Posted inଜାତୀୟ

ହାଥରସ ଗଣବଳାତ୍କାର ମାମଲା: ଜଣେ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ୩ ନିର୍ଦ୍ଦୋଷରେ ଖଲାସ

ଲକ୍ଷ୍ନୌ,୨।୩: ଉତ୍ତରପ୍ରଦେଶର ହାଥରସରେ ଅବସ୍ଥିତ ବୁଲଗଢି ଗଣବଳାତ୍କାର ମାମଲାରେ ଗୁରୁବାର ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଏହି ମାମଲାରେ କୋର୍ଟ ଜଣଙ୍କୁ ଦୋଷୀ ସାବ୍ୟସ୍ତ କରିଥିବାବେଳେ ୩ ଜଣଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ଏସସି-ଏସଟି କୋର୍ଟର ସ୍ବତନ୍ତ୍ର ଜଜ ତ୍ରିଲୋକପାଲ ଏହି ରାୟ ଦେଇଛନ୍ତି। କିଛି ସମୟ ଭିତରେ ଅଭିଯୁକ୍ତଙ୍କୁ ଦଣ୍ଡ ଘୋଷଣା କରାଯିବ।
ସୂଚନାଯୋଗ୍ୟ, ୧୪ ସେପ୍ଟେମ୍ବର ୨୦୨୦ରେ ହାଥରସରେ ଜଣେ ଦଲିତ ଝିଅଙ୍କୁ କିଛି ଯୁବକଙ୍କୁ ବଳାତ୍କାର କରିଥିଲେ। ଏହା ପରେ ଝିଅଟିକୁ ଗୁରୁତର ଅବସ୍ଥାରେ ଦିଲ୍ଲୀର ସଫଦରଗଞ୍ଜ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଏହି ଘଟଣାର ପ୍ରାୟ ୧୫ ଦିନ ପରେ ଅର୍ଥାତ୍‌ ସେପ୍ଟେମ୍ବର ୨୯ରେ ପୀଡିତାଙ୍କ ମୃତ୍ୟୁ ହୋଇଥିଲା। କୋର୍ଟ ତାଙ୍କ ନିଷ୍ପତ୍ତିରେ ଲବ-କୁଶ, ରାମୁ ଏବଂ ରବି ନାମକ ଅଭିଯୁକ୍ତକୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ତେବେ କୋର୍ଟ ଜଣେ ଅଭିଯୁକ୍ତ ସନ୍ଦୀପଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ୩୦୪ ଏବଂ ଏସସି ଏସଟି ଆକ୍ଟ ଅନୁଯାୟୀ କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। କୋର୍ଟର ଏହି ନିଷ୍ପତ୍ତିରେ ପୀଡିତାଙ୍କ ପରିବାର ଆପତ୍ତି କରିଛନ୍ତି। ଏଥି ସହ ପୀଡିତାଙ୍କ ପରିବାର ବୁଲଗଢି କୋର୍ଟର ଏହି ନିଷ୍ପତ୍ତି ବିରୋଧରେ ହାଇକୋର୍ଟ ଯିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri