Posted inଖେଳ

ଦେବାଶିଷ ରନରଅପ୍‌

ଭୁବନେଶ୍ୱର, ୫।୬ (କ୍ରୀଡ଼ା ପ୍ରତିନିଧି): ହରିୟାଣାର ଝଜାରଠାରେ ଅନୁଷ୍ଠିତ ୧୮ ବର୍ଷରୁ କମ୍‌ ବାଳକ ନ୍ୟାଶନାଲ ସିରିଜ ଟେନିସ ଚାମ୍ପିୟନଶିପ୍‌ରେ ଓଡ଼ିଶାର ଦେବାଶିଷ ସାହୁ ରନରଅପ୍‌ ହୋଇଛନ୍ତି। ପ୍ରଥମ ରାଉଣ୍ଡ ଓ ପ୍ରି-କ୍ୱାର୍ଟର ଫାଇନାଲକୁ ସହଜରେ ଜିତିଥିବା ଦେବାଶିଷ କ୍ୱାର୍ଟର ଫାଇନାଲଠାରୁ କଡ଼ା ଚ୍ୟାଲେଞ୍ଜର ସମ୍ମୁଖୀନ ହୋଇଥିଲେ। ତେବେ ସେ କ୍ୱାର୍ଟର ଫାଇନାଲରେ ତାମିଲନାଡ଼ୁର ରିଶି ବନ୍ଦନଙ୍କୁ ୨-୬, ୬-୩, ୬-୧ ସେଟ୍‌ରେ ଏବଂ ସେମିଫାଇନାଲରେ ମହାରାଷ୍ଟ୍ରର ପାର୍ଥ ଦେଓରୋଖରଙ୍କୁ ୬-୪, ୨-୬, ୬-୨ ସେଟ୍‌ରେ ହରାଇ ଫାଇନାଲରେ ପ୍ରବେଶ କରିଥିଲେ। ଆହତ ସମସ୍ୟା ଯୋଗୁ ସେ ଟାଇଟଲ ପର୍ଯ୍ୟାୟରେ ଦକ୍ଷତା ଅନୁସାରେ ପ୍ରଦର୍ଶନ କରିପାରି ନ ଥିଲେ। ଫଳରେ ହରିୟାଣାର ବଂଶ ନନ୍ଦଲଙ୍କଠାରୁ ୨-୬, ୦-୬ ସେଟ୍‌ରେ ହାରି ଯାଇଥିଲେ। ଅନୁକମ୍ପା ସାହୁ ଓ ଲକ୍ଷ୍ମୀକାନ୍ତ ସାହୁଙ୍କ ପୁତ୍ର ଦେବାଶିଷଙ୍କ ଘର ହେଉଛି। ଢେଙ୍କାନାଳ ଗଁଦିଆସ୍ଥିତ ଲହଡା। କୋଚ୍‌ ସୟଦ ଫରହାନ ଅଲୀଙ୍କଠାରୁ ପ୍ରଶିକ୍ଷଣ ନେଇ କ୍ୟାରିୟରକୁ ଆଗକୁ ବଢ଼ାଇଥିବା ଏହି ଉଦୀୟମାନ ଟେନିସ ପ୍ରତିଭା ଭାରତ ପକ୍ଷରୁ ଜୁନିୟର ଡେଭିସ କପ୍‌ରେ ପ୍ରତିନିଧିତ୍ୱ କରିଛନ୍ତି। କେବଳ ସେତିକି ନୁହେଁ ଭାରତକୁ ଡେଭିସ କପ୍‌ ବିଜୟୀ କରିବାରେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ଦେଇ ନିଜ କ୍ୟାରିୟରକୁ ରୁଦ୍ଧିମନ୍ତ କରିଛନ୍ତି। ପୂର୍ବରୁ ସେ ପ୍ରଥମ ଓଡ଼ିଆ ଖେଳାଳିଭାବେ ୨୦୧୯ରେ ଓ୍ବିମ୍ବେଲଡନ ଗ୍ରାଣ୍ଡସ୍ଲାମ ଜୁନିୟର ଟେନିସ ଟ୍ରାଏଲ୍‌ ପାଇଁ ମନୋନୀତ ହୋଇଥିଲେ। ଇତିମଧ୍ୟରେ ଦେବାଶିଷ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଡଜନେରୁ ଊର୍ଦ୍ଧ୍ୱ ଟାଇଟଲ ଜିତିବାର ସୌଭାଗ୍ୟ ଲାଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri