ଓଡ଼ିଶାର ଏହି ଅଭୟାରଣ୍ୟକୁ ଆସିବେ ଦୁଇଟି ନୂଆ ବାଘ: ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଦେଲେ ସୂଚନା

ଭୁବନେଶ୍ୱର: ରାଜ୍ୟରେ ବାଘ ବଂଶ ବୃଦ୍ଧି ପାଇଁ ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ବରଗଡ଼ ଜିଲାସ୍ଥିତ ଦେବ୍ରୀଗଡ଼ ବନ୍ୟପ୍ରାଣୀ ଅଭୟାରଣ୍ୟକୁ ଖୁବଶୀଘ୍ର ଦୁଇଟି ନୂଆ ବାଘ ଅଣାଯିବ। ସୋମବାର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂଖୁଣ୍ଟିଆ ଏହି ସୂଚନା ଦେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ସମସ୍ୟା ଶୁଣାଣି ସମୟରେ ମନ୍ତ୍ରୀ କହିଛନ୍ତି ଯେ, ବାଘ ସ୍ଥାନାନ୍ତର ପ୍ରକ୍ରିୟା ପାଇଁ ରାଜ୍ୟ ସରକାର ଜାତୀୟ ବ୍ୟାଘ୍ର ସଂରକ୍ଷଣ ପ୍ରାଧିକରଣ (NTCA) ସହ ନିରନ୍ତର ଯୋଗାଯୋଗରେ ଅଛନ୍ତି। ଏହି ପ୍ରକ୍ରିୟାକୁ ସଫଳ କରିବା ପାଇଁ ସ୍ଥାନୀୟ ଜନସାଧାରଣଙ୍କ ସହଯୋଗ ଲୋଡ଼ାଯାଉଛି ଏବଂ ସେମାନଙ୍କ ସହ ଆଲୋଚନା ମଧ୍ୟ ଜାରି ରହିଛି।

ବାଘ ବଂଶ ବୃଦ୍ଧି କ୍ଷେତ୍ରରେ ପୂର୍ବ ପ୍ରଚେଷ୍ଟା ବିଷୟରେ ସୂଚନା ଦେଇ ମନ୍ତ୍ରୀ କହିଛନ୍ତି, ପୂର୍ବରୁ ମୟୂରଭଞ୍ଜର ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପକୁ ‘ଯମୁନା’ ଓ ‘ଜିନତ’ ନାମକ ଦୁଇଟି ବାଘ ଅଣାଯାଇଥିଲା।

ବାଘ ବଂଶ ବୃଦ୍ଧିରେ ଆଶାଜନକ ସଫଳତା ମିଳିନଥିଲେ ହେଁ ସଂରକ୍ଷଣ ପ୍ରୟାସ ଜାରି ରହିଛି। ବର୍ତ୍ତମାନ GPS ଟ୍ରାକିଂ ଏବଂ କ୍ୟାମେରା ଟ୍ରାପ୍ ସାହାଯ୍ୟରେ ବାଘମାନଙ୍କ ଗତିବିଧି ଉପରେ କଡ଼ା ନଜର ରଖାଯାଉଛି।

ଅନ୍ୟପଟେ, ସମ୍ବଲପୁରର ମୋତିଝରନ ସ୍ଥିତ ଚିଡ଼ିଆଖାନା ପାଇଁ ଏକ ଖୁସି ଖବର ରହିଛି। କେନ୍ଦ୍ରୀୟ ଚିଡ଼ିଆଖାନା ପ୍ରାଧିକରଣ ଏହି ଚିଡ଼ିଆଖାନାକୁ ୪ଟି ରୟାଲ ବେଙ୍ଗଲ ଟାଇଗର ଆଣିବା ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ପ୍ରଥମ ଥର ପାଇଁ ଏଠାରେ ମହାବଳ ବାଘ ଦେଖିବାକୁ ମିଳିବ, ଯାହା ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ ଆକର୍ଷଣ ସାଜିବ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri