Posted inରାଜ୍ୟ

ଭାରତ ସରକାରଙ୍କର ସ୍ୱଦେଶ ଦର୍ଶନ ଯୋଜନା-୨/ଶୂନରେ ସାମିଲ ହେଲା ପଶ୍ଚିମ ଓଡ଼ିଶାର ଦେବ୍ରୀଗଡ଼ ଓ ଖିଣ୍ଡା

ଭୁବନେଶ୍ୱର,୨।୧: ପଶ୍ଚିମ ଓଡ଼ିଶାର ଦୁଇଟି ପ୍ରମୁଖ ସ୍ଥଳ ବରଗଡ଼ ଜିଲାର ଦେବ୍ରୀଗଡ଼ ଏବଂ ସମ୍ବଲପୁର ଜିଲାର ଖିଣ୍ଡାକୁ ଭାରତ ସରକାରଙ୍କର ସ୍ୱଦେଶ ଦର୍ଶନଯୋଜନା-୨/ଶୂନରେ କେନ୍ଦ୍ର ସରକାର ସାମିଲ କରିଛନ୍ତି। କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧକ୍ରମେ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରଣାଳୟ ଏହି ଦୁଇ ଐତିହ୍ୟସ୍ଥଳୀକୁ ସ୍ୱଦେଶ ଦର୍ଶନ ଯୋଜନାରେ ସାମିଲ କରିଛି।

ବରଗଡ଼ ଜିଲାରେ ଅବସ୍ଥିତ ଦେବ୍ରୀଗଡ଼ ଅଭୟାରଣ୍ୟ ପଶ୍ଚିମ ଓଡ଼ିଶାର ଏକ ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ । ସେହିପରି ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏ ଖିଣ୍ଡା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କଳ୍ପନାରେ ସ୍ୱଦେଶ ଦର୍ଶନ ଯୋଜନାରେ ପର୍ଯ୍ୟଟନ ମନ୍ତ୍ରଣାଳୟ ସମଗ୍ର ଭାରତବର୍ଷରେ ବିଭିନ୍ନ ପର୍ଯ୍ୟଟନ କ୍ଷେତ୍ରର ବିକାଶ ସହ ପର୍ଯ୍ୟଟକଙ୍କ ସଂଖ୍ୟା ବଢାଇବା ଦିଗରେ ଉଲ୍ଲେଖନୀୟ କାର୍ଯ୍ୟ କରୁଛି । ଉକ୍ତ ଦୁଇଟି ଐତିହାସିକ ସ୍ଥାନ ଅପାର ସମ୍ଭାବନାର ଅଞ୍ଚଳ । ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଗୁଡିକରେ ହୀରାକୁଦ, ହୁମା ମନ୍ଦିର ଭଳି ପର୍ଯ୍ୟଟନ ସ୍ଥଳୀ ଥିବା ବେଳେ ସମ୍ବଲପୁର ଜିଲା ଦେଶ ଏବଂ ଦେଶ ବାହାର ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାର ଯଥାର୍ଥ ସମ୍ଭାବନା ରଖୁଛି ।

ସେହିପରି ଖିଣ୍ଡା ହେଉଛି ଭାରତର ମହାନ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନ । ୧୮୫୭ ମସିହା ବ୍ରିଟିଶ ବିରୋଧୀ ଲଢେଇରେ ସୁରେନ୍ଦ୍ର ସାଏ ନେତୃତ୍ୱ ନେଇଥିଲେ ଏବଂ ୪୦ ବର୍ଷ ଧରି ଅଧିକ ସମୟ ଜେଲରେ ବନ୍ଦୀ ହୋଇ ରହିଥିଲେ । ତାଙ୍କ ସ୍ମୃତିରେ ପ୍ରଧାନମନ୍ତ୍ରୀ ଝାରସୁଗୁଡା ବିମାନବନ୍ଦରକୁ ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରେ ନାମିତ କରି ଏହି ମହାନ ସଂଗ୍ରାମୀଙ୍କୁ ସମ୍ମାନ ଦେଇଛନ୍ତି । ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନ ସେ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ । ଏହି ଗ୍ରାମର ବିକାଶ ହେଲେ ତାଙ୍କ ଜନ୍ମସ୍ଥାନକୁ ଆସି ଲୋକମାନେ ଏହି ବୀର ସଂଗ୍ରାମୀଙ୍କ ଜୀବନୀ ଓ ସଂଘର୍ଷର କାହାଣୀ ଜାଣିପାରିବେ ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri