୪ ସପ୍ତାହ ମଧ୍ୟରେ ନିଷ୍ପତ୍ତି ନିଅ: ହାଇକୋର୍ଟ

କଟକ ଅଫିସ,୧୩ା୮: ଆଥ୍‌ଲେଟ୍‌ ଦୂତୀ ଚାନ୍ଦଙ୍କ ବିରୋଧରେ ହୋଇଥିବା ଅଭିଯୋଗ ଉପରେ ଆସନ୍ତା ୪ ସପ୍ତାହ ମଧ୍ୟରେ ନିଷ୍ପତ୍ତି ନିଅ। ଏକ ୱେବ୍‌ ପୋର୍ଟାଲ ପ୍ରତିନିଧିଙ୍କୁ ଦୂତୀଙ୍କ ଧମକ ମାମଲାର ଶୁଣାଣିକରି ହାଇକୋର୍ଟ ବିଚାରପତି ବିଶ୍ୱଜିତ୍‌ ମହାନ୍ତି ଭୁବନେଶ୍ୱର ଡିସିପି ଉମାଶଙ୍କର ଦାଶଙ୍କୁ ଉପରୋକ୍ତ ନିର୍ଦ୍ଦେଶ ଦେଇଛନ୍ତି। ଆବେଦନକାରୀ ୱେବ୍‌ ପୋର୍ଟାଲର ନିର୍ଦ୍ଦେଶକ ସୁଧାଂଶୁ ଶେଖର ରାଉତଙ୍କ ପକ୍ଷରୁ ଆଇନଜୀବୀ ବ୍ୟୋମକେଶ ତ୍ରିପାଠୀ ମାମଲା ପରିଚାଳନା କରୁଛନ୍ତି।
ମାମଲାର ବିବରଣୀରୁ ପ୍ରକାଶ, ଗତ ୩ ତାରିଖରେ ଦୂତୀଙ୍କ ବିରୋଧରେ ତାଙ୍କ ବାପା, ମା, ବଡ ଭଉଣୀ ପ୍ରେସ୍‌ ବିବୃତି ମାଧ୍ୟମରେ ଅଭିଯୋଗ କରିଥିଲେ। ଏନେଇ ୪ ତାରିଖ ସନ୍ଧ୍ୟାରେ ଉକ୍ତ ପୋର୍ଟାଲର ଖବରଦାତା ଦୂତୀଙ୍କ ମତାମତ ନେବା ପାଇଁ ଯୋଗାଯୋଗ କରିଥିଲେ। ହେଲେ ଦୂତୀ ତାଙ୍କୁ ଗାଳିଗୁଲଜ କରିବା ସହ ମିଛ କେସ୍‌ରେ ଜେଲ୍‌ରେ ପୂରାଇଦେବେ ବୋଲି କହିଥିଲେ। ସେହିପରି ମୋବାଇଲ ହ୍ବାଟ୍ସଆପ୍‌ ଚାଟ୍‌ ମାଧ୍ୟମରେ ମଧ୍ୟ ଧମକ ଦେଇଥିଲେ। ଦୂତୀ ଜଣେ ପ୍ରତିଷ୍ଠିତ ଆଥ୍‌ଲେଟ୍‌ ହୋଇଥିବାରୁ ପୋର୍ଟାଲର କାର୍ଯ୍ୟକର୍ତ୍ତାମାନେ ଭୟଭୀତ ଅବସ୍ଥାରେ ଅଛନ୍ତି। ଯଦି ସେମାନଙ୍କର କିଛି ହୁଏ, ତେବେ ଦୂତୀ ଦାୟୀ ରହିବେ ବୋଲି ୪ ତାରିଖରେ ସୁଧାଂଶୁ ଲକ୍ଷ୍ମୀସାଗର ଥାନାରେ ଅଭିଯୋଗ କରିଥିଲେ। କିନ୍ତୁ କୌଣସି କାର୍ଯ୍ୟାନୁଷ୍ଠାନ ନ ନିଆଯିବାରୁ ଗତ ୭ ତାରିଖରେ ସେ ଭୁବନେଶ୍ୱର ଡିସିପିଙ୍କ ନିକଟରେ ଅଭିଯୋଗ କରିଥିଲେ। ଏହାସତ୍ତ୍ୱେ କିଛି ପଦକ୍ଷେପ ନିଆ ନ ଯିବାରୁ ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri