ଡିସେମ୍ବର ୫ ସୁଦ୍ଧା ମାମଲାର ଫଇସଲା କର

କଟକ ଅଫିସ,୧୯ା୯:କଟକ ମହାନଗର ନିଗମ(ସିଏମ୍‌ସି) ୩୭ ନଂ. ୱାର୍ଡ ଅଞ୍ଚଳର ଏକ ଗୋଚର ଜମିରେ ବେଆଇନ ଭାବେ ବର୍ଜ୍ୟବସ୍ତୁ ପ୍ରକ୍ରିୟାକରଣ ପ୍ଲାଣ୍ଟ ନିର୍ମାଣ କରାଯାଇଥିବା ନେଇ ହାଇକୋର୍ଟରେ ମାମଲା ଦାଏର କରାଯାଇଥିଲା। ହାଇକୋର୍ଟର ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି ଏସ୍‌. କେ. ପାଣିଗ୍ରାହୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଗତ ୧୨ ତାରିଖରେ ଏହାର ଶୁଣାଣି କରି ଆସନ୍ତା ଡିସେମ୍ବର ୫ ତାରିଖ ସୁଦ୍ଧା ଫଇସଲା କରିବାକୁ କଟକ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଖଣ୍ଡପୀଠ ଏହି ମାମଲାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି।
ମାମଲାର ବିବରଣୀରୁ ପ୍ରକାଶ, ସିଏମ୍‌ସି ୩୭ ନଂ. ୱାର୍ଡ ଅନ୍ତର୍ଗତ ଶଙ୍କରପୁର ଦାସସାହିରେ ଖାତା ନଂ. ୧୪୨୬ରେ ଥିବା ଜମି ଗୋଚର କିସମର। ଏଥିରେ ସିଏମ୍‌ସି ବେଆଇନ ଭାବେ ବର୍ଜ୍ୟବସ୍ତୁ ପ୍ରକ୍ରିୟାକରଣ କାରଖାନା, ପାଣିଟାଙ୍କି ଓ ମିଶନଶକ୍ତି ଗୃହ ନିର୍ମାଣ କରିଛି। ବର୍ଜ୍ୟବସ୍ତୁ ପ୍ରକ୍ରିୟାକରଣ କାରଖାନା ଦ୍ୱାରା ସ୍ଥାନୀୟ ଅଞ୍ଚଳରେ ପୂତିଗନ୍ଧମୟ ପରିବେଶ ସୃଷ୍ଟି ହେଉଛି। ଲୋକମାନେ ବସବାସ କରିବା ଓ ରାସ୍ତାରେ ଯାତାୟାତବେଳେ ଦୁର୍ଗନ୍ଧରେ ଅତିଷ୍ଠ ହେଉଛନ୍ତି। ଏହି ଅଞ୍ଚଳରେ ଘନ ଜନବସତି ରହିଥିବାବେଳେ ସାହି ବାସିନ୍ଦାମାନେ ପୂଜାପାର୍ବଣ ଭଳି ଅନେକ କାର୍ଯ୍ୟକ୍ରମ ଏଠାରେ କରିଆସୁଥିଲେ। ହେଲେ ସିଏମ୍‌ସି ପକ୍ଷରୁ ଏଭଳି କାର୍ଯ୍ୟ ଆରମ୍ଭ ହେବାବେଳେ ସ୍ଥାନୀୟ ଲୋକେ ବିରୋଧ କରିଥିଲେ। ଏଥିସହ ସିଏମ୍‌ସି କମିଶନର ଓ ଜିଲାପାଳଙ୍କୁ ଭେଟି ଏହାକୁ ବନ୍ଦ କରିବା ପାଇଁ ଦରଖାସ୍ତ ଦେଇଥିଲେ। ହେଲେ ଏଥିରେ କିଛି ସୁଫଳ ମିଳି ନ ଥିବାବେଳେ ନିର୍ମାଣ କାର୍ଯ୍ୟକୁ ଆଗେଇ ନିଆଗଲା। ଏ ନେଇ ସ୍ଥାନୀୟ ବାସିନ୍ଦାଙ୍କ ପକ୍ଷରୁ ମନୋଜ କୁମାର ଦାସ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାୟର କରିଥିଲେ। ହାଇକୋର୍ଟ ଉକ୍ତ ମାମଲାର ଶୁଣାଣି କରି ମନୋଜ ସିଏମ୍‌ସିକୁ ଦେଇଥିବା ଏକ ଚିଠିର ଉପଯୁକ୍ତ ବିଚାର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜିଲାପାଳ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡକୁ ଏଥିରେ ସାମିଲ କରିବା ଓ ମାମଲା ଫଇସଲା କରିବାର ଏକ ସପ୍ତାହ ମଧ୍ୟରେ ଆବେଦନକାରୀଙ୍କୁ ତାହାର କପି ପ୍ରଦାନ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଅମୀୟ କୁମାର ମହାନ୍ତି ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri