ବିଧାୟକଙ୍କ ଗିରଫ ପ୍ରତିବାଦରେ ଦେବଗଡ଼ ବନ୍ଦ

ଦେବଗଡ଼,୨ା୫(ଡି.ଏନ୍‌.ଏ.): ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀଙ୍କ ଗିରଫ ପ୍ରତିବାଦରେ ସୋମବାର ୧୨ ଘଣ୍ଟିଆ ଦେବଗଡ଼ ବନ୍ଦ ପାଳନ କରୁଛି ଭାଜପା। ସକାଳ ୬ଟାରୁ ବନ୍ଦ ପାଳନ ଆରମ୍ଭ ହୋଇଥିବା ବେଳେ ସନ୍ଦ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ଚାଲୁ ରହିବ। ସମସ୍ତ ଦୋକାନ ବଜାର ସହ ଗାଡ଼ମୋଟର ମଧ୍ୟ ବନ୍ଦ ରହିଛି। କେବଳ ପରୀକ୍ଷା ଦେଇ ଯାଉଥିବା ଛାତ୍ରୀଛାତ୍ରଙ୍କ ଗାଡ଼ି ଏବଂ ଜରୁରିକାଳୀନ ସେବାକୁ ଏଥରୁ ବାଦ୍‌ ଦିଆଯାଇଛି। କୁଚିଣ୍ଡା ପୂର୍ବତନ ବିଧାୟକ ରବି ନାୟକ ଭାଜପା କର୍ମୀଙ୍କ ସହ ବନ୍ଦ ପାଳନରେ ସାମିଲ ହୋଇଛନ୍ତି। ତିଲେଇବଣୀ ବ୍ଲକ ବିଡିଓ କୃଷ୍ଣଚନ୍ଦ୍ର ଦଳପତିଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ ରବିବାର ଭୁବନେଶ୍ୱରରୁ ବିଧାୟକ ସୁବାସ ପାଣିଗ୍ରାହୀ ଓ ତାଙ୍କର ୨ ଜଣ ସମର୍ଥକଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଯାଇଥିବା ବେଳେ ଆସନ୍ତା ୭ ତାରିଖ ପରବର୍ତ୍ତୀ ଶୁଣାଣି କରାଯିବ କହିଛନ୍ତି କୋର୍ଟ। ଅନ୍ୟପଟେ ବିଧାୟକଙ୍କ ଅଭିଯୋଗକୁ ଅଣଦେଖା କରାଯାଇ ବିଡିଓଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେଉଥିବାରୁ ଭାଜପା ପ୍ରତିବାଦ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଲିଭ-ଇନ୍‌ରେ ରହୁଥିଲେ ମିଳିବ ବିବାହିତ ମାନ୍ୟତା, ଏଥର ଜନଗଣନାର ନୂଆ ନିୟମ ବିଷୟରେ ଜାଣନ୍ତୁ…

ନୂଆଦିଲ୍ଲୀ,୩୦।୩: ଦେଶର ସର୍ବବୃହତ ପ୍ରଶାସନିକ କାର୍ଯ୍ୟ, ଜନଗଣନା, ଏବେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଇ ଗତି କରୁଛି। ସରକାର ୨୦୨୭ ଜନଗଣନାକୁ ଦୁଇଟି ପର୍ଯ୍ୟାୟରେ କରିବାକୁ ନିଷ୍ପତ୍ତି ନେଇଛନ୍ତି,…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ଶିମିଳିପାଳ ସୁରକ୍ଷା ପାଇଁ ଏକାଠି ହେଲେ ଗ୍ରାମବାସୀ

ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟ ବ୍ଲକ ଅଧୀନ ରଙ୍ଗମାଟିଆସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଶିମିଳିପାଳର ସୁରକ୍ଷା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି…

ଯୁଦ୍ଧ ଭିତରେ ବଡ଼ ଡିଲ୍‌ କରିଦେଲେ ମୋଦି-ପୁଟିନ୍‌, ଭାରତୀୟ ଯୁବପିଢ଼ିଙ୍କୁ ମିଳିବ ବଡ଼ ଫାଇଦା!

ନୂଆଦିଲ୍ଲୀ,୩୦।୩: ଭାରତ ଏବଂ ରୁଷିଆ ମଧ୍ୟରେ ବନ୍ଧୁତା ଆଉ କେବଳ ଅସ୍ତ୍ରଶସ୍ତ୍ର କିଣା ବିକ୍ରୟ ପର୍ଯ୍ୟନ୍ତ ସୀମିତ ନାହିଁ। ଦୁଇ ଦେଶ ଭବିଷ୍ୟତର ପ୍ରଯୁକ୍ତିବିଦ୍ୟାକୁ ମିଳିତ ଭାବରେ…

କାଳବୈଶାଖୀ: ରାସ୍ତାରେ ପଡ଼ିଲା ଗଛ, ଭାଙ୍ଗିଲା ଘର

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଓ ଲମତାପୁଟ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ଘୂର୍ଣ୍ଣିଝଡ଼ ଓ ପ୍ରବଳ ବର୍ଷା ଯୋଗୁ…

ଇରାନକୁ ଭୟଙ୍କର ଧମକ ଦେଲେ ଟ୍ରମ୍ପ, ଶୁଣିକି ଥରହର ହେଲା…..

ତେହରାନ,୩୦ା୩: ଇରାନ ସହିତ ଚାଲିଥିବା ସାମରିକ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଏକ ଧମକ ଦେଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri