ଦେବ୍ରିଗଡ଼, ଘଟଗାଁରେ ବୁଲୁଛି ମହାବଳ

ଭୁବନେଶ୍ୱର, ୨୮ା୨(ବ୍ୟୁରୋ):ଓଡ଼ିଶାର ଦୁଇଟି ସ୍ଥାନରେ ଏବେ ମହାବଳ ବାଘ ବୁଲୁଥିବା ଦେଖାଯାଇଛି। ଛତିଶଗଡ଼ର ଏକ ମହାବଳ ବାଘ ସମ୍ବଲପୁରର ଦେବ୍ରିଗଡ଼କୁ ନିୟମିତ ଆସୁଛି। ବର୍ତ୍ତମାନ ଏହି ବାଘ ଦେବ୍ରିଗଡ଼ ଜଙ୍ଗଲରେ ରହିଛି। ତାହାର ଫଟୋ କ୍ୟାମେରାରେ କଏଦ ହୋଇଛି। ଏଥିସହ ବାଘଟି ବରଗଡ଼ର ୨ଟି ଜଙ୍ଗଲରେ ମଧ୍ୟ ବୁଲାବୁଲି କରୁଛି। ଏନେଇ ପିସିସିଏଫ(ବନ୍ୟପ୍ରାଣୀ) ସୁଶୀଲ କୁମାର ପୋପଲି ସୂଚନା ଦେଇଛନ୍ତି। ସେ କହିଛନ୍ତି, ନିକଟରେ ଦେବ୍ରିଗଡ଼କୁ ବ୍ୟାଘ୍ର ଅଭୟାରଣ୍ୟ ଘୋଷଣା କରିବାକୁ ଏନ୍‌ଟିସିଏ ସୁପାରିଶ କରିଛି। ଏବେ ରାଜ୍ୟ ସରକାରଙ୍କୁ ଏନେଇ ବିଜ୍ଞପ୍ତି ଜାରି କରିବାକୁ ପଡ଼ିବ। ଏହାପରେ ଦେବ୍ରିଗଡ଼ ବ୍ୟାଘ୍ର ଅଭୟାରଣ୍ୟ ହୋଇପାରିବ। ଇତିମଧ୍ୟରେ ଦେବ୍ରିଗଡ଼କୁ ବ୍ୟାଘ୍ର ଅଭୟାରଣ୍ୟ ଘୋଷଣା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛି ବନ ବିଭାଗ। ଦେବ୍ରିଗଡ଼ରେ କ୍ୟାମେରା ଟ୍ରାପ୍‌ ସଂଖ୍ୟା ବଢ଼ାଯାଇଛି। ବାଘ ପରିଚାଳନା ଲାଗି ଏକ ଅତିରିକ୍ତ ସ୍କ୍ବାଡ୍‌ ମଧ୍ୟ ମଞ୍ଜୁର କରାଯାଇଛି। ଏପରିକି ସେଠାରେ ବାଘର ପାଦଚିହ୍ନ ଡାଟା ଆନାଲିସିସ୍‌ ସହାୟତା କରିବାକୁ ଜଣେ ବାୟୋଲଜିଷ୍ଟକୁ ପ୍ରତି ମାସରେ ୧୦ ଦିନ ଲାଗି ସେଠାକୁ ପଠାଯାଉଛି। ସେପଟେ କେନ୍ଦୁଝର ଘଟଗାଁରେ ମଧ୍ୟ ଏକ ମହାବଳ ବାଘ ବୁଲାବୁଲି କରୁଥିବା ସୂଚନା ମିଳିଛି। ଏହାର ବୟସ ୩ରୁ ୪ବର୍ଷ ବୋଲି ଅନୁମାନ କରାଯାଉଛି। ତେଣୁ ସେହି ବାଘର ଗତିବିଧି ଉପରେ ନଜର ରଖିବା ପାଇଁ ପିସିସିଏଫ୍‌ ସେଠାରେ ଅଧିକ ସିସିଟିଭି କ୍ୟାମେରା ଲଗାଇବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଘଟଗାଁବାସୀ ଭୟଭୀତ ନ ହେବାକୁ ପିସିସିଏଫ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri