Posted inଖେଳ

ଦେବାଶିଷ ରନରଅପ୍‌

ଭୁବନେଶ୍ୱର, ୫।୬ (କ୍ରୀଡ଼ା ପ୍ରତିନିଧି): ହରିୟାଣାର ଝଜାରଠାରେ ଅନୁଷ୍ଠିତ ୧୮ ବର୍ଷରୁ କମ୍‌ ବାଳକ ନ୍ୟାଶନାଲ ସିରିଜ ଟେନିସ ଚାମ୍ପିୟନଶିପ୍‌ରେ ଓଡ଼ିଶାର ଦେବାଶିଷ ସାହୁ ରନରଅପ୍‌ ହୋଇଛନ୍ତି। ପ୍ରଥମ ରାଉଣ୍ଡ ଓ ପ୍ରି-କ୍ୱାର୍ଟର ଫାଇନାଲକୁ ସହଜରେ ଜିତିଥିବା ଦେବାଶିଷ କ୍ୱାର୍ଟର ଫାଇନାଲଠାରୁ କଡ଼ା ଚ୍ୟାଲେଞ୍ଜର ସମ୍ମୁଖୀନ ହୋଇଥିଲେ। ତେବେ ସେ କ୍ୱାର୍ଟର ଫାଇନାଲରେ ତାମିଲନାଡ଼ୁର ରିଶି ବନ୍ଦନଙ୍କୁ ୨-୬, ୬-୩, ୬-୧ ସେଟ୍‌ରେ ଏବଂ ସେମିଫାଇନାଲରେ ମହାରାଷ୍ଟ୍ରର ପାର୍ଥ ଦେଓରୋଖରଙ୍କୁ ୬-୪, ୨-୬, ୬-୨ ସେଟ୍‌ରେ ହରାଇ ଫାଇନାଲରେ ପ୍ରବେଶ କରିଥିଲେ। ଆହତ ସମସ୍ୟା ଯୋଗୁ ସେ ଟାଇଟଲ ପର୍ଯ୍ୟାୟରେ ଦକ୍ଷତା ଅନୁସାରେ ପ୍ରଦର୍ଶନ କରିପାରି ନ ଥିଲେ। ଫଳରେ ହରିୟାଣାର ବଂଶ ନନ୍ଦଲଙ୍କଠାରୁ ୨-୬, ୦-୬ ସେଟ୍‌ରେ ହାରି ଯାଇଥିଲେ। ଅନୁକମ୍ପା ସାହୁ ଓ ଲକ୍ଷ୍ମୀକାନ୍ତ ସାହୁଙ୍କ ପୁତ୍ର ଦେବାଶିଷଙ୍କ ଘର ହେଉଛି। ଢେଙ୍କାନାଳ ଗଁଦିଆସ୍ଥିତ ଲହଡା। କୋଚ୍‌ ସୟଦ ଫରହାନ ଅଲୀଙ୍କଠାରୁ ପ୍ରଶିକ୍ଷଣ ନେଇ କ୍ୟାରିୟରକୁ ଆଗକୁ ବଢ଼ାଇଥିବା ଏହି ଉଦୀୟମାନ ଟେନିସ ପ୍ରତିଭା ଭାରତ ପକ୍ଷରୁ ଜୁନିୟର ଡେଭିସ କପ୍‌ରେ ପ୍ରତିନିଧିତ୍ୱ କରିଛନ୍ତି। କେବଳ ସେତିକି ନୁହେଁ ଭାରତକୁ ଡେଭିସ କପ୍‌ ବିଜୟୀ କରିବାରେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ଦେଇ ନିଜ କ୍ୟାରିୟରକୁ ରୁଦ୍ଧିମନ୍ତ କରିଛନ୍ତି। ପୂର୍ବରୁ ସେ ପ୍ରଥମ ଓଡ଼ିଆ ଖେଳାଳିଭାବେ ୨୦୧୯ରେ ଓ୍ବିମ୍ବେଲଡନ ଗ୍ରାଣ୍ଡସ୍ଲାମ ଜୁନିୟର ଟେନିସ ଟ୍ରାଏଲ୍‌ ପାଇଁ ମନୋନୀତ ହୋଇଥିଲେ। ଇତିମଧ୍ୟରେ ଦେବାଶିଷ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଡଜନେରୁ ଊର୍ଦ୍ଧ୍ୱ ଟାଇଟଲ ଜିତିବାର ସୌଭାଗ୍ୟ ଲାଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି୨୦ ବିଶ୍ୱକପ୍‌ ଲାଗି ଟିମ୍‌ ଇଣ୍ଡିଆ ଚୟନ ପୂର୍ବରୁ ବଡ଼ ଖବର: ଈଶାନଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ; ଜାଣନ୍ତୁ ମାମଲା…

ନୂଆଦିଲ୍ଲୀ,୨୮।୪: ଟି୨୦ ବିଶ୍ୱକପ୍‌ ୨୦୨୪ ଲାଗି ଟିମ୍‌ ଇଣ୍ଡିଆ ଚୟନ କେବେ ବି ହୋଇପାରେ। ଓ୍ବେଷ୍ଟଇଣ୍ଡିଜ ଏବଂ ଆମେରିକାରେ ହେବାକୁ ଥିବା ଏହି ଆଇସିସି ଟୁର୍ନାମେଣ୍ଟ...

ଟି-୨୦ରେ ଇତିହାସ ରଚିଲେ ଏହି କ୍ରିକେଟର୍‌: ପ୍ରଥମ ବୋଲର୍‌ ଭାବେ ହାସଲ କଲେ ବଡ଼ କାରନାମା

ଇସଲାମାବାଦ୍‌,୨୮।୪:ନ୍ୟୁଜିଲାଣ୍ଡ ବିପକ୍ଷ ପଞ୍ଚମ ଟି-୨୦ ମ୍ୟାଚରେ ପାକିସ୍ତାନ ପେସ୍‌ ଶାହିନ ଆଫ୍ରିଦି ଏକ ଚମତ୍କାର ରେକର୍ଡ ସୃଷ୍ଟି କରି ଟି -୨୦ କ୍ରିକେଟ ରେ ଇତିହାସ...

ପରିବାର ସହ ପ୍ରଥମ ଆଇପିଏଲ ଫିଫ୍ଟିର ଉତ୍ସବ ପାଳିଲେ ଧ୍ରୁବ, ଭିଡିଓକୁ ମିଳୁଛି ଖୁବ ପ୍ରଶଂସା

ନୂଆଦିଲ୍ଲୀ,୨୮।୪: ଶନିବାର ଆଇପିଏଲ ୨୦୨୪ର ୪୪ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ୱିକେଟ କିପର ବ୍ୟାଟ୍ସମ୍ୟାନ ଧ୍ରୁବ ଜୁରେଲ ଲକ୍ଷ୍ନୌ ସୁପରଜିଆଣ୍ଟସ ବିପକ୍ଷରେ ଆଇପିଏଲ କ୍ୟାରିୟରର...

ଲଜ୍ଜାଜନକ ରେକର୍ଡ ହାସଲ କଲେ ମୁମ୍ବାଇ ଇଣ୍ଡିଆନ୍ସର ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୮।୪: ଆଇପିଏଲ ୨୦୨୪ରେ ୪୩ତମ ମ୍ୟାଚ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଇଥିଲା। ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚ୍ରେ ମୁମ୍ବାଇକୁ ୧୦...

ଭାରତକୁ ଓ୍ବାର୍ଲଡ କପ ଜିତାଇ ଥିବା ଏବେ ପାକିସ୍ତାନର କୋଚ, ପିସିବି ଦେଲା ଏହି ଦାୟିତ୍ୱ

ନୂଆଦିଲ୍ଲୀ,୨୮।୪: ଟି -୨୦ ବିଶ୍ୱକପ ୨୦୨୪ପୂର୍ବରୁ ପାକିସ୍ତାନ ଦଳ ତା’ର କୋଚ ବଦଳାଇଛି । ହ୍ବାଇଟ ବଲ ଫର୍ମାଟ (ଓ୍ବାନଡେ ଏବଂ ଟି ୨୦) ରେ...

ପ୍ଲେ ଅଫ୍‌ ରେସ୍‌ ହେଉଛି ରୋଚକ: ଏପର୍ଯ୍ୟନ୍ତ ସମସ୍ତ ଦଳ ପାଇଁ ରାସ୍ତା ଖୋଲା

ନୂଆଦିଲ୍ଲୀ,୨୮।୪: ଆଇପିଏଲ ୨୦୨୪ରେ ପ୍ଲେ ଅଫ ପାଇଁ ଯୋଗ୍ୟତା ଅର୍ଜନ କରୁଥିବା ଦଳର ଚିତ୍ର ସ୍ପଷ୍ଟ ହୋଇନାହିଁ। ୧୬ ପଏଣ୍ଟ ସହ ଏକ ନମ୍ବରରେ ଥିବା...

ଟି-୨୦ ଓ୍ବାର୍ଲଡ କପ ପାଇଁ ଭାରତୀୟ ଟିମ ଚୟନ କଲେ ହରଭଜନ, ମୟଙ୍କ ଯାଦବଙ୍କୁ ସାମିଲ କରି ସମସ୍ତଙ୍କୁ ଚମକାଇ ଦେଲେ

ନୂଆଦିଲ୍ଲୀ,୨୮।୪: ଟି -୨୦ ବିଶ୍ୱକପ ୨୦୨୪ ପାଇଁ କାଉଣ୍ଟଡାଉନ ଆରମ୍ଭ ହୋଇଛି। ଏହି ମେଗା ଇଭେଣ୍ଟ ଜୁନ ୧ ରୁ ୱେଷ୍ଟଇଣ୍ଡିଜ ଏବଂ ଆମେରିକାରେ ଆରମ୍ଭ...

ଦିଲ୍ଲୀ ବିପକ୍ଷ ମ୍ୟାଚରେ ପରାଜୟ ପାଇଁ ତିଳକ ବର୍ମା ଦାୟୀ ବୋଲି କହିଲେ ହାର୍ଦ୍ଦିକ ପାଣ୍ଡ୍ୟା, ଉଠାଇଲେ ବଡ଼ ପ୍ରଶ୍ନ

ଭୁବନେଶ୍ୱର, ୨୭।୪: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ର ୧୭ ତମ ସିଜନ୍ ମୁମ୍ବାଇ ଇଣ୍ଡିଆନ୍ସ ପ୍ରଦର୍ଶନ ଏତେ ଭଲ ନାହିଁ। ୨୮ ଏପ୍ରିଲରେ ଦିଲ୍ଲୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri