ପ୍ରତିଷ୍ଠା ଦିବସରେ ଭାଜପା ଛାଡ଼ିଲେ ବରିଷ୍ଠ ନେତା ଦେବାନନ୍ଦ

ହିଞ୍ଜିଳିକାଟୁ,୬ା୪(ଡି.ଏନ୍‌.ଏ.): ଭାଜପା ପ୍ରତିଷ୍ଠା ଦିବସରେ ଗଞ୍ଜାମ ଭାଜପାକୁ ଲାଗିଛି ଶକ୍ତ ଧକ୍କା। ଇସ୍ତଫା ଦେଲେ ହିଞ୍ଜିଳିର ଜଣାଶୁଣା ବରିଷ୍ଠ ଭାଜପା ନେତା ଦେବାନନ୍ଦ ମହାପାତ୍ର। ହିଞ୍ଜିଳିକାଟୁଠାରେ ବୁଧବାର ମହାପାତ୍ର ନିଜ ଇସ୍ତଫା ବିଷୟରେ ପ୍ରେସ ମିଟ୍‌ କରି ଜଣାଇଛନ୍ତି।

୧୯୮୮ରୁ ମହାପାତ୍ର ଭାଜପାର ସଦସ୍ୟ ଥିଲେ। ହିଞ୍ଜିଳିକାଟୁ ଏନ୍‌ଏସି କାଉନସିଲରଠାରୁ ଆରମ୍ଭ କରି ମଣ୍ଡଳ ସଭାପତି, ଜିଲା ଯୁବମୋର୍ଚ୍ଚା ସଭାପତି, ଜିଲା ସଭାପତି ଓ ରାଜ୍ୟ ଉପସଭାପତି ଆଦି ଦାୟିତ୍ୱରେ ଥିଲେ। ୨୦୦୯ ଓ ୨୦୧୪ ରେ ଭାଜପାରୁ ହିଞ୍ଜିଳି ବିଧାନସଭା ନିମନ୍ତେ ପ୍ରାର୍ଥୀ ରହି ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଲଢ଼େଇ କରିଥିଲେ।
ରାଜ୍ୟ ଭାଜପା ବ୍ୟକ୍ତି କୈନ୍ଦ୍ରିକ ହେବା ସହ ଶୀର୍ଷସ୍ତରୀୟ ନେତାଙ୍କ ଏକଛତ୍ରବାଦ ନୀତି, ସମର୍ପିତ କାର୍ଯ୍ୟକର୍ତ୍ତାଙ୍କୁ ହତାଦର, ସଙ୍ଗଠନ ବିରୋଧୀ ଓ ଜନ ବିରୋଧୀ କାର୍ଯ୍ୟ କରୁଛନ୍ତି ବୋଲି ମହାପାତ୍ର ଅଭିଯୋଗ କରିଛନ୍ତି। ମହିଳା ଓ ବରିଷ୍ଠ କାର୍ଯ୍ୟକର୍ତ୍ତାଙ୍କୁ ଅସମ୍ମାନ ଓ ଅପମାନିତ ପ୍ରତିବାଦରେ ସେ ଇସ୍ତଫା ଦେଇଥିବା କହିଛନ୍ତି। କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସେ ଏହି ଅବସରରେ ତୀବ୍ର ସମାଲୋଚନା କରିଛନ୍ତି। ଅନ୍ୟ କୌଣସି ଦଳରେ ଯୋଗଦାନ ନେଇ ସେ ସ୍ପଷ୍ଟ କରିନାହାନ୍ତି। ଲୋକଙ୍କ ସେବା ଓ ସାମାଜିକ କାର୍ଯ୍ୟ ଜାରି ରଖିବା ପାଇଁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri