ପଦ ଛାଡିବାର ସାଂଘାତିକ କାରଣ କହିଦେଲେ ଦେବାଶିଷ ସାମନ୍ତରାୟ, ବିଜେଡିରେ ହଇଚଇ

ଭୁବନେଶ୍ୱର,୨୫।୧୧: ପଦ ଛାଡିଲେ ସାଂସଦ ଦେବାଶିଷ ସାମନ୍ତରାୟ। ବିଜେଡିର ସିନିୟର ସିଟିଜେନ୍‌ ସେଲ୍‌ ଉପସଭାପତି ପଦରୁ ମଙ୍ଗଳବାର ଦେବାଶିଷ ଇସ୍ତଫା ଦେଇଛନ୍ତି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ଦେବାଶିଷ ତାଙ୍କ ଇସ୍ତଫା ପତ୍ର ପଠାଇଛନ୍ତି। ପୂର୍ବରୁ ଦଳ ଉପରେ ଅସନ୍ତୋଷ ଥିଲେ। ତେବେ ଗୁରୁତ୍ୱ ଦେଉନଥିବାରୁ ପଦବୀ ଛାଡ଼ିଥିବା ଇସ୍ତଫାପତ୍ରରେ ଦେବାଶିଷ ଉଲ୍ଲେଖ କରିଛନ୍ତି । ବିଜୁ ବାବୁଙ୍କ ଆଦର୍ଶରେ ଆଉ ଦଳ ଚାଲୁନଥିବା ଚିଠିରେ ଦର୍ଶାଇଛନ୍ତି ଦେବାଶିଷ। ଦେବାଶିଷ କହିଛନ୍ତି, ବିଜୁ ଜନତା ଦଳ ଏବେ ବ୍ୟୁରୋକ୍ରାଟିକ ଦଳ ହୋଇଯାଇଛି। ବିଜୁ ବାବୁଙ୍କ ଆଦର୍ଶରେ ଆଉ ବିଜେଡି ପରିଚାଳିତ ହେଉନାହିଁ। ଏବେ ଚର୍ଚ୍ଚା ହେଉଛି କି ଦେବାଶିଷ ସାମନ୍ତରାୟ ଖୁବ ଶୀଘ୍ର ବିଜେଡି ଛାଡି ଭାଜପାରେ ଯୋଗ ଦେବେ।

ସୂଚନାଯୋଗ୍ୟ, କିଛି ଦିନ ତଳେ ଯେତେବେଳେ ଶ୍ରୀମୟୀ ମିଶ୍ରଙ୍କୁ ଦଳରୁ ବିଦା କରିଥିଲା ବିଜେଡି ସେତେବେଳେ ଏହାକୁ କ ଭାଷାରେ ନିନ୍ଦା କରିଥିଲେ ଦେବାଶିଷ ସାମନ୍ତରାୟ। ଶ୍ରୀମୟୀ ମିଶ୍ରଙ୍କ ସପକ୍ଷରେ ବାହାରି ଦେବାଶିଷ କହିଥିଲେ, ଶ୍ରୀମୟୀ ଯେତେବେଳେ ଯାହା କହିଛନ୍ତି ଠିକ କହିଛନ୍ତି। ଟିକେଟ ଦେବାକୁ କହି ଶ୍ରୀମୟୀଙ୍କୁ ଟିକେଟ ଦେଇନି ଦଳ। ଶ୍ରୀମୟୀ ଯେଉଁ ସବୁ କଥା କହିଛନ୍ତି ସେଥିରେ ସତ୍ୟତା ଅଛି ବୋଲି ଦେବାଶିଷ କହିଥିଲେ।

କେବଳ ଏତିକି ନୁହେଁ ଦେବାଶିଷ ପ୍ରଫୁଲ୍ଲ ମଲ୍ଲିକଙ୍କୁ ଦଳରୁ ସସ୍‌ପେଣ୍ଡ କରିବା କଥା ନେଇ ମଧ୍ୟ ମୁହଁ ମଧ୍ୟ ଖୋଲିଥିଲେ। ସେ କହିଥିଲେ, ପ୍ରଫୁଲ୍ଲ ମଲ୍ଲିକଙ୍କୁ ସସ୍‌ପେଣ୍ଡ କରିବା ଠିକ ନୁହେଁ। ସେ ଜଣେ ବରିଷ୍ଠ ନେତା, ବିଜେଡି ପାଇଁ ବହୁତ କାମ କରିଛନ୍ତି। ପ୍ରଫୁଲଙ୍କୁ ବିଜେଡିରୁ ସସ୍‌ପେଣ୍ଡ କରିବା ଭୁଲ ନିଷ୍ପତ୍ତି। ଭାସ୍କର ରାଓ ଭଳି ପୁରୁଖା ନେତା ବିଜେଡି ଛାଡ଼ି ଚାଲି ଯାଉଛନ୍ତି। ଯାହା ଦଳକୁ ଅନେକ କ୍ଷତି ପହଞ୍ଚାଇବ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri