ଖବରଦାତା ସମ୍ମିଳନୀ କରି ବିଜେଡି ଉପରେ ବର୍ଷିିଲେ ଦେବାଶିଷ, କହିଲେ ମୁଁ ଅଣନିଶ୍ୱାସୀ ଥିଲି …

ଭୁବନେଶ୍ୱର, ୨୮।୫: ଭାଜପାରେ ମିଶିବା ପରେ ଖବରଦାତା ସମ୍ମିଳନୀ କରି ବିଜେଡି ଉପରେ ପୁଣି ବର୍ଷିଛନ୍ତି ଦେବାଶିଷ ସାମନ୍ତରାୟ। ଦେବାଶିଷ କହିଛନ୍ତି, ମୁଁ ଏବେ ଘରକୁ ଫେରିବା ଭଳି ମୋର ମନେ ହେଉଛି। ବିଜେଡିରେ ଥିବା ବେଳେ ମୁଁ ଅଣନିଶ୍ୱାସୀ ହୋଇ ରହିଥିଲି। ନବୀନ ନିବାସକୁ ହଠାତ୍‌ ଯିବାକୁ ମୋତେ ମନା କରାଗଲା। ନବୀନ ବାବୁ କହିଥିଲେ ପାଣ୍ଡିଆନ ମୋ ଉତ୍ତରାଧିକାରୀ ନୁହେଁ। ହେଲେ ପାଣ୍ଡିଆନ ଭୈରବ ହୋଇ ନବୀନଙ୍କ ପାଖକୁ କାହାକୁ ଛାଡିଲେନି।
ବିଜୁ ବାବୁଙ୍କୁ ଜାଣିନଥିବା ଲୋକ କରିଛନ୍ତି ବିଜୁ ଫାଉଣ୍ଡେଶନ। ବିଜୁ ବାବୁଙ୍କୁ ସମ୍ମାନ ହେବାରେ ବିଜେଡି ଅସମର୍ଥ। ଏବେ ବିଜୁ ଜନତା ଦଳରେ ମାଆବାପା ବୋଲି କେହି ନାହାନ୍ତି। ଏବେ ଭାଜପା ମୋତେ ଯେଉଁ କାମ ହେବ, ସେ କାମ ନିଶ୍ଚୟ କରିବି ବୋଲି ଦେବାଶିଷ କହିଛନ୍ତି।

ସେପଟେ ଦେବାଶିଷ ଇସ୍ତଫା ଦେବା ପରେ ରାଜ୍ୟ ସଭାରେ ଗୋଟିଏ ସିଟ ଖାଲିପଡିଛି। ଏନେଇ ରାଜ୍ୟ ସଭା ଉପନିର୍ବାଚନ ପାଇଁ ECI ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଜୁନ ୧ରେ ବିଧିବଦ୍ଧ ବିଜ୍ଞପ୍ତି ପାଇବ। ଜୁନ ୮ରେ ନାମାଙ୍କନ ଦାଖଲର ଶେଷ ତାରିଖ ରହିଥିବାବେଳେ ଜୁନ ୧୧ ତାରିଖ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି। ଜୁନ ୧୮ ତାରିଖ ସକାଳ ୯ରୁ ଅପରାହ୍ଣ ୪ଟା ମଧ୍ୟରେ ଭୋଟ ଗ୍ରହଣ । ଅପରାହ୍ଣ ୫ଟାରେ ଭୋଟ ଗଣତି କରାଯାଇ ଫଳାଫଳ ପ୍ରକାଶ କରାଯିବ। ତେବେ ରାଜ୍ୟ ସଭାକୁ ଭାଜପା କାହାକୁ ପଠାଇବ ସେନେଇ ଚର୍ଚ୍ଚା ଜୋର ଧରିଛି। କୁହାଯାଉଛି ଦେବାଶିଷ ରାଜ୍ୟ ସଭା ଯାଇପାରନ୍ତି। ଏହି ସମୟରେ ଭାଜପା ନେତା ସୁରେଶ ପୂଜାରୀ ବଡ଼ ପ୍ରତିକ୍ରିୟା ଦେଇ କହିଛନ୍ତି, ରାଜ୍ୟ ସଭାରେ ଆଗରୁ ସଂଖ୍ୟା ଗରିଷ୍ଠତା ନ ଥିଲା, ଏବେ ମେଜରିଟି ଅଛି। ଏବେ ପୁଣି ଭାଜପାର ଆଉ ଗୋଟିଏ ସିଟ ବଢିବ। ସୁଜିତ୍‌ କୁମାର, ମମତା ମହନ୍ତ ଇସ୍ତଫା ଦେଇ ରାଜ୍ୟ ସଭା ଗଲେ। ଯିଏ ଇସ୍ତଫା ଦେଇ ଆସିଛନ୍ତି, ତାଙ୍କ ସମ୍ଭାବନା ଅଧିକ ରହିଛି। ତେବେ କିଏ ପ୍ରାର୍ଥୀ ହେବେ ସେନେଇ ଦଳ ନିଷ୍ପତ୍ତି ନେବ ବୋଲି ସୁରେଶ ପୂଜାରୀ କହିଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ଲୁଣ ବୋଝେଇ ଇଞ୍ଜିନ ରିକ୍ସା, ଖାଲାସୀ ମୃତ

