Posted inରାଜ୍ୟ

ଭାରତ ସରକାରଙ୍କର ସ୍ୱଦେଶ ଦର୍ଶନ ଯୋଜନା-୨/ଶୂନରେ ସାମିଲ ହେଲା ପଶ୍ଚିମ ଓଡ଼ିଶାର ଦେବ୍ରୀଗଡ଼ ଓ ଖିଣ୍ଡା

ଭୁବନେଶ୍ୱର,୨।୧: ପଶ୍ଚିମ ଓଡ଼ିଶାର ଦୁଇଟି ପ୍ରମୁଖ ସ୍ଥଳ ବରଗଡ଼ ଜିଲାର ଦେବ୍ରୀଗଡ଼ ଏବଂ ସମ୍ବଲପୁର ଜିଲାର ଖିଣ୍ଡାକୁ ଭାରତ ସରକାରଙ୍କର ସ୍ୱଦେଶ ଦର୍ଶନଯୋଜନା-୨/ଶୂନରେ କେନ୍ଦ୍ର ସରକାର ସାମିଲ କରିଛନ୍ତି। କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧକ୍ରମେ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରଣାଳୟ ଏହି ଦୁଇ ଐତିହ୍ୟସ୍ଥଳୀକୁ ସ୍ୱଦେଶ ଦର୍ଶନ ଯୋଜନାରେ ସାମିଲ କରିଛି।

ବରଗଡ଼ ଜିଲାରେ ଅବସ୍ଥିତ ଦେବ୍ରୀଗଡ଼ ଅଭୟାରଣ୍ୟ ପଶ୍ଚିମ ଓଡ଼ିଶାର ଏକ ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ । ସେହିପରି ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏ ଖିଣ୍ଡା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କଳ୍ପନାରେ ସ୍ୱଦେଶ ଦର୍ଶନ ଯୋଜନାରେ ପର୍ଯ୍ୟଟନ ମନ୍ତ୍ରଣାଳୟ ସମଗ୍ର ଭାରତବର୍ଷରେ ବିଭିନ୍ନ ପର୍ଯ୍ୟଟନ କ୍ଷେତ୍ରର ବିକାଶ ସହ ପର୍ଯ୍ୟଟକଙ୍କ ସଂଖ୍ୟା ବଢାଇବା ଦିଗରେ ଉଲ୍ଲେଖନୀୟ କାର୍ଯ୍ୟ କରୁଛି । ଉକ୍ତ ଦୁଇଟି ଐତିହାସିକ ସ୍ଥାନ ଅପାର ସମ୍ଭାବନାର ଅଞ୍ଚଳ । ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଗୁଡିକରେ ହୀରାକୁଦ, ହୁମା ମନ୍ଦିର ଭଳି ପର୍ଯ୍ୟଟନ ସ୍ଥଳୀ ଥିବା ବେଳେ ସମ୍ବଲପୁର ଜିଲା ଦେଶ ଏବଂ ଦେଶ ବାହାର ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାର ଯଥାର୍ଥ ସମ୍ଭାବନା ରଖୁଛି ।

ସେହିପରି ଖିଣ୍ଡା ହେଉଛି ଭାରତର ମହାନ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନ । ୧୮୫୭ ମସିହା ବ୍ରିଟିଶ ବିରୋଧୀ ଲଢେଇରେ ସୁରେନ୍ଦ୍ର ସାଏ ନେତୃତ୍ୱ ନେଇଥିଲେ ଏବଂ ୪୦ ବର୍ଷ ଧରି ଅଧିକ ସମୟ ଜେଲରେ ବନ୍ଦୀ ହୋଇ ରହିଥିଲେ । ତାଙ୍କ ସ୍ମୃତିରେ ପ୍ରଧାନମନ୍ତ୍ରୀ ଝାରସୁଗୁଡା ବିମାନବନ୍ଦରକୁ ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରେ ନାମିତ କରି ଏହି ମହାନ ସଂଗ୍ରାମୀଙ୍କୁ ସମ୍ମାନ ଦେଇଛନ୍ତି । ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନ ସେ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ । ଏହି ଗ୍ରାମର ବିକାଶ ହେଲେ ତାଙ୍କ ଜନ୍ମସ୍ଥାନକୁ ଆସି ଲୋକମାନେ ଏହି ବୀର ସଂଗ୍ରାମୀଙ୍କ ଜୀବନୀ ଓ ସଂଘର୍ଷର କାହାଣୀ ଜାଣିପାରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri