କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ଦେବସ୍ନାନ ପୂର୍ଣ୍ଣିମା: ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି, ଭକ୍ତଙ୍କ ପ୍ରବଳ ଭିଡ଼

କୋରାପୁଟ,୨୯ା୬(ଅମିତାଭ ବେହେରା): ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ସୋମବାର କୋରାପୁଟସ୍ଥିତ ଶାବର ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ପ୍ରବଳ ସମାଗମ ଦେଖିବାକୁ ମିଳିଛି । ପୂର୍ବାହ୍ନ ୧୦ଟା ୩୦ ମିନିଟ ସୁଦ୍ଧା ମନ୍ଦିର ପରିସରସ୍ଥ ସ୍ନାନମଣ୍ଡପକୁ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ପହଣ୍ଡିରେ ବିଜେ କରାଯାଇଥିଲା।
ସକାଳ ୭ଟା ୪୦ ମିନିଟରୁ ପାରମ୍ପରିକ ପୂଜାର୍ଚ୍ଚନା ଆରମ୍ଭ ହୋଇଥିବାବେଳେ ପୂର୍ବାହ୍ନ ୯ଟା ୩୦ ମିନିଟରୁ ପ୍ରଥମେ ସୁଦର୍ଶନ, ପରେ ସୁଭଦ୍ରା, ବଳଭଦ୍ର ଏବଂ ଶେଷରେ ମହାପ୍ରଭୁ ଜଗନ୍ନାଥଙ୍କୁ ଶହ ଶହ ଭକ୍ତଙ୍କ ‘ହରିବୋଲ’ ଧ୍ୱନି ମଧ୍ୟରେ ପହଣ୍ଡି କରାଯାଇ ସ୍ନାନମଣ୍ଡପକୁ ଅଣାଯାଇଥିଲା।
ମଧ୍ୟାହ୍ନ ୧୨ଟା ୫୦ ମିନିଟରୁ ୧ଟା ମଧ୍ୟରେ ବିଶେଷ ସ୍ନାନନୀତି ଓ କଳସ ଲାଗି ଅନୁଷ୍ଠିତ ହେବା ପରେ ଅପରାହ୍ନ ୨ଟା ୩୦ରୁ ୨ଟା ୪୦ ମିନିଟ ମଧ୍ୟରେ ଠାକୁରଙ୍କ ହାତୀବେଶ, ଭୋଗ ଲାଗି, ସନ୍ଧ୍ୟା ଆଳତି ଓ ରାତ୍ରିରେ ମହାଆଳତି କାର୍ଯ୍ୟକ୍ରମ ରହିଛି। ଉତ୍ସବକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ମନ୍ଦିରର ଭାରପ୍ରାପ୍ତ ସମ୍ପାଦକ ଭବାନୀ ଶଙ୍କର ଆଚାର୍ଯ୍ୟଙ୍କ ତତ୍ତ୍ୱାବଧାନରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ଜଣାପଡ଼ିଛି । ଉତ୍ସବରେ ସାମିଲ ହୋଇ ପ୍ରଭୁଙ୍କ ଦର୍ଶନ କରି ଆଶୀର୍ବାଦ ଗ୍ରହଣ କରିବାକୁ ମନ୍ଦିର ପକ୍ଷରୁ ସମସ୍ତ ଭକ୍ତଙ୍କୁ ନିବେଦନ କରାଯାଇଛି। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ମନ୍ଦିର ପରିସରରେ ପ୍ରାୟ ଦୁଇ ପ୍ଲାଟୁନ ପୋଲିସ ମୁତୟନ କରାଯାଇଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ଦୁର୍ଘଟଣା ଘଟାଉଛି ଜମିହିଡ଼ ଭଳି ହମ୍ପସ୍‌, ବାଇକରୁ ଖସିପଡ଼ି ମହିଳା…

ଦିଗପହଣ୍ଡି, ୧୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମେଡିକାଲ ଛକ ସାହାଣୀ ସାହି ନିକଟରେ ନିର୍ମିତ ଏକ ଅବୈଜ୍ଞାନିକ ହମ୍ପସ୍‌ରେ ବାଇକରୁ ଖସିପଡ଼ି ଜଣେ ମହିଳା…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ପ୍ରବଳ ବର୍ଷା କାରଣରୁ ଯୁକ୍ତ ୩ ଇଂରାଜୀ ପରୀକ୍ଷା ସ୍ଥଗିତ: ପରୀକ୍ଷା ହଲରୁ ଫେରିଲେ ଛାତ୍ରୀଛାତ୍ର

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ଛାତ୍ରଛାତ୍ରୀମାନେ ପୂର୍ବରୁ ମହାବିଦ୍ୟାଳୟରେ ପହଞ୍ଚି ସାରିଥିଲେ ଏବଂ ପରୀକ୍ଷା ଦେବା ପାଇଁ ଶ୍ରେଣୀ କୋଠରୀ ଭିତରେ ନିଜ ନିଜ ସିଟ୍‌ରେ ବସି ମଧ୍ୟ ସାରିଥିଲେ।…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

କୈଠଖଣ୍ଡି ଗାଁ ଛକରେ ଜୁଆ ଖେଳ ଚାଲିଥିବା ବେଳେ ପୋଲିସ ଚଢାଉ: ୫ ଜୁଆଡ଼ି ଗିରଫ, ଟଙ୍କା-ବାଇକ…

ଦିଗପହଣ୍ଡି, ୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ଗାଁ ଛକରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଦିଗପହଣ୍ଡି ପୋଲିସ ଟିମ୍ ଅତର୍କିତ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ଟଙ୍କା ନେଲେ ହେଲେ ଘର ଆଉ ଜମି ରେଜିଷ୍ଟ୍ରି କଲେନି, ଗଣ୍ଡଗୋଳ ପରେ ହତ୍ୟା ଉଦ୍ୟମ: ଅଭିଯୁକ୍ତ ବୃଦ୍ଧ ଗଲେ ଜେଲ୍

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମର ୬୧ ବର୍ଷୀୟ ବୃଦ୍ଧ ବି. କାଳିଆଙ୍କୁ ଏକ ହତ୍ୟା ଉଦ୍ୟମ ମାମଲାରେ ଦିଗପହଣ୍ଡି ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri