କ୍ଷତିଗ୍ରସ୍ତଙ୍କୁ ‘ରିମ୍‌ଝିମ୍‌’ର ପ୍ରତାରଣା

ଢେଙ୍କାନାଳ ଅଫିସ, ୧୩।୮: କମ୍ପାନୀ ନାଁ ବଦଳିଛି। ବଦଳିଛନ୍ତି କମ୍ପାନୀ କର୍ତ୍ତୃପକ୍ଷ ଏବଂ ପରିଚାଳନା କମିଟି। ତେବେ ଏହି ବଦଳିବା ପ୍ରକ୍ରିୟା ମଧ୍ୟରେ ପୁରାତନ କର୍ମଚାରୀଙ୍କ ଭାଗ୍ୟ ଠେଲି ହୋଇଯାଇଛି ଅନ୍ଧକାର ମଧ୍ୟକୁ। କାରଖାନା ପାଇଁ ଜମି ହରାଇ ନିଯୁକ୍ତି ପାଇଥିବା କ୍ଷତିଗ୍ରସ୍ତଙ୍କୁ ଥଇଥାନ କରିବାରେ କୁନ୍ଥୁକୁନ୍ଥୁ ହେଉଛି ‘ରିମ୍‌ଝିମ୍‌’ କମ୍ପାନୀ। ୪ଥର ବୈଠକ ସତ୍ତ୍ୱେ ଏ ଦିଗରେ ସକାରାତ୍ମକ ପଦକ୍ଷେପ ଗ୍ରହଣ କରାଯାଉ ନ ଥିବାରୁ ଜମିହରାଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି।
ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କୁରୁଣ୍ଟିରେ ପ୍ରତିଷ୍ଠିତ ବିଆରଜି କମ୍ପାନୀ ବିକ୍ରି ହୋଇଯାଇଛି। ସେଠାରେ ଏବେ ପ୍ରତିଷ୍ଠିତ ହୋଇଛି ରିମ୍‌ଝିମ୍‌ ଇସ୍ପାତ କମ୍ପାନୀ। ବିଆର୍‌ଜି କାରଖାନା ପ୍ରତିଷ୍ଠା ସମୟରେ ଅଞ୍ଚଳର ୧୭୫ ଜମିହରାଙ୍କୁ ନିଯୁକ୍ତି ଦିଆଯାଇଥିଲା। ତେବେ ବିଆର୍‌ଜିକୁ କିଣିଥିବା ରିମ୍‌ଝିମ୍‌ କମ୍ପାନୀ ସମ୍ପୃକ୍ତ କ୍ଷତିଗ୍ରସ୍ତ ପ୍ରଜାଙ୍କୁ ନିଯୁକ୍ତି ଦେବାରେ ପ୍ରତାରଣା କରୁଥିବା ଅଭିଯୋଗ ହୋଇଛି। ପ୍ରଶାସନ, ଆଞ୍ଚଳିକ କ୍ଷତିଗ୍ରସ୍ତ ପ୍ରଜାସଂଘ, କ୍ଷତିଗ୍ରସ୍ତ ପ୍ରଜା, ପୋଲିସ ଉପସ୍ଥିତିରେ ୪ଥର ବୈଠକ କରାଯାଇ ପର୍ଯ୍ୟାୟକ୍ରମେ ସମ୍ପୃକ୍ତ ଜମିହରାଙ୍କୁ ନିଯୁକ୍ତି ଦିଆଯିବ ବୋଲି ପ୍ରତିଶ୍ରୁତି ଦିଆଯାଇଥିଲା। ଗତ ଜୁନ୍‌ ୨୧ରେ ଅନୁଷ୍ଠିତ ବୈଠକରେ ଅବସର ସମୟରେ ଉପନୀତ କର୍ମଚାରୀଙ୍କୁ କମ୍ପାନୀ ନିୟମ ଅନୁଯାୟୀ ସେମାନଙ୍କ ପ୍ରାପ୍ୟ ପ୍ରଦାନ କରାଯିବ, ଅନ୍ୟମାନଙ୍କୁ ଯୋଗ୍ୟତା ଭିତ୍ତିରେ ନିଯୁକ୍ତି ଦେବାକୁ ନିଷ୍ପତ୍ତି ହୋଇଥିଲା। କିନ୍ତୁ ବୈଠକର ଅଢ଼େଇ ମାସ ପରେ ବି କମ୍ପାନୀ କର୍ତ୍ତୃପକ୍ଷ କୌଣସି ପଦକ୍ଷେପ ଗ୍ରହଣ କଲେନାହିଁ। ଏହାକୁ ନେଇ ଅସନ୍ତୋଷ ତେଜିବାରୁ ଶୁକ୍ରବାର ଢେଙ୍କାନାଳ ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁ୍‌ଷ୍ଠିତ ହୋଇଛି। ହିନ୍ଦୋଳ ବିଧାୟିକା ସୀମାରାଣୀ ନାୟକ, ଆଞ୍ଚଳିକ କ୍ଷତିଗ୍ରସ୍ତ ପ୍ରଜାସଂଘ ସଭାପତି ଗଙ୍ଗାଧର ସାମଲ, ସମ୍ପାଦକ ବିଜୟ ଧଳ, ବିନୋଦ ସାହୁ, କ୍ଷତିଗ୍ରସ୍ତ ପ୍ରଜାଙ୍କ ପକ୍ଷରୁ ରାଜୀବ ଗୋପାଳ ସ୍ବାଇଁ, ଚିତ୍ତରଞ୍ଜନ ନାଥ, କମ୍ପାନୀର ମାନବ ସମ୍ବଳ ମୁଖ୍ୟ ଏମ୍‌.ପି. ସିଂ, କନ୍‌ସଲଟାଣ୍ଟ ଅଶୋକ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଆସନ୍ତା ୨୩ ଓ ୨୪ ତାରିଖରେ ଢେଙ୍କାନାଳ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ନିଯୁକ୍ତି ସମ୍ପର୍କରେ ଚୂଡ଼ାନ୍ତ ନିଷ୍ପତ୍ତି ଗ୍ରହଣ କରାଯିବ ବୋଲି ସ୍ଥିର କରାଯାଇଛି।
ବିଧାୟିକା ନାୟକ କହିଲେ, ବିଆର୍‌ଜି କମ୍ପାନୀରେ କାର୍ଯ୍ୟ କରୁଥିବା ୧୭୫ କ୍ଷତିଗ୍ରସ୍ତ ପ୍ରଜାଙ୍କୁ ରିମଝିମ୍‌ କମ୍ପାନୀ ନିଯୁକ୍ତି ଦେଉନାହିଁ। ଏହାକୁ ନେଇ ଅସନ୍ତୋଷ ବଢୁଛି। ଆଞ୍ଚଳିକ କ୍ଷତିଗ୍ରସ୍ତ ପ୍ରଜାସଂଘ ସଭାପତି ସାମଲ କହିଲେ, ୪ଥର ବୈଠକ ସତ୍ତ୍ୱେ ରିମଝିମ୍‌ କମ୍ପାନୀ ଥଇଥାନ ଓ ନିଯୁକ୍ତି ସମ୍ପର୍କରେ ନିଷ୍ପତ୍ତି ନେଉନାହିଁ। ନିର୍ଦ୍ଧାରିତ ବୈଠକରେ ୧୭୫ କ୍ଷତିଗ୍ରସ୍ତଙ୍କ ନିଯୁକ୍ତି ପାଇଁ ୨ଟି ପର୍ଯ୍ୟାୟରେ ସାକ୍ଷାତ୍‌କାର ଏବଂ ଯାଞ୍ଚ କରାଯିବ। ଏଥିରେ ହିନ୍ଦୋଳ ବିଧାୟିକା, ଉପଜିଲାପାଳ, ଆଞ୍ଚଳିକ କ୍ଷତିଗ୍ରସ୍ତ ପ୍ରଜାସଂଘ, ପାରିପାର୍ଶ୍ୱିକ ଉନ୍ନୟନ କମିଟି, କୁସୁପଙ୍ଗା ପଞ୍ଚାୟତର କର୍ମକର୍ତ୍ତା, କମ୍ପାନୀ କର୍ତ୍ତୃପକ୍ଷ ଉପସ୍ଥିତ ରହିବେ। କ୍ଷତିଗ୍ରସ୍ତ କର୍ମଚାରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରାଯିବ। ସେପ୍ଟେମ୍ବର ୧ ସୁଦ୍ଧା ସମ୍ପୃକ୍ତ କର୍ମଚାରୀ କାର୍ଯ୍ୟରେ ଯୋଗଦେବେ। ସେବା ନିବୃତ୍ତ ବୟସରେ ଉପନୀତ କର୍ମଚାରୀଙ୍କୁ ୨୧ ତାରିଖ ବୈଠକରେ ଆଲୋଚନା ଅନୁଯାୟୀ କମ୍ପାନୀ ପକ୍ଷରୁ ଏକକାଳୀନ ଥଇଥାନ କରାଯିବ ବୋଲି କ୍ଷତିଗ୍ରସ୍ତ ପ୍ରଜାଙ୍କ ମଧ୍ୟରୁ ରାଜୀବ ଗୋପାଳ ସ୍ବାଇଁ ସୂଚନା ଦେଇଛନ୍ତି । ବୈଠକରେ ସଦର ଏସ୍‌ଡିପିଓ ବିକାଶ ବେଉରା, ଜିଲା ଶ୍ରମ ଅଧିକାରୀ ସତ୍ୟନାରାୟଣ ଆଚାର୍ଯ୍ୟ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?