ଡିସେମ୍ବର ୫ ସୁଦ୍ଧା ମାମଲାର ଫଇସଲା କର

କଟକ ଅଫିସ,୧୯ା୯:କଟକ ମହାନଗର ନିଗମ(ସିଏମ୍‌ସି) ୩୭ ନଂ. ୱାର୍ଡ ଅଞ୍ଚଳର ଏକ ଗୋଚର ଜମିରେ ବେଆଇନ ଭାବେ ବର୍ଜ୍ୟବସ୍ତୁ ପ୍ରକ୍ରିୟାକରଣ ପ୍ଲାଣ୍ଟ ନିର୍ମାଣ କରାଯାଇଥିବା ନେଇ ହାଇକୋର୍ଟରେ ମାମଲା ଦାଏର କରାଯାଇଥିଲା। ହାଇକୋର୍ଟର ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି ଏସ୍‌. କେ. ପାଣିଗ୍ରାହୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଗତ ୧୨ ତାରିଖରେ ଏହାର ଶୁଣାଣି କରି ଆସନ୍ତା ଡିସେମ୍ବର ୫ ତାରିଖ ସୁଦ୍ଧା ଫଇସଲା କରିବାକୁ କଟକ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଖଣ୍ଡପୀଠ ଏହି ମାମଲାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି।
ମାମଲାର ବିବରଣୀରୁ ପ୍ରକାଶ, ସିଏମ୍‌ସି ୩୭ ନଂ. ୱାର୍ଡ ଅନ୍ତର୍ଗତ ଶଙ୍କରପୁର ଦାସସାହିରେ ଖାତା ନଂ. ୧୪୨୬ରେ ଥିବା ଜମି ଗୋଚର କିସମର। ଏଥିରେ ସିଏମ୍‌ସି ବେଆଇନ ଭାବେ ବର୍ଜ୍ୟବସ୍ତୁ ପ୍ରକ୍ରିୟାକରଣ କାରଖାନା, ପାଣିଟାଙ୍କି ଓ ମିଶନଶକ୍ତି ଗୃହ ନିର୍ମାଣ କରିଛି। ବର୍ଜ୍ୟବସ୍ତୁ ପ୍ରକ୍ରିୟାକରଣ କାରଖାନା ଦ୍ୱାରା ସ୍ଥାନୀୟ ଅଞ୍ଚଳରେ ପୂତିଗନ୍ଧମୟ ପରିବେଶ ସୃଷ୍ଟି ହେଉଛି। ଲୋକମାନେ ବସବାସ କରିବା ଓ ରାସ୍ତାରେ ଯାତାୟାତବେଳେ ଦୁର୍ଗନ୍ଧରେ ଅତିଷ୍ଠ ହେଉଛନ୍ତି। ଏହି ଅଞ୍ଚଳରେ ଘନ ଜନବସତି ରହିଥିବାବେଳେ ସାହି ବାସିନ୍ଦାମାନେ ପୂଜାପାର୍ବଣ ଭଳି ଅନେକ କାର୍ଯ୍ୟକ୍ରମ ଏଠାରେ କରିଆସୁଥିଲେ। ହେଲେ ସିଏମ୍‌ସି ପକ୍ଷରୁ ଏଭଳି କାର୍ଯ୍ୟ ଆରମ୍ଭ ହେବାବେଳେ ସ୍ଥାନୀୟ ଲୋକେ ବିରୋଧ କରିଥିଲେ। ଏଥିସହ ସିଏମ୍‌ସି କମିଶନର ଓ ଜିଲାପାଳଙ୍କୁ ଭେଟି ଏହାକୁ ବନ୍ଦ କରିବା ପାଇଁ ଦରଖାସ୍ତ ଦେଇଥିଲେ। ହେଲେ ଏଥିରେ କିଛି ସୁଫଳ ମିଳି ନ ଥିବାବେଳେ ନିର୍ମାଣ କାର୍ଯ୍ୟକୁ ଆଗେଇ ନିଆଗଲା। ଏ ନେଇ ସ୍ଥାନୀୟ ବାସିନ୍ଦାଙ୍କ ପକ୍ଷରୁ ମନୋଜ କୁମାର ଦାସ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାୟର କରିଥିଲେ। ହାଇକୋର୍ଟ ଉକ୍ତ ମାମଲାର ଶୁଣାଣି କରି ମନୋଜ ସିଏମ୍‌ସିକୁ ଦେଇଥିବା ଏକ ଚିଠିର ଉପଯୁକ୍ତ ବିଚାର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜିଲାପାଳ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡକୁ ଏଥିରେ ସାମିଲ କରିବା ଓ ମାମଲା ଫଇସଲା କରିବାର ଏକ ସପ୍ତାହ ମଧ୍ୟରେ ଆବେଦନକାରୀଙ୍କୁ ତାହାର କପି ପ୍ରଦାନ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଅମୀୟ କୁମାର ମହାନ୍ତି ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri