ବିଜେଡି ଛାଡ଼ିଲେ ଦେବାଶିଷ ନାୟକ

ଭୁବନେଶ୍ୱର,୨୫ା୨: ବିଜେଡିରୁ ରବିବାର ଇସ୍ତଫା ଦେଇଛନ୍ତି ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ। ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି। ଏନେଇ ବିଜେଡି ସୁପ୍ରିମୋଙ୍କୁ ଚିଠି ଲେଖି ସେ ତାଙ୍କର ଇସ୍ତଫାପତ୍ର ଦେଇଛନ୍ତି।

ଓଡ଼ିଶା ବିଧାନସଭାରେ ଜଣେ ବିଧାୟକ ଭାବରେ ୪ଥର କାର୍ଯ୍ୟ କରିଛନ୍ତି ଦେବାଶିଷ। ସେ ୨୦୦୦ ଓ ୨୦୦୪ରେ ଓଡ଼ିଶାରେ ହୋଇଥିବା ବିଧାନସଭା ନିର୍ବାଚନରେ ସେ ବରୀ-ଡେରାବିଶ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ତମ, ୧୩ତମ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଏହା ପରେ ୨୦୦୯ ଓ ୨୦୧୪ରେ ଓଡ଼ିଶାରେ ହୋଇଥିବା ବିଧାନସଭା ନିର୍ବାଚନରେ ସେ ବରୀ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ତମ, ୧୫ତମ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ।ବରୀ ନିର୍ବାଚନ ମଣ୍ଡଳୀରେ ପୁର୍ବରୁ ବିଧାୟକ ଥିବା ଦେବାଶିଷଙ୍କୁ ଗତ ୨୦୧୯ ନିର୍ବାଚନରେ ନିଜେଡି ଟିକେଟ୍ ଦେଇ ନ ଥିଲା । ଏହାପରେ ଦଳ ବରୀ ବ୍ଲକ୍ ଅଧ୍ୟକ୍ଷା ସୁନନ୍ଦା ଦାସ୍‌ଙ୍କୁ ବରୀରୁ ଟିକେଟ୍ ଦେଇଥିଲା। ସେ ଦଳର କାର୍ଯ୍ୟକାରିତାକୁ ନେଇ ଅସନ୍ତୁଷ୍ଟ ଥିଲେ ବୋଲି ରାଜନୈତିକ ମହଲରେ ଆଲୋଚନା ହେଉଛି।