ଦେବାଶିଷଙ୍କ ବଡ଼ ବୟାନ: ବିଜେଡି ଛାଡ଼ି କେହି…

କଟକ, ୧୬ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଆଉ କୌଣସି ନେତା ଦଳ ଛାଡ଼ି ଯିବେନାହିଁ। ଯିଏ ଯିବାର ଥିଲା ସେମାନେ ଗଲେଣି, ଯେଉଁମାନେ ଅଛୁ ଆଉ କେହି ଯିବୁ ନାହୁଁ ବୋଲି ରାଜ୍ୟ ସଭା ସଦସ୍ୟ ଦେବାଶିଷ ସାମନ୍ତରାୟ କହିଛନ୍ତି। ଦୁଇ ଜଣ ରାଜ୍ୟ ସଭା ସଦସ୍ୟ ବିଜେଡି ଛାଡ଼ିବାକୁ ନେଇ ଦେବାଶିଷ ଏଭଳି ପ୍ରତିକ୍ରିୟା ରଖିଛନ୍ତି। କଟକ ରାଜାବଗିଚାସ୍ଥିତ କାର୍ଯ୍ୟାଳୟଠାରେ ରବିବାର ଦେବାଶିଷ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ରାଜ୍ୟ ସଭା ସଦସ୍ୟ ମମତା ମହାନ୍ତ ଓ ସୁଜିତ୍‌ କୁମାର କାହିଁକି ବିଜେଡି ଛାଡ଼ିଲେ ତାହା ସେମାନଙ୍କ ବ୍ୟକ୍ତିଗତ କାରଣ। ଏଥିରେ କୌଣସି ଟିପ୍ପଣୀ ଦେବାକୁ ଚାହୁଁନାହିଁ। କିନ୍ତୁ ବିଜେଡି ସେମାନଙ୍କୁ କେଉଁ ପରିସ୍ଥିତିରେ ରାଜ୍ୟ ସଭା ପଠାଇଥିଲା ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ମହାନତାକୁ ସେମାନେ କଦାପି ଭୁଲିବା ଉଚିତ୍‌ ନୁହେଁ ବୋଲି ଦେବାଶିଷ କହିଛନ୍ତି।
ରାଜ୍ୟ ସଭା ସଦସ୍ୟ ମାନସ ମଙ୍ଗରାଜ ଓ ସସ୍ମିତ୍‌ ପାତ୍ର ଦଳବଦଳ କରିବା ନେଇ ଚର୍ଚ୍ଚା ହେଉଛି। ଏନେଇ ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତରରେ ଦେବାଶିଷ କହିଛନ୍ତି, ବିଜେଡି ଏହି ଦୁଇ ନେତାଙ୍କୁ ଯେଉଁ ସ୍ଥାନ ଦେଇଛି ତାହା ଅନ୍ୟ କେଉଁ ଦଳ ଦେଇପାରିବ ନାହିଁ। ସେମାନଙ୍କ ନଁା ନେଇ ବହୁ ଚର୍ଚ୍ଚା ହେଉଛି। କିନ୍ତୁ ସେଥିରେ ସତ୍ୟତା ନାହିଁ। ରାଜ୍ୟ ସଭାରେ ଭାଜପାର ସଂଖ୍ୟା ଯାହା ରହିବା ଆବଶ୍ୟକ ତାହା ନ ଥିବାରୁ ସେହି ଦଳ ଏଭଳି ଏକ ଚକ୍ରାନ୍ତ ରଚିଛି। ହେଲେ ଭାଜପା ଏଥିରେ ସଫଳ ହେବ ନାହିଁ। ନବୀନ ପଟ୍ଟନାୟକଙ୍କୁ ଆମେ କେବେ ଛାଡ଼ି କି ଯିବୁ ନାହିଁ ବୋଲି ଦେବାଶିଷ ସ୍ପଷ୍ଟ କରିଛନ୍ତି। ସେହିପରି ବରିଷ୍ଠ ଆଇଏଏସ୍‌ ଅଧିକାରୀ ବିଷ୍ଣୁପଦ ସେଠୀଙ୍କୁ ସିବିଆଇ ନୋଟିସ ସମ୍ପର୍କରେ ଦେବାଶିଷ କହିଛନ୍ତି, ଅନେକ ଆଇଏଏସ୍‌ ଅଧିକାରୀ ଦୁର୍ନୀତିରେ ଲିପ୍ତ ଅଛନ୍ତି। ଏବେ ଯାହା ପାଳି ପଡ଼ିଛି ସେ ତଦନ୍ତର ସମ୍ମୁଖୀନ ହେବା ଆବଶ୍ୟକ। କେଉଁ ଦଳ ଶାସନ କରୁଛି ତାହା ଏହି ଆଇଏଏସ୍‌ ଅଧିକାରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ବିଷୟ ନୁହେଁ। ସେ ତାଙ୍କ ଦୁର୍ନୀତି ଜାରି ରଖିଥାନ୍ତି। ଯିଏ ନିଜ କ୍ଷମତା ବଳରେ ବଳିଆନ୍‌ ହୋଇ ଦୁର୍ନୀତି କରିବେ ସେ ଦଣ୍ଡ ପାଇବା ଉଚିତ୍‌ ବୋଲି ସାମନ୍ତରାୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri