ଦଳରୁ ଲଢ଼ିବେ

ଭୁବନେଶ୍ବର,୩୦ା୮: ସୋଫିଆ ଫିର୍ଦୋସଙ୍କୁ ନେଇ ବଡ଼ ଖୁଲାସା କରିଛନ୍ତି ବାପା ମହମ୍ମଦ ମୋକିମ୍ । ଆସନ୍ତା ବିଧାନସଭା ନିର୍ବାଚନରେ ଓଡ଼ିଶା ଜନତା କଂଗ୍ରେସରୁ ଲଢିବେ ସୋଫିଆ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri