ପଞ୍ଚାୟତବାସୀଙ୍କ ଭୋଟ ବର୍ଜନ ନିଷ୍ପତ୍ତି

ସମ୍ବଲପୁର/କୋଲାବିରା,୬ା୫(ବ୍ୟୁରୋ/ଡି.ଏନ.ଏ.): ଉଠାଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ଷମ ହେଉ ନ ଥିବା ପ୍ରତିବାଦରେ ଶୁକ୍ରବାର ଝାରସୁଗୁଡା ଜିଲା କୋଲାବିରା ବ୍ଲକ ସମାସିଂହା ପଞ୍ଚାୟତବାସୀ ବୈଠକ କରି ଉପନିର୍ବାଚନରେ ଭୋଟ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହା ଜାଣିବା ପରେ ଅଞ୍ଚଳରେ ପ୍ରଚାର କରୁଥିବା ଦୁଇ ମନ୍ତ୍ରୀ ସେଠାରେ ପହଞ୍ଚତ୍ ଲୋକଙ୍କୁ ବୁଝାଶୁଝା କରିବା ସହ ନିର୍ବାଚନ ପରେ ଏ ଦିଗରେ ପଦକ୍ଷେପ ନିଆଯିବ ବୋଲି ଆଶ୍ୱାସନା ଦେଇଛନ୍ତି।
ଚାଷୀମାନେ ଅଭିଯୋଗ କରିଥିଲେ, ସୋଡ଼ାମାଲ ଗ୍ରାମ ଭେଡେନ ନଦୀ କୂଳରେ ଦୀର୍ଘଦିନ ହେବ ଏକ ମେଗା ଉଠା ଜଳସେଚନ ପ୍ରକଳ୍ପ ଅଚଳ ହୋଇରହିଛି। ପ୍ରକଳ୍ପ ଯେଉଁଠାରେ ନିର୍ମାଣ ହେବା କଥା କରାଯାଇ ନାହିଁ। ଖାଲ ସ୍ଥାନରେ ନିର୍ମାଣ ହୋଇଥିବାରୁ ମରୁଡି ସମୟରେ ଚାଷ ପାଇଁ ପାଣି ମିଳୁନାହିଁ। ଅନ୍ୟପଟେ ନିର୍ମାଣ କାମ ନିମ୍ନମାନର ହୋଇଥିବାରୁ ପାଇପ୍‌ ଫାଟିଯାଇଛି। ଅଭିଯୋଗ କଲେ ମଧ୍ୟ କେହି ଶୁଣୁନାହାନ୍ତି। ତେଣୁ ଭୋଟ ନ ଦେବାକୁ ନିଷ୍ପତ୍ତି ନେଇଥିବା କହିଥିଲେ। ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ କରିବା ସହିତ ଭେଡେନ ନଦୀଠାରେ ବ୍ୟାରେଜ ନିର୍ମାଣ କରିବାକୁ ସେମାନେ ଦାବି କରିଥିଲେ। ଏହି ସମୟରେ ସମାସିଂହା ଅଞ୍ଚଳରେ ନିର୍ବାଚନ ପ୍ରଚାର କରୁଥିବା ଜଳ ସମ୍ପଦ ମନ୍ତ୍ରୀ ଟୁକୁନି ସାହୁ ଓ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଅସନ୍ତୁଷ୍ଟ ଚାଷୀଙ୍କୁ ଭେଟିଥିଲେ। ନିର୍ବାଚନ ସରିବା ପରେ ଏକ ଟିମ୍‌ ଭୁବନେଶ୍ୱରକୁ ଆସି ଆଲୋଚନା କରିବା ପାଇଁ ଉଭୟ ମନ୍ତ୍ରୀ କହିଥିଲେ। ଚାଷୀମାନେ ମନ୍ତ୍ରୀଙ୍କ କଥାରେ ସହମତ ହେବା ସହିତ ଆଗାମୀ ଦିନରେ ପଦକ୍ଷେପ ଗ୍ରହଣ କରା ନ ଗଲେ ରାଜରାସ୍ତାକୁ ଓହ୍ଲାଇବା ସହ ୨୦୨୪ ନିର୍ବାଚନ ସମୟରେ ଭୋଟ ବର୍ଜନ କରିବେ ବୋଲି ଚେତାବନୀ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍‌ସିଏଲ୍‌ର ପ୍ରଶଂସନୀୟ…

ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…

ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…

ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?