ଭୋଗରାଇ,୨୮।୫( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା – ବାଲିଆପାଳ ରାସ୍ତା ଜଳଧା ଗ୍ରାମ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି…

ବିନା ପେଟ୍ରୋଲ୍‌ରେ ଚାଲିବ ବାଇକ୍‌! Hero ଆଣୁଛି ଦେଶର ପ୍ରଥମ ଇଥାନଲ୍ ଚାଳିତ ଫ୍ଲେକ୍ସ-ଫ୍ୟୁଏଲ୍ ବାଇକ୍‌; ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୫: ଭାରତରେ ପରିବେଶ ଅନୁକୂଳ ତଥା ବିକଳ୍ପ ଜାଳେଣିର ବ୍ୟବହାରକୁ ପ୍ରୋତ୍ସାହନ ଦେବା ଦିଗରେ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛି ଦେଶର ସବୁଠାରୁ ବଡ଼ ଦୁଇଚକିଆ ଯାନ…

‘VVIPଙ୍କ ଗସ୍ତ ସୂଚନା ଲିକ୍‌ କଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ୱର,୨୮ା୫: ଭିଭିଆଇପିଙ୍କ ଗସ୍ତ ସୂଚନା ଲିକ୍‌ ନେଇ କଡ଼ା ସତର୍କତା ଜାରି କରିଛନ୍ତି ସରକାର। ସୋସିଆଲ ମିଡିଆରେ ସୁରକ୍ଷା ସୂଚନା ଶେୟାର୍‌ କଲେ ଏଣିକି ହେବ କାର୍ଯ୍ୟାନୁଷ୍ଠାନ।…

ମା’ଙ୍କୁ ନେଇ ହସ୍ପିଟାଲ ଯାଉଥିବା ବେଳେ ଜଳିଗଲା କାର୍; ୪ ଜୀବନ୍ତ ଦଗ୍ଧ, ଜିଲା ପରିଷଦ…

ଜୟପୁର,୨୮ା୫:  ରାଜସ୍ଥାନର ଆଜମେର ଜିଲାର ବୋରାଡା ପୋଲିସ ଷ୍ଟେସନ ଅଞ୍ଚଳର ଶ୍ରୀରାମପୁରା ଗାଁରେ ଗୁରୁବାର ସକାଳେ ଏକ ହୃଦୟ ବିଦାରକ ଦୁଃଖଦ ଘଟଣା ଘଟିଛି । ହଠାତ୍…

ମଣ୍ଡି ଉଦ୍‌ଘାଟନ ପରେ ବି ଉଠୁନି ଚାଷୀଙ୍କ ଧାନ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେ ଥିବା ବିଭିନ୍ନ ଧାନମଣ୍ଡି ଉଦଘାଟନ ହେବାର ୭ଦିନ ବିତିଯାଇଥିଲେ ସୁଦ୍ଧା ଚାଷୀଙ୍କ ଧାନ ଉଠିବାରେ ବିଳମ୍ବ…

ଆଉଟ୍‌ ହେବା ପରେ କାହାକୁ ଗାଳି ଦେଲେ ବୈଭବ ସୂର୍ଯ୍ୟବଂଶୀ? ଚମକାଉଛି Video

ନୂଆଦିଲ୍ଲୀ,୨୮।୫: ଆଇପିଏଲ୍‌ ୨୦୨୬ର ଏଲିମିନେଟର୍‌ ମୁକାବିଲାରେ ସନରାଇଜର୍ସ ହାଇଦ୍ରାବାଦକୁ ଏକତରଫା ଭାବେ ପରାସ୍ତ କରିଛି ରାଜସ୍ଥାନ ରୟାଲ୍ସ। ଏହି ମ୍ୟାଚ୍‌ରେ ରାଜସ୍ଥାନର ବିଜୟର ହିରୋ ସାଜିଛନ୍ତି ୧୫…

ବିଜୁଳି ଚୋରି ଧରିବାକୁ ଯାଇଥିବା JEଙ୍କ ଉପରକୁ ମରଣାନ୍ତକ ଆକ୍ରମଣ; ପ୍ରଥମେ ଲାତ ଗୋଇଠା ମାରିଲେ, ପରେ ପୋଷା କୁକୁର ଛାଡିଦେଲେ

ଲକ୍ଷ୍ନୌ,୨୮।୫: ବିଦ୍ୟୁତ୍ ବିଭାଗ ବର୍ତ୍ତମାନ ସାରା ଦେଶରେ ବିଦ୍ୟୁତ୍ ଚୋରମାନଙ୍କୁ ଦମନ କରିବା ପାଇଁ ଏକ ଅଭିଯାନ ଚଳାଇଛି। ଏହି ଅଭିଯାନ ସମୟରେ, ବୁଧବାର ସନ୍ଧ୍ୟାରେ LESA…

ନିର୍ମାଣ ପରେ ବି ହସ୍ତାନ୍ତର ହେଉନି ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟର ନୂତନ କୋଠା, ଗ୍ରାମବାସୀ କହିଲେ…

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ତହସିଲ ଅନ୍ତର୍ଗତ ସୁନ୍ଦରପୁର ଗ୍ରାମରେ ଲୋକଙ୍କୁ ରାଜସ୍ବ ସେବା ଯୋଗାଇଦେବା ଲାଗି ସରକାରୀ ଅର୍ଥ ଖର୍ଚ୍ଚରେ ନିର୍ମାଣ କରାଗଲା ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri