ଆଜି ଦେବଗଡ଼ ବନ୍ଦ

ଦେବଗଡ଼,୨୨ା୮(ଡି.ଏନ୍‌.ଏ.): ଦେବଗଡ଼ ଜିଲାରେ ଆଜି ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଛି । କ୍ଷତିଗ୍ରସ୍ତ ଚାଷୀଙ୍କୁ ପ୍ରଧାନମନ୍ତ୍ରୀ ଫସଲ ବୀମା ରାଶି ପ୍ରଦାନ ଦାବିରେ ଏହି ବନ୍ଦ ପାଳନ କରାଯାଉଛି। ଦେବଗଡ଼ ଜିଲା କୃଷକ ସଙ୍ଘର୍ଷ ସଂଘ ପକ୍ଷରୁ ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରାଯାଉଛି। ଫଳରେ ଗାଡ଼ିମୋଟର ଓ ବ୍ୟବସାୟିକ ପ୍ରତିଷ୍ଠାନ ଏବେ ବନ୍ଦ ରହିଥିବା ବେଳେ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟକୁ ମଧ୍ୟ ବନ୍ଦ କରାଯିବ। କୃଷକ ସଙ୍ଘର୍ଷ ସଂଘ ସଭାପତି ସେମ୍‌ ହେମ୍ରମଙ୍କ ନେତୃତ୍ୱରେ ବହୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ୪୯ ନମ୍ବର ଜାତୀୟ ରାଜପଥ ଅବରୋଧ କରାଯାଇଥିବାରୁ ଶତାଧିକ ଗାଡ଼ି ଅଟକି ରହିଛି। ଗତବର୍ଷ ଖରିଫ ଋତୁରେ ସ୍ବଳ୍ପ ବର୍ଷା ଯୋଗୁଁ ଜିଲାରେ ମରୁଡ଼ି ସମସ୍ୟା ଦେଖାଯାଇଥିଲା । ମାତ୍ର କ୍ଷତିଗ୍ରସ୍ତ ଚାଷୀଙ୍କୁ ଆଜିପର୍ଯ୍ୟନ୍ତ ଫସଲ ବୀମା ଟଙ୍କା ପ୍ରଦାନ କରାଯାଇନାହିଁ। ଫଳରେ କୃଷକ ସଙ୍ଘର୍ଷ ସଂଘ ପକ୍ଷରୁ ଆଜି ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri