ଦେବାଶିଷଙ୍କୁ ମିଳିଲାନି ଗାର୍ଡ ଅଫ୍‌ ଅନର

ଭୁବନେଶ୍ୱର,୨୦।୬: ବରିଷ୍ଠ ଆଇପିଏସ୍‌ ଅଧିକାରୀ ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ଶେଷକୃତ୍ୟ ଶନିବାର କଟକ ଖାନ୍‌ନଗରସ୍ଥିତ ଶ୍ମଶାନରେ ସମ୍ପନ୍ନ ହୋଇଛି। ପୁଅ ପ୍ରତ୍ୟୟ ମୁଖାଗ୍ନି ଦେଇଥିବାବେଳେ ବରିଷ୍ଠ ଆଇପିଏସ୍‌ ଅଧିକାରୀ ଅରୁଣ ଷଡ଼ଙ୍ଗୀ, ସୁଧାଂଶୁ ଷଡ଼ଙ୍ଗୀ, ସୌମେନ୍ଦ୍ର ପ୍ରିୟଦର୍ଶୀ, ପ୍ରତୀକ ସିଂହ ପ୍ରମୁଖ ଉପସ୍ଥିତ ଥିଲେ। ହେଲେ ତାଙ୍କୁ ଗାର୍ଡ ଅଫ୍‌ ଅନର ପ୍ରଦାନ କରାଯାଇ ନ ଥିଲା। ଦେବାଶିଷଙ୍କ ଭଳି ଜଣେ ବରିଷ୍ଠ ଆଇପିଏସ୍‌ ଅଧିକାରୀ ତଥା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଲେଖକଙ୍କ ମରଶରୀରକୁ ସମ୍ମାନ ଦୃଷ୍ଟିରୁ ପୋଲିସ ମୁଖ୍ୟାଳୟ କିମ୍ବା ଭିଜିଲାନ୍ସ ମୁଖ୍ୟାଳୟକୁ ନିଆଯାଇ ପାରିଥାନ୍ତା। ମାତ୍ର ତାହା କରାଯାଇ ନ ଥିଲା। କେବଳ ଔପଚାରିକ ଭାବେ ପୋଲିସ ମହାନିର୍ଦ୍ଦେଶକ ଓ କେତେଜଣ ବରିଷ୍ଠ ପୋଲିସ ଅଧିକାରୀ ନିଜ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ଶୋକ ପ୍ରକାଶ କରିଥିଲେ।

ନିକଟରେ ସ୍ବର୍ଗତ ବିଜୟ ମହାନ୍ତି, ଅଜିତ ଦାସ, ରାଜୁ ମିଶ୍ର, ରଘୁନାଥ ମହାପାତ୍ର, କବି ରବି ସିଂହ, ମନୋଜ ଦାସ, ଶିକ୍ଷାବିତ୍‌ ବିଜୟ ସାହୁଙ୍କୁ ଗାର୍ଡ ଅଫ୍‌ ଅନର ଦିଆଯାଇଥିବା ବେଳେ ଦେବାଶିଷଙ୍କୁ ଏଭଳି ଅସମ୍ମାନ ବୁଦ୍ଧିଜୀବୀ ଏବଂ ପୋଲିସ ମହଲରେ ସହଜରେ ଗ୍ରହଣ କରିଯାଇ ପାରୁନାହିଁ। ତାଙ୍କୁ ଗାର୍ଡ ଅଫ୍‌ ଅନର ଦିଆ ନ ଯିବା ରାଜ୍ୟ ପୋଲିସ ବିଭାଗରେ ଓଡ଼ିଆ ଓ ଅଣ-ଓଡ଼ିଆଙ୍କୁ ନେଇ ଚାଲିଥିବା ଶୀତଳଯୁଦ୍ଧ ପଦାକୁ ଆସିଛି ବୋଲି କୁହାଯାଉଛି। ଗାର୍ଡ ଅଫ ଅନର୍‌ ଦିଆ ନ ଯିବା ଘଟଣା ଅନେକ ବରିଷ୍ଠ ଆଇପିଏସ୍‌ ଅଧିକାରୀଙ୍କୁ ବ୍ୟଥିତ କରିଥିଲେ ମଧ୍ୟ କେହି ମୁହଁ ଖୋଲି କିଛି କହିବାକୁ ସାହସ କରୁ ନାହାନ୍ତି। ଏଠାରେ ଉଲ୍ଲେଖଯୋଗ୍ୟ ଦେବାଶିଷ ଜଣେ ସୁଗାଳ୍ପିକ ଏବଂ ଖ୍ୟାତିସମ୍ପନ୍ନ ଲେଖକ ଥିଲେ। ସେ ନିଜ କ୍ଷୁଦ୍ର ଗଳ୍ପ ସଂକଳନ ‘ତଥା କଥିତ’ ପାଇଁ ୨୦୦୨ରେ ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ। ତାଙ୍କ ଲିଖିତ କେତେକ ଗଳ୍ପର ଇଂଲିଶ ଅନୁବାଦ କରାଯାଇ ବେଜିଂ ଓ ଲଣ୍ଡନ ପୁସ୍ତକ ମେଳାରେ ପ୍ରଦର୍ଶିତ ହୋଇଛି।

ଓଁକାର ମିଶ୍ର


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri