ଉପଯୁକ୍ତ ସମୟରେ ନିଷ୍ପତ୍ତି: ବିଜେଡି

ଭୁବନେଶ୍ୱର,୧୬ା୬(ବ୍ୟୁରୋ): ଆସନ୍ତା ଜୁଲାଇ ୧୮ ତାରିଖରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଏ ନେଇ ବିରୋଧୀ ଦଳ ଏକାଠି ହେଲେଣି। ତେବେ ବିରୋଧୀ ଦଳ ଓ ଏନ୍‌ଡିଏ କାହାକୁ ପ୍ରାର୍ଥୀ କରିବେ ଏ ପର୍ଯ୍ୟନ୍ତ ତାହା ସ୍ପଷ୍ଟ ହୋଇନାହିଁ। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ବିରୋଧୀ ଦଳଙ୍କର ବୈଠକ ଡାକିଥିଲେ ମଧ୍ୟ ପ୍ରାର୍ଥୀ ଚୟନ ଚୂଡ଼ାନ୍ତ ହୋଇପାରି ନାହିଁ।
ଆସନ୍ତା ଜୁଲାଇ ୨୪ରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ ଶେଷ ହେଉଛି। ଏହା ପୂର୍ବରୁ ନୂଆ ରାଷ୍ଟ୍ରପତି ନିର୍ବାଚନ ଶେଷ ହେବ। ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀଙ୍କ ସପକ୍ଷରେ ସମର୍ଥନ ଯୋଗାଡ଼ ଲାଗି ଏବେ ଭାଜପା ଜାତୀୟ ନେତୃତ୍ୱ ଉଦ୍ୟମ ଆରମ୍ଭ କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ ଭାଜପାର ବରିଷ୍ଠ ନେତା ତଥା ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ବୁଧବାର ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଟେଲିଫୋନ ଯୋଗେ କଥା ହୋଇଛନ୍ତି। ତେବେ ସେ ମୁଖ୍ୟମନ୍ତ୍ରୀଙ୍କ ସହ କେଉଁ ବିଷୟରେ କଥା ହୋଇଛନ୍ତି ତାହା ସ୍ପଷ୍ଟ ହୋଇ ନାହିଁ। ଆଗକୁ ରାଷ୍ଟ୍ରପତି ନିର୍ବାଚନ ଥିବାରୁ ରାଜନାଥଙ୍କ ଟେଲିଫୋନକୁ ନେଇ ଚର୍ଚ୍ଚା ଜୋର ଧରିଛି। କେନ୍ଦ୍ରର ଭାଜପା ନେତୃତ୍ୱ ନବୀନଙ୍କୁ ଭରସା କରିଛନ୍ତି। ବିଜେଡି ପାଖରେ ଏବେ ରାଷ୍ଟ୍ରପତି ନିର୍ବାଚନର ୩ ପ୍ରତିଶତ ଭୋଟ ରହିଛି। ଯଦି ବିଜେଡି ସମର୍ଥନ ଦେବ ତେବେ ଏନ୍‌ଡିଏ ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତି ପ୍ରାର୍ଥୀ ଜିତିବା ଏକପ୍ରକାର ନିଶ୍ଚିତ ହୋଇଯିବ। ମେ’ ୩୦ ରେ ବିଜେଡି ସୁପ୍ରିମୋ ନବୀନ ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରିଥିଲେ। ତେବେ ସେ ସମୟରେ ରାଷ୍ଟ୍ରପତି ନିର୍ବାଚନ ସମ୍ପର୍କରେ କୌଣସି ଆଲୋଚନା ହୋଇ ନ ଥିବା ନବୀନ ଗଣମାଧ୍ୟମକୁ କହିଥିଲେ।
ବିଜେଡି ରାଷ୍ଟ୍ରପତି ନିର୍ବାଚନରେ ପ୍ରତ୍ୟେକ ଦଳଠାରୁ ସମଦୂରତ୍ୱ ବଜାୟ ରଖି ଆସିଛି। ନିର୍ବାଚନ ଆସିଲେ ପ୍ରାର୍ଥୀଙ୍କୁ ଦେଖି ନିଷ୍ପତ୍ତି ନିଆଯିବ ବୋଲି ବିଜେଡି ସଭାପତି ଗଣମାଧ୍ୟମକୁ ପୂର୍ବରୁ କହି ଆସିଛନ୍ତି। ଅନ୍ୟପକ୍ଷରେ ବିଜେଡିକୁ ବିରୋଧୀ ଦଳ ପକ୍ଷରୁ କୌଣସି ଯୋଗାଯୋଗ କରାଯାଇ ନ ଥିବା ଜଣାପଡ଼ିଛି। ଏନ୍‌ଡିଏ ପକ୍ଷରୁ ଏ ପର୍ଯ୍ୟନ୍ତ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇ ନ ଥିଲେ ମଧ୍ୟ ସମର୍ଥନ ଯୋଗାଡ଼ରେ ଭାଜପା ଜାତୀୟ ନେତୃତ୍ୱ ଜୋରସୋର ଉଦ୍ୟମ ଚଳାଇଛନ୍ତି। ବିଜେଡି ମୁଖପାତ୍ର ଲେଲିନ ମହାନ୍ତି କହିଛନ୍ତି ଯେ ଠିକ୍‌ ସମୟରେ ଦଳର ସଭାପତି ଉପଯୁକ୍ତ ନିଷ୍ପତ୍ତି ନେବେ। ଏବେଠାରୁ ସେ ନେଇ କିଛି କହିହେବ ନାହିଁ।
ରାଷ୍ଟ୍ରପତି ନିର୍ବାଚନ ପାଇଁ ମୋଟ ଭୋଟ୍‌ ସଂଖ୍ୟା ୧୦,୯୩,୩୪୭ ହୋଇଥିବା ବେଳେ ଏନ୍‌ଡିଏ ପାଖରେ ଏବେ ଏଥିରୁ ୪୮.୮ ପ୍ରତିଶତ ଭୋଟ ରହିଛି। ଏନ୍‌ଡିଏ ପ୍ରାର୍ଥୀ ଜିତିବା ପାଇଁ ୫,୪୬,୬୭୫ ଖଣ୍ଡ ଭୋଟ ଆବଶ୍ୟକ। ତେବେ ଏନ୍‌ଡିଏ ପାଖରେ ପ୍ରାୟ ୧୩ ହଜାର ଭୋଟ (୧.୨%) ଅଭାବ ରହିଛି। ଏହି ଭୋଟ ଯୋଗାଡ଼ କରିବା ଉଦ୍ଦେଶ୍ୟରେ ଭାଜପା ଏବେ ନିଜର ସହଯୋଗୀ ବିଜେଡି ଏବଂ ୱାଇଏସ୍‌ଆର କଂଗ୍ରେସ ଉପରେ ନଜର ରଖିଛି। ଏହି ଦୁଇ ଦଳ ମଧ୍ୟରୁ ଜଣଙ୍କର ସମର୍ଥନ ମିଳିଗଲେ ଏନ୍‌ଡିଏ ପ୍ରାର୍ଥୀ ବିଜୟୀ ହେବା ସହଜ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri