କୋଭିଡ୍‌ ମୃତକଙ୍କ ପରିବାରକୁ ଆର୍ଥିକ ସହାୟତା ପାଇଁ ୩ରୁ ଆବେଦନ

ଭୁବନେଶ୍ୱର,୨।୧୧(ବ୍ୟୁରୋ): ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ କରୋନା ସଂକ୍ରମଣରେ ମୃତ୍ୟୁବରଣ କରିଥିବା ଲୋକଙ୍କ ପରିବାର କିମ୍ବା ନିକଟତମ ସମ୍ପର୍କୀୟଙ୍କୁ ୫୦ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିବେ ରାଜ୍ୟ ସରକାର। ଏହି ଆର୍ଥିକ ସହାୟତା ପ୍ରଦାନ ପ୍ରକ୍ରିୟାକୁ ସୁଗମ କରିବା ପାଇଁ ଏକ ସ୍ବତନ୍ତ୍ର ମୋବାଇଲ ଆପ୍‌ ‘କ୍ୟାପ୍ସ’ ପ୍ରସ୍ତୁତ କରାଯାଇଛି। ଜିଲାପାଳ ଏହି ଆପ୍‌ ମାଧ୍ୟମରେ ହିତାଧିକାରୀଙ୍କୁ ଏହି ସହାୟତା ରାଶି ପ୍ରଦାନ କରିବେ। ସହାୟତା ରାଶି ସିଧାସଳଖ ବ୍ୟାଙ୍କ ଖାତାକୁ ଯିବ। ଏଥିପାଇଁ ଆସନ୍ତା ୩ ତାରିଖରୁ ଜିଲାପାଳଙ୍କ ନିକଟରେ ଆବେଦନ କରିପାରିବେ। ନିର୍ଦ୍ଦିଷ୍ଟ ଫର୍ମାଟରେ ଅନ୍‌ଲାଇନ୍‌ରେ କିମ୍ବା ଅଫ୍‌ଲାଇନ୍‌ରେ ଡାକ ମାଧ୍ୟମରେ ଆବେଦନ କରିପାରିବେ। ଆବେଦନ ଫର୍ମ ସହ କୋଭିଡ୍‌ ମୃତ୍ୟୁ ପ୍ରମାଣପତ୍ର ଓ ଅନ୍ୟାନ୍ୟ ଆବଶ୍ୟକ କାଗଜପତ୍ର ସଂଲଗ୍ନ କରିବେ। ଗୋଟିଏ କୋଭିଡ୍‌ ମୃତ୍ୟୁ ପାଇଁ ଗୋଟିଏ ଆବେଦନପତ୍ର ଦାଖଲ କରାଯାଇପାରିବ। ଆବେଦନ ପତ୍ର ପାଇବା ପରେ ଜିଲାପାଳ ତାହାର ଏକ ନକଲ ତହସିଲଦାରଙ୍କ ନିକଟକୁ ଯାଞ୍ଚ ପାଇଁ ପଠାଇବେ। ତହସିଲଦାର ହିତାଧିକାରୀ ଚିହ୍ନଟ କରିବା ସହ ବ୍ୟାଙ୍କ ଖାତା ସମ୍ପର୍କିତ ତଥ୍ୟ ଉପଜିଲାପାଳଙ୍କ ନିକଟକୁ ପଠାଇବେ। ଉପଜିଲାପାଳ ନିଜର ମନ୍ତବ୍ୟ ସହ ଆବେଦନକୁ ଏଡିଏମ୍‌ଙ୍କ ଜରିଆରେ ଜିଲାପାଳଙ୍କ ନିକଟକୁ ପଠାଇବେ। ପରେ ଜିଲାପାଳ ଆବେଦନକୁ ମଞ୍ଜୁର କରିବେ। ଏ ନେଇ ସୋମବାର ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ସମସ୍ତ ଜିଲାପାଳ, ମହାନଗର ନିଗମ କମିଶନର, ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଚିଠି ଲେଖି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…

୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଜାଣନ୍ତୁ କାହା ଅଭାବରୁ ବଢ଼ିଥାଏ ‘ଫ୍ୟାଟି ଫୁଡ୍‌’ ଲୋଭ

ଟୋକିଓ/ଲଣ୍ଡନ, ୩୦।୮: ସୁସ୍ବାଦୁ ତଥା ଅଧିକ ଚର୍ବିଯୁକ୍ତ ଖାଦ୍ୟ (ଫ୍ୟାଟି ଫୁଡ୍‌) ଦେଖିଲେ କେତେଜଣ ଲୋକ ନିଜକୁ ନିୟନ୍ତ୍ରଣ କରିପାରନ୍ତି ନାହିଁ କାହିଁକି? ଏହାର ଉତ୍ତର ଖୋଜିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri