ଶ୍ରୀମୟୀଙ୍କ ପାଇଁ ବାହାରିଲେ ଦେବାଶିଷ, କହିଲେ ସେ ଯେତେବେଳେ ଯାହା ବି…

ଭୁବନେଶ୍ୱର,୧୯ା୯: ବିଜେଡିରେ ଚାଲିଥିବା ଅନ୍ତର୍ଦ୍ୱନ୍ଦ୍ୱ ଦିନକୁ ଦିନ ପଦାରେ ପଡୁଛି। ଦଳର ବରିଷ୍ଠ ନେତାମାନେ ଜଣଙ୍କ ପରେ ଜଣେ ଅସନ୍ତୋଷ ଝାଡୁଛନ୍ତି। ଏହା ମଧ୍ୟରେ ଦଳର ବରିଷ୍ଠ ନେତା ତଥା ଏମ୍‌ପି ଦେବାଶିଷ ସାମନ୍ତରାୟ ମଧ୍ୟ ମୁହଁ ଖୋଲିଛନ୍ତି।

ଶ୍ରୀମୟୀ ମିଶ୍ରଙ୍କ ସପକ୍ଷରେ ବାହାରିଛନ୍ତି ବିଜେଡି ଏମ୍‌ପି ଦେବାଶିଷ ସାମନ୍ତରାୟ। ସେ କହିଛନ୍ତି, ଶ୍ରୀମୟୀ ଯେତେବେଳେ ଯାହା କହିଛନ୍ତି ଠିକ୍‌ କହିଛନ୍ତି। ଟିକେଟ୍‌ ଦେବାକୁ କହି ଶ୍ରୀମୟୀଙ୍କୁ ଟିକେଟ୍‌ ଦେଇନି ଦଳ। ଶ୍ରୀମୟୀ ଯେଉଁ ସବୁ କଥା କହିଛନ୍ତି ସେଥିରେ ସତ୍ୟତା ଅଛି ବୋଲି ଦେବାଶିଷ କହିଛନ୍ତି।

କିଛିଦିନ ତଳେ ସୋସିଆଲ ମିଡିଆରେ ‘ଧୃତରାଷ୍ଟ୍ର’ଙ୍କ ଉଦାହରଣ ଦେଇ ଶ୍ରୀମୟୀ ମିଶ୍ର କାହା ନାଁ ନ ନେଇ କଡ଼ା ଆକ୍ଷେପ କରିଥିଲେ। ସେ କହିଛନ୍ତି, ଦ୍ରୌପଦୀଙ୍କୁ ଅପମାନ ହେଉଥିବା ସଭାରେ ରାଜା ଧୃତରାଷ୍ଟ୍ର ଅଧ୍ୟକ୍ଷତା କରିଥିଲେ। ଅନ୍ୟାୟ ବିଷୟରେ ଜାଣି ମଧ୍ୟ ସେ ଏହି ଅପମାନ ରୋକିବାକୁ ଚେଷ୍ଟା କରି ନ ଥିଲେ। ଧୃତରାଷ୍ଟ୍ରଙ୍କର ବିଶେଷତଃ ଦୁର୍ଯ୍ୟୋଧନ ପ୍ରତି ଅନ୍ଧ ପ୍ରୀତି ନୀରବ ରଖିଥିଲା। କିଛି ଲୋକ ଧୃତରାଷ୍ଟ୍ର ପରି ଅନ୍ଧ, ଅନ୍ୟାୟ ରୋକିବାକୁ ପ୍ରୟାସ କରନ୍ତି ନାହିଁ। ଇତିହାସ ଏପରି ଅଯୋଗ୍ୟ ରାଜାଙ୍କୁ କେବେ କ୍ଷମା ଦେବ ନାହିଁ ବୋଲି ସେ ସଫାସଫା କହିଥିଲେ। ।

କାରଣ ସେମାନଙ୍କର ନୀରବତା ଦୁଃଖଦ ପରିଣାମ ଆଣିଥାଏ। ମହିଳାଙ୍କୁ ଅପମାନିତ କରିବା ବ୍ୟକ୍ତି ମହିଳା ସଶକ୍ତୀକରଣ ସ୍ଲୋଗାନ ଦେଲେ ଜନେ ହସନ୍ତି ବୋଲି ସେ କହିଥିଲେ। । ଏଥିସହିତ ସେ ଆହୁରି ମଧ୍ୟ କହିଥିଲେ, ଅନ୍ୟାୟର ଶିଡ଼ି ଚଢ଼ୁଥିବା ବ୍ୟକ୍ତି ନ୍ୟାୟମୂର୍ତ୍ତି ପାଇଁ ଚେଷ୍ଟା କରନ୍ତି ଯେଉଁଥିପାଇଁ ଜନେ ହସନ୍ତି। ତେବେ ସବୁଠୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ୍‌ କରି ଶ୍ରୀମୟୀ କୁଆଡ଼େ ଏମିତି କହିଥିଲେ ବୋଲି ରାଜନୈତିକ ମହଲରେ ଜୋର୍‌ଦାର ଚର୍ଚ୍ଚା ହେଉଛି।

ଏଥିସହିତ ଦେବାଶିଷ ସାମନ୍ତରାୟ ପ୍ରଫୁଲ୍ଲ ମଲ୍ଲିକଙ୍କୁ ଦଳରୁ ସସ୍‌ପେଣ୍ଡ କରିବା କଥା ନେଇ ମଧ୍ୟ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ପ୍ରଫୁଲ୍ଲ ମଲ୍ଲିକଙ୍କୁ ସସ୍‌ପେଣ୍ଡ କରିବା ଠିକ୍‌ ନୁହେଁ। ସେ ଜଣେ ବରିଷ୍ଠ ନେତା, ବିଜେଡି ପାଇଁ ବହୁତ କାମ କରିଛନ୍ତି। ପ୍ରଫୁଲଙ୍କୁ ବିଜେଡିରୁ ସସ୍‌ପେଣ୍ଡ କରିବା ଭୁଲ୍‌ ନିଷ୍ପତ୍ତି। ଭାସ୍କର ରାଓ ଭଳି ପୁରୁଖା ନେତା ବିଜେଡି ଛାଡ଼ି ଚାଲି ଯାଉଛନ୍ତି। ଯାହା ଦଳକୁ ଅନେକ କ୍ଷତି ପହଞ୍ଚାଇବ।

ବିଜେଡିରେ ନ ଥିବା କଥାକୁ ଏଡ଼ାଇଛନ୍ତି ଦେବାଶିଷ। କହିଲେ ମୁଁ ଦଳରେ ଅଛି, କୋଣଠେସା ହୋଇନାହିଁ। ଯେତେବେଳେ କହିବାକୁ କୁହାଯାଉଛି ସଂସଦରେ କହୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